Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ଶନି ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ ମାନସିକ ସ୍ତରରେ ଶିଥିଳତା ଅନୁଭବ କରିବେ। ବନ୍ଧୁଙ୍କ ସହାୟତାରେ ଅର୍ଥ, ଜମିଜମା, ବିଦ୍ୟୁତ୍‌ ଉପକରଣାଦି ଲାଭର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥତିର ସାମନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ।
ବୃଷ
ବୃଷ
କର୍ମସ୍ଥାନରେ ରାହୁଙ୍କ ଅବସ୍ଥିତିଜନିତ ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ପଡ଼ୋଶୀ ସହଯୋଗରୁ ଆପଣଙ୍କର କୌଣସି କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିପାରନ୍ତି।
ମିଥୁନ
ମିଥୁନ
ମଙ୍ଗଳ ସହ ବୁଧ ଷଷ୍ଠ ସ୍ଥାନରେ ରହିଥିବାରୁ ତିକ୍ତତା ସୃଷ୍ଟିର ଆଶଙ୍କା ରହିଛି। ଅବଶ୍ୟ ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ। ସାହିତ୍ୟ, ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ଶୁଭଫଳ ପାଇବେ। ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହୋଇପାରନ୍ତି।
କର୍କଟ
କର୍କଟ
ଭାଗ୍ୟାଧିପତି ବୃହସ୍ପତି ଆର୍ଥିକ ଉନ୍ନତି କରାଇଲେ ମଧ୍ୟ ଶାରୀରିକ ଅସୁସ୍ଥତା ସୃଷ୍ଟି କରିପାରନ୍ତି। ସବୁ କଥା ଚିନ୍ତା କରି କାମ ନ କଲେ କଳହ ଲାଗିପାରେ। ନିଜ ଭାଇ,ବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ। ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରି ଆତ୍ମବିଭୋର ହୋଇପାରନ୍ତି।
ସି˚ହ
ସି˚ହ
ରାଶିରେ କେତୁ ଅବସ୍ଥାନ କରିଥିବାରୁ ନିଜର ଅସାମର୍ଥ୍ୟଜନିତ ଅସହାୟତାକୁ ବନ୍ଧୁଙ୍କ ସାହାଯ୍ୟ କାର୍ଯ୍ୟକୁ ତ୍ୱରାନ୍ବିତ କରିବ। କୃତ୍ତିକା ନକ୍ଷତ୍ର ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇବେ ନାହିଁ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
କନ୍ୟା
ଆଜି ବ୍ୟୟଭାର ବୃଦ୍ଧିଜନିତ ମାନସିକ ଅସ୍ଥିରତା ସୃଷ୍ଟି ହେବ। କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ସାଙ୍ଗକୁ କଳହର ଆଶଙ୍କା ମଧ୍ୟ ରହିଛି।
ତୁଳା
ତୁଳା
ବୃହସ୍ପତିଙ୍କ ଶୁଭଦୃଷ୍ଟିରୁ ସୁଖ, ସମ୍ମାନ ପାଇବା ସାଙ୍ଗକୁ ସମସ୍ୟା ସମାଧାନର ମାର୍ଗ ଉନ୍ମୁକ୍ତ ହୋଇଯିବ। କର୍ମକ୍ଷେତ୍ରରେ କିଛି ଦେବା ସକାଶେ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି। ଅବଶ୍ୟ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ, ନତୁବା ହଇରାଣ ହେବାକୁ ପଡିପାରେ ।
ବିଛା
ବିଛା
ଅନୁକୂଳ ସମୟର ଆଗମନରେ ମାନସିକ ସ୍ତରରେ ଆନନ୍ଦ ଅନୁଭବ କରିବେ। ଯାହା ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ତାହା ହୋଇଯିବ। ଦୋକାନ, ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ରାହୁଙ୍କ ପ୍ରଭାବରେ ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ତୃତୀୟଭାବ ପ୍ରାପଗ୍ରହ ପ୍ରଭାବଗ୍ରସ୍ଥ ଯୋଗୁ ନିଜ ଲୋକ ବିରୋଧ କରିପାରନ୍ତି। ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇପାରେ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାର୍ଯ୍ୟ ସାଧନ କରିବେ।
ମକର
ମକର
କର୍ମସ୍ଥାନରେ ରବି ଓ ଶୁକ୍ରଙ୍କ ଅବସ୍ଥିତି କାରଣରୁ କର୍ମାରମ୍ଭ କରି ଆତ୍ମତୃପ୍ତି ଲାଭ କରିବେ। ପାରିବାରିକ ସହଯୋଗରୁ କାର୍ଯ୍ୟସିଦ୍ଧି ହେତୁ ମାନସିକ କ୍ଷେତ୍ରକୁ ସ୍ଥିରତା ପ୍ରଦାନ କରିବ। ଉପରିସ୍ଥ ଅଧିକାରୀ କାମ ହାସଲ ସକାଶେ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ ଆରମ୍ଭ କରିବେ ତାହା ନିର୍ବିଘ୍ନରେ ସମାପନ ହେବ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ଶନିଙ୍କ କୁପ୍ରଭାବରୁ ଦୀର୍ଘକାଳୀନ ନୀରବତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ମୀନମୀନ
କୋଣଭାବସ୍ଥ ଦେବଗୁରୁଙ୍କ ଶୁଭ ପ୍ରଭାବ ଆର୍ଥିକ ଓ ସାମାଜିକ ସ୍ତରରେ ଉନ୍ନତି ଘଟାଇପାରେ। ପିଲାଙ୍କ ସମସ୍ୟା ସମାଧାନଜନିତ ମନ ଅସ୍ଥିର ରହିପାରେ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସାହିତ୍ୟ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଉପୁଜିପାରେ।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri