Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୨ ତାରିଖ– Daily Horoscope

ମେଷ
ମାନସିକ ଅସ୍ଥିରତା କାରଣରୁ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ପାରିବେ ନାହିଁ। ବିଶେଷ ସମସ୍ୟା ସୃଷ୍ଟି ନ ହେଲେ ମଧ୍ୟ କଳହର ସମ୍ମୁଖୀନ କିମ୍ବା ଅସୁସ୍ଥତା ଅନୁଭବ କରିବେ। ବହୁତ ଦିନରୁ ଅଟକି ରହିଯାଇଥିବା କାଯର୍‌ୟଗୁଡିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ । କୃଷି, ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ବନ୍ଧୁଙ୍କ ସହାୟତାରେ ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଆଗାମୀ ଆନୁଷ୍ଠାନିକ କାମ କିମ୍ବା ଗୃହ ନିର୍ମାଣରେ ବ୍ୟସ୍ତ ରହିବେ। ଟେନସନ୍‌ କିଛି ମାତ୍ରାରେ ଲାଗିରହିବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ବିରୁଦ୍ଧାଚରଣ କରିପାରନ୍ତି। ମହିଳାମାନଙ୍କ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ମିଥୁନ
ମିଥୁନ
ବନ୍ଧୁଙ୍କ ସହାନୁଭୂତିର ସୁଯୋଗ ଲଭି କାମ ହାସଲ କରିବେ। ଯେଉଁ କାମଟିକୁ ଆଜି ଯାଏ ଆପଣ କରି ପାରୁ ନ ଥିଲେ ଆଜି ମଧ୍ୟାହ୍ନ ପରେ ତାହା ସୁବିଧାରେ ହୋଇଯିବ। ପଡ଼ୋଶୀଙ୍କ ହସ୍ତକ୍ଷେପ ଫଳରେ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଦେବ ଦର୍ଶନ ସାଙ୍ଗକୁ ନୂତନ ଦର୍ଶନୀୟ ସ୍ଥାନ ପରିଭ୍ରମଣର ସୁଯୋଗ ଜୁଟିପାରେ।
କର୍କଟ
କର୍କଟ
ଗତକାଲିଠାରୁ ଯେଉଁ କାମ ଅଟକି ରହିଯାଇଥିଲା ସେଗୁଡ଼ିକ ସହଜ ଓ ସୁବିଧାରେ ହୋଇଯିବ। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ କିମ୍ବା ଘରର କଥା ବୁଝିବାକୁ ସମୟ ମଧ୍ୟ ପାଇପାରିବେ ନାହିଁ।
ସି˚ହ
ସି˚ହ
ଆଜି ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ଘରେ ସରଗରମ ଆଲୋଚନା ହୋଇପାରେ। ସହକର୍ମୀଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ର କରି ଟଣା ଓଟରା ଲାଗିପାରେ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଆକସ୍ମିକ ଯାନ୍ତ୍ରିକ ତ୍ରୁଟି କାରଣରୁ ବିଳମ୍ବିତ ସମୟରେ ଲକ୍ଷ୍ୟସ୍ଥଳକୁ ଯିବାକୁ ବାଧ୍ୟ ହୋଇପାରନ୍ତି।
କନ୍ୟା
ସମସ୍ୟାଗୁଡ଼ିକ କମିବା ବଦଳରେ ବୃଦ୍ଧି ପାଉଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ବିଷମ ପରିସ୍ଥିତିରେ ବନ୍ଧୁଙ୍କଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ। ଦୀର୍ଘଦିନ ହେଲା ଯେଉଁ କାମଟିକୁ ଆରମ୍ଭ କରିବାକୁ ମନ ବଳାଇଥିଲେ ଆଜି ତାହା କରିବା କାରଣରୁ ମନ ଉଚ୍ଚାଟ ରହିବ। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା
ତୁଳା
ମନ କଥା ମନରେ ରଖି କାମକୁ ବାହାରି ପଡିବେ ଓ କାମ କରିବାରେ କୌଣସି ଅସୁବିଧା ହେବ ନାହିଁ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ଲୋକସମ୍ପର୍କ ବୃଦ୍ଧି ପାଇବା ସଙ୍ଗକୁ କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବିଛା
ବିଛା
ଦୀର୍ଘଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁସତ୍ାହିତ କରିବ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ମନ ଭଲ ରହିବ ନାହିଁ। ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ଏବଂ ଆଜିର ବ୍ୟବସାୟ ପ୍ରାୟତଃ ଭଲ ହେବ। ଅଫିସରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଆମତ୍ୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଅଫିସରଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ରୋଗପୀଡା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ସାଧାରଣ ଘଟଣାକୁ କେନ୍ଦ୍ରକରି ଭ୍ରାତୃ ସମ୍ପର୍କରେ ଅବନ୍ନତି ଦେଖା ଦେଇପାରେ।
ମକର
ମକର
ପରୋକ୍ଷ ଶତ୍ରୁତା, ଧାର କରଜ, ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଆନୁଷ୍ଠାନିକ କାମରେ ଆଦୌ ପଡୁ ନ ଥିବା ଲୋକମାନେ ନିନ୍ଦା ରଟନା କରିବେ। ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କିମ୍ବା ଅଫିସରେ କଳହ ସୃଷ୍ଟି ହୋଇପାରେ। ସଭାସମିତି, ଆନୁଷ୍ଠାନିକ କାମ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିପାରନ୍ତି। ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବବନ୍ଧୁ କିଛି ଖବର ନେଇ ଆସିବେ। କର୍ମକ୍ଷେତ୍ରରେ ବହୁତ ଦିନର ନୂଆ ଯୋଜନା ଟିକୁ କାଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ। ନୀଚସଂସର୍ଗରୁ ଦୂରେଇ ରହନ୍ତୁ, ଅନ୍ୟଥା ସମାଲୋଚିତ ହେବାକୁ ପଡିବ।
ମୀନମୀନ
ଗୋଟିଏ ସମସ୍ୟା ଶେଷ ହେଉ ହେଉ ଅନ୍ୟ ଏକ ସମସ୍ୟାରେ ମନ ପୂରାପୂରି ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ କିନ୍ତୁ କୌଣସି କାମ ଅଟକିବ ନାହିଁ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri