Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ
ଆଜି ଷଷ୍ଠସ୍ଥାନରେ ରବି ଓ ଚନ୍ଦ୍ର ରହିଥିବାରୁ ଆପଣଙ୍କୁ ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରଖିବ ନାହିଁ। ଋଣ ପରିଶୋଧ, ରୋଗ ପାଇଁ ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚାନ୍ତ କରାଇବ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ।
ବୃଷ
ବୃଷ

ଶୁକ୍ରଙ୍କ ପ୍ରଭାବରୁ ସ୍ଥଗିତ କାମକୁ ପୂରା ଦମରେ ସମ୍ପନ୍ନ କରିବାର ମଉକା ଜୁଟିବ। ରବିଙ୍କ ଦୁର୍ବଳତା କାରଣରୁ ପାରିବାରିକ କଳହକୁ ନେଇ ଅଶାନ୍ତି ଲାଗିରହିପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, କଳା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ମନ୍ଦ ହେବନି।

ମିଥୁନ
ମିଥୁନ
ଚନ୍ଦ୍ରଙ୍କ ପ୍ରତି ରାହୁଙ୍କ ଦୃଷ୍ଟିରୁ ଅଲଗା ସ୍ଥାନରେ ରଖିଦେଇଥିବା ଟଙ୍କା ପଇସା ନ ପାଇ ବ୍ୟସ୍ତ ହୋଇପାରନ୍ତି। ଅଫିସ୍‌ କାମରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ପରିବହନ, ସଭାସମିତି, ଜମିଜମା କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ।
କର୍କଟ
କର୍କଟ
ଭାଗ୍ୟସ୍ଥ କର୍ମାଧିପ କାରଣରୁ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ଅଧସ୍ତନମାନଙ୍କ ସୈାହାର୍ଦ୍ଦ୍ୟଜନିତ ମାନସିକ ସ୍ଥିତି ପ୍ରୀତିପ୍ରଦ ରହିବ। କେତେକ ନୂତନ କର୍ମାରମ୍ଭ ସକାଶେ ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଈର୍ଷାପରାୟଣ ମନୋବୃତ୍ତି ହେତୁ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ।
ସି˚ହ
ସି˚ହ
ଚତୁର୍ଥସ୍ଥ କେତୁଙ୍କ କୁପ୍ରଭାବରୁ ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ପ୍ରୀତିପ୍ରଦ ନ ହୋଇପାରେ। ପରିବହନ, ପ୍ଲଟିଙ୍ଗ କାରବାର, ନିର୍ମାଣାଧୀନ କାମକ୍ଷେତ୍ରରେ ବାଧା ଉପୁଜିବ। ରାଜନୈତିକ କ୍ଷେତ୍ରରେ ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ଦୂରଯାତ୍ରା ପାଇଁ ଦିନଟି ବହୁତ ଭଲ।
କନ୍ୟା
ଆପଣଙ୍କ ଯୁକ୍ତିଯୁକ୍ତ କଥାରେ ପ୍ରତିବାଦୀ ହାର ମାନିବେ ଓ ଆପଣଙ୍କ ଉଦ୍ଦେଶ୍ୟ ପୂରଣ ହୋଇଯିବ। ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପାରିବାରିକ ସ୍ଥିତି ସ୍ବାଭାବିକ ହୋଇଯିବାରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
ତୁଳା
ତୁଳା
ସ୍ବଗୃହାଭିମୁଖୀ ଏକାଦଶସ୍ଥ ଶୁକ୍ରଙ୍କ ହେତୁ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆପଣଙ୍କ ଅର୍ଥନୈତିକ ଅଭିବୃଦ୍ଧି ଅବଶ୍ୟ ଘଟିବ। ଅର୍ଥବଳର ସାହାଯ୍ୟ ନେଇ ନିଜର ଗୁରୁତ୍ୱପୂର୍ଣ୍ଣ କାମଟିକୁ ପୂରା ନ କରିବା ଯାଏଁ ଛାଡିବେ ନାହିଁ। ଆଜିର ଯାତ୍ରା ଶୁଭପ୍ରଦ ହେବ ଏବଂ ବ୍ୟବସାୟିକ ସ୍ଥିତି ଗତାନୁଗତିକ ରୀତିରେ ଗଡି ଚାଲିବ।
ବିଛା
ବିଛା
ଅମାବାସ୍ୟାର ଗ୍ରହସ୍ଥିତି ପ୍ରଭାବରେ ଚେଷ୍ଟା କରୁଥିବା କାମରେ ସଫଳତା ପାଇବାରୁ ଆନନ୍ଦ ଅନୁଭବ କରିବେ। ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବାର ସୂଚନା ରହିଛି। କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ କିନ୍ତୁ ରଚନାମତ୍କ କାର୍ଯ୍ୟ ଧିମେଇ ଯାଇପାରେ।
ଧନୁ
ଧନୁ
ମଙ୍ଗଳ ଚତୁର୍ଥସ୍ଥ ହୋଇ ଶନି ଦୃଷ୍ଟିରେ ଥିବାରୁ ଆଜି ଭଲ କାମ କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଓଲଟା ଫଳ ପାଇବେ। ନିଜ ଲୋକ ବୋଲି ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବାର ସୂଚନା ରହିଛି। ପାରିବାରିକ, ଛୋଟ ଦୋକାନ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର

ରାହୁଙ୍କ ସ୍ଥିତିଜନିତ କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। ପରିବାର ସକାଶେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। କୌଣସି ସମ୍ଭାବ୍ୟ ଅସୁବିଧାର କଳ୍ପନା କରି ଆକସ୍ମିକ ଯାତ୍ରା ସ୍ଥଗିତ ରହିପାରେ। କୃତିତ୍ୱ ସକାଶେ ପଡୋଶୀମାନେ ପ୍ରଶଂସା କରିପାରନ୍ତି।

କୁମ୍ଭ
କୁମ୍ଭ
ଆଜି ମୁଖଭାବସ୍ଥ ମଙ୍ଗଳ ହେତୁ ରୁକ୍ଷ ବ୍ୟବହାର କଳହକୁ ଆମନ୍ତ୍ରଣ କରିବ। ଫଳରେ ଆପଣଙ୍କର ମାନସିକ ଅସୁସ୍ଥତା ହିଁ ଶାରୀରିକ ସୁସ୍ଥତାକୁ ପ୍ରତିହତ କରିବ। ନିଜର ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ।
ମୀନମୀନ

ଧନାଧିପତିଙ୍କ ସ୍ଥିତିରୁ ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ନ ଥିଲେ ମଧ୍ୟ ବିଶେଷ ମନ୍ଦ ହେବନାହିଁ। କିନ୍ତୁ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ଦାୟିତ୍ୱ ନେଇଥିବା କାମଟିକୁ ଅବହେଳା କରି ଅନୁତାପ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri