Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ରର ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତା, ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଭାଇ, ପଡ଼ୋଶୀ କିମ୍ବା ସମ୍ପର୍କୀୟ ବିରୋଧାତ୍ମକ କଥା କହିପାରନ୍ତି। ଠିକ୍‌ ସମୟରେ ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ପ୍ରଯତ୍ନ କରିବେ। ପରିବହନ, ବ୍ୟବସାୟିକ ସ୍ଥିତି, କର୍ମକ୍ଷେତ୍ର ପ୍ରାୟତଃ ହାଲୁକା ରହିବ ଓ ଲାଭବାନ୍‌ ମଧ୍ୟ ହେବେ।
ବୃଷ
ବୃଷ
ଦୀର୍ଘଦିନ ହେଲା ଯେମିତି, ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇବେ। ଆଲୋଚନାରେ ତର୍କ ଓ ବିବାଦୀୟ କଥା, ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢିପାରେ। ପରିବହନ କ୍ଷେତ୍ରରେ ସମସ୍ୟା, କର୍ମପରିସର ମଧ୍ୟରେ କଚ୍ଛପଗତି ହେତୁ ଚିନ୍ତା କରିପାରନ୍ତି। ରୋହିଣୀ ନକ୍ଷତ୍ରର ପାରିବାରିକ ସମସ୍ୟା ସମାଧାନରେ ସଫଳ ହେବେ।
ମିଥୁନ
ମିଥୁନ
ଘରେ, ବାହାରେ ସବୁଠି ଆଦର, ସ୍ନେହ ପାଇବେ। ଫେରି ଯାଇଥିବା ବନ୍ଧୁଟି ପୁଣି ଲେଉଟି ଆସିବେ ଏଣୁ ମନରେ ସରସତା ରହିବ ନାହିଁ। ବାକି ଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଉତ୍ତେଜନା ମୂଳକ ହୋଇପାରେ। ପୁନର୍ବସୁର ଛାତି କିମ୍ବା ବେକରେ, ଆଣ୍ଠୁ କିମ୍ବା ଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି ।
କର୍କଟ
କର୍କଟ
ବନ୍ଧୁମାନଙ୍କର ବେଖାତିର ମନୋଭାବ ହେତୁ ଟିକିଏ ଟିକିଏ କଥାରେ ରାଗିବେ। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ପୁରୁଣା ସମସ୍ୟାଗୁଡିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ଅଶ୍ଳେଷା ନକ୍ଷତ୍ରର ପୁରୁଣା ଘର, ଗାଡ଼ି, ମୋଟର ମରାମତି କରିବା ପାଇଁ ମନସ୍ଥ କରିବେ।
ସି˚ହ
ସି˚ହ
ସକାଳୁ ବନ୍ଧୁଙ୍କ ସାକ୍ଷାତ୍‌ ଓ ସହଯୋଗରୁ ଉପକୃତ ହୋଇପାରନ୍ତି। ମଘା ନକ୍ଷତ୍ରର ବିବାହ ପ୍ରସ୍ତାବ ନେଇ ଜଣେ ବ୍ୟକ୍ତି ହଠାତ୍‌ ଆସିବେ। ହଜି ଯାଇଥିବା ଟଙ୍କା କୌଣସି ଅଲଗା ସ୍ଥାନରେ ରଖି ଚିନ୍ତିତ ଓ ବିରକ୍ତ ହୋଇ ପାରନ୍ତି। ପାରିବାରିକ କ୍ଷେତ୍ର କ୍ରମଶଃ ସୁଧୁରିଯିବ ଯାହା ଫଳରେ ଛୋଟ କଥାରେ କଳହ ଭିତରକୁ ଟାଣି ହୋଇପାରନ୍ତି।
କନ୍ୟା
ଆକସ୍ମିକ ଭାବରେ ନିଜ ଲୋକମାନେ ଶତ୍ରୁତା ଆଚରଣ କରିପାରନ୍ତି। ଚିତ୍ରା ନକ୍ଷତ୍ର କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ। ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ, ଯାହାକି ସମସ୍ୟାକୁ ଦ୍ୱିଗୁଣିତ କରିବାରେ ସହାୟକ ହେବ। ପାରସ୍ପରିକ ମତଭେଦ କାରଣରୁ ପାରିବାରିକ ଅଶାନ୍ତି ଲାଗି ରହିବ।
ତୁଳା
ତୁଳା
କାମଗୁଡ଼ିକ ସୁବିଧାରେ ନ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଗାଡ଼ିକିଣିବା ପାଇଁ ମନ ବଳାଇଛନ୍ତି କିନ୍ତୁ ଆଉ କେତେଦିନ ଅପେକ୍ଷା କରନ୍ତୁ। ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଟି କ୍ରମଶଃ ଦୂରେଇ ଯିବ। ବିଶାଖା ନକ୍ଷତ୍ର ବ୍ୟକ୍ତିମାନଙ୍କ ସକାଶେ ଆଜିର ଦିନଟି ବହୁତ ଶୁଭ ହେବ।
ବିଛା
ବିଛା
ଗୁରୁତ୍ୱପୂର୍ଣ୍ଣ କାମଟିକୁ ହେଳା କରି ମରୀଚିକା ପଛରେ ଦୌଡ଼ି ପାରନ୍ତି। କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ। ସାମୟିକ ଭାବରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଅନୁରାଧା ନକ୍ଷତ୍ର ସକାଶେ ଅଡୁଆ ପରିସ୍ଥିତି ସୃଷ୍ଟି ହେବ।
ଧନୁ
ଧନୁ
ବନ୍ଧୁମାନଙ୍କ ସହ ଆଲୋଚନା କିମ୍ବା ସଭାସମିତିରେ ଶେଷ ସମୟରେ ଅର୍ଥ ସମ୍ପର୍କିତ ଟଣା ଓଟରା ଲାଗିପାରେ। ଉତ୍ତରାଷାଢ଼ା ନକ୍ଷତ୍ର ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଆବେଗକୁ ସହକର୍ମୀଟି ବୁଝିପାରିବ ନାହିଁ। ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ ମାତ୍ର ମଧ୍ୟାହ୍ନରେ ଟେନ୍‌ସନ ଦୂର ହେବ।
ମକର
ମକର
ଆଜି ଅର୍ଥ ଲାଭ ଓ ବନ୍ଧୁମିଳନରୁ ମନ ଖୁସି ରହିବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସ୍‌ରେ ସମୟ ଅତିବାହିତ କରିବେ। ଶ୍ରବଣା ନକ୍ଷତ୍ର ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ। ଅନିଶ୍ଚିତତା ମଧ୍ୟରେ ଗତି କରି ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ।
କୁମ୍ଭ
କୁମ୍ଭ
ନିଜର ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ପାରିବାରିକ ଅବସ୍ଥାରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। କାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ଧନିଷ୍ଠା ନକ୍ଷତ୍ର ସକାଶେ ସ୍ୱାସ୍ଥ୍ୟ ସମସ୍ୟା ଗୁରୁତର ହୋଇପାରେ।
ମୀନମୀନ

କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଉତ୍ତରଭାଦ୍ରପଦ ନକ୍ଷତ୍ର କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଭଲ ସମ୍ପର୍କ ନ ଥିବା ଗୁପ୍ତ ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି।

 

👉 Follow Dharitri – The Largest & Most Trusted Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri