Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ, ସେବା ମନୋବୃତ୍ତିରୁ ପ୍ରଶଂସିତ ହେବେ। ପିଲାଙ୍କ ଶିକ୍ଷା ଓ ଆଗାମୀ ପରୀକ୍ଷା ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ସଚେତନତା ଅଭାବରୁ ସ୍ବାସ୍ଥ୍ୟ ସମସ୍ୟା ଚିନ୍ତାର କାରଣ ହେବ।
ବୃଷ
ବୃଷ

ସାମାଜିକ ସ୍ତରରେ ଅର୍ଥ ଓ ସମ୍ମାନ ମିଳିବା ଦିଗରେ ବିଶେଷ କଷ୍ଟ ସ୍ବୀକାର କରିବାକୁ ପଡିବ। ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହୋଇପାରେ। ରାଜନୈତିକ କ୍ଷେତ୍ରରେ ସାଂଗଠନିକ କାର୍ଯ୍ୟ ସକାଶେ ତତ୍ପରତା ବଢିଯିବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।

ମିଥୁନ
ମିଥୁନ
ଆପଣ ମନେ ମନେ ଚିନ୍ତା କରିଥିବା କାମଗୁଡିକ ଆଜି ବାସ୍ତବରେ ଓଲଟା ହେବ। ବନ୍ଧୁମାନଙ୍କ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ହେବ। କଳା, ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ଅଫିସ୍‌ କାମର କେତେକ ଘଟଣାର ବିବରଣୀ ସମୂହ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆବଶ୍ୟକତା ପୂରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥଲାଭ କରିବେ। ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁ ମିଳନରୁ ଖୁସୀ ରହିବେ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ମଧ୍ୟରେ କୌଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ। ବାନିଜ୍ୟ, ବ୍ୟବସାୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଅଫିସରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
କନ୍ୟା
ସ୍ବଜନଶତ୍ରୁତା ଯୋଗୁଁ କାର୍ଯ୍ୟଗୁଡିକ ମଧ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ। ଆର୍ଥିକ ସ୍ଥିତି ଉନ୍ନତ ରହିବା ସହ ପାରିବାରିକ ଜୀବନ ସୁଖରେ ଅତିବାହିତ କରିବେ। କିନ୍ତୁ ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହେବେ।।
ତୁଳା
ତୁଳା
କର୍ମକ୍ଷେତ୍ରରେ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ। ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ। ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ଦେଖାଯିବ, ଫଳରେ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। ପଡୋଶୀମାନେ ଆପଣଙ୍କର ସାହାଯ୍ୟ ପ୍ରାର୍ଥୀ ହେବେ।
ବିଛା
ବିଛା
ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସୀ ହୋଇଯିବେ। ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟିବ। ସଂଗଠନ, ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ। ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରନ୍ତୁ ନାହିଁ।
ଧନୁ
ଧନୁ
ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିବେ। ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ, ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି। ଆଜିର ଦୂରଯାତ୍ରା ସଫଳ ହେବ ଓ ଆଶା ମଧ୍ୟ ପୂରଣ ହୋଇପାରିବ। ପରିଜନଙ୍କ ସହ ଭ୍ରମଣ ସୁଯୋଗ ପାଇ ଏକ ପ୍ରକାର ଖୁସୀ ରହିବେ।
ମକର
ମକର

କାମ ହାସଲ ହେବା କାରଣରୁ ମାନସିକ ସ୍ଥିତି ଏକ ପ୍ରକାର ଭଲ ରହିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳ ବଦଳ ହୋଇ ଯାଇପାରେ। ବନ୍ଧୁଙ୍କ ଫେରିବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।

କୁମ୍ଭ
କୁମ୍ଭ
ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। କାର୍ଯ୍ୟହାନି ସଙ୍ଗକୁ ଆର୍ଥିକ ଦୁଃସ୍ଥିତି ଚିନ୍ତାଜନକ ପରିଣାମ ସୃଷ୍ଟି କରିବ। ବ୍ୟବସାୟ କ୍ଷେତ୍ର ଗତାନୁଗତିକ ରୀତିରେ ଗଡି ଚାଲିବ। ମାନସିକ ସ୍ତରରେ ଯନ୍ତ୍ରଣା ଅନୁଭବ କରିବେ।
ମୀନମୀନ

କର୍ମକ୍ଷେତ୍ରରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri