Posted inRasifala

ରାଶିଫଳ: ଶନିବାର, ଜୁନ୍ ୩ ତାରିଖ – Daily Horoscope

ମେଷ
ବୁଧାଦିତ୍ୟ ଯୋଗଜନିତ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭପୂର୍ବକ ସମ୍ମାନିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସଫଳ ହେବେ। ନିର୍ମାଣ, ପ୍ରକାଶନ, ଗଣ ଯୋଗାଯୋଗ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ପ୍ରତ୍ୟେକ ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ହାତକୁ ନେଇଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ କରିବେ। ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଭାସମିତି, ସାମ୍ବାଦିକତା, ଏଜେନ୍ସିପ୍‌ରୁ ପ୍ରଶଂସିତ ହେବେ। ସମ୍ପର୍କୀୟଙ୍କଠାରୁ ଅଯାଚିତ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ।
ମିଥୁନ
ମିଥୁନ
ଧନାଧିପତି ଷଷ୍ଠଭାବସ୍ଥ ଯୋଗୁ ଅର୍ଥସମ୍ପର୍କକୁ କେନ୍ଦ୍ରକରି ସମସ୍ୟାର ସମ୍ମୁଖୀନ ହେବେ। ଭୁଲ୍‌ ବୁଝାମଣାଜନିତ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ସାମୟିକ ଖୁସି ରହିବ। ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବଦଳି ହେତୁ ଆକସ୍ମିକ ସ୍ଥାନ ପରିବର୍ତ୍ତନଜନିତ କେତେକ ସମସ୍ୟା ଆସିପାରେ। ବିଭିନ୍ନ ଦୁଶ୍ଚିନ୍ତାରେ ନିଜ ଲୋକଙ୍କୁ ଭୁଲ୍‌ ବୁଝି ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଆଜି କୌଣସି ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କଚେରି ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନସନ୍‌ ଦୂର ହେବ।
ସି˚ହ
ସି˚ହ
ପଦାଧିକାରୀଙ୍କ ଆଦେଶରେ ଯାତ୍ରା କରିବାକୁ ବାଧ୍ୟ ହେବେ। ମନ ବିଚଳିତ ରହିବା କାରଣରୁ କେତେକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ମୁସ୍କିଲ୍‌ ହୋଇପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ଶିଳ୍ପ, ବାଣିଜ୍ୟ, ନିର୍ମାଣ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ।
କନ୍ୟା
ଘରୋଇ ସମସ୍ୟାର ସମାଧାନ ସକାଶେ ଆତ୍ମୀୟଙ୍କ ସାହାଯ୍ୟ ଭିକ୍ଷା କରିବେ। କର୍ମକ୍ଷେତ୍ରରେ କେତେକ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟ ହେବ। ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ କିଛି ନା କିଛି କାରଣକୁ ନେଇ ଟେନ୍‌ସନ ଲାଗିରହିବ। ପ୍ରଚଣ୍ଡ ଖରାରେ ଦୀର୍ଘପଥ ଅତିକ୍ରମ କରିବା କାରଣରୁ ସ୍ବାସ୍ଥ୍ୟ ସମସ୍ୟା ପରିଲକ୍ଷିତ ହେବ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିପାରନ୍ତି। ସାହିତ୍ୟ, ରାଜନୀତି, ସାମ୍ବାଦିକତା, ଆଇନ ଅଦାଲତ ତଥା ଲେଖାପଡ଼ାରୁ ଶୁଭଫଳ ପାଇବେ।
ବିଛା
ବିଛା
ଜନ୍ମଚନ୍ଦ୍ର ହେତୁ ଦୂର ସ୍ଥାନକୁ ଯିବା ସମୟରେ ଅନ୍ୟମନସ୍କ ହେଲେ ଅସୁବିଧା ଭୋଗିବେ। ପ୍ରତ୍ୟେକ ସ୍ତରରେ ସହମତି ଭିତ୍ତିରେ କାମ କରିବା ହିତକର ହୋଇପାରେ। ସଂଗଠନ, ଆନୁଷ୍ଠାନିକ କାମ, ରାଜନୀତି, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ପାରିବାରିକ ସମସ୍ୟା କେତେକାଂଶରେ କମି ଯାଇଥିବା କାରଣରୁ ମାନସିକ ସ୍ଥିତି ଏକପ୍ରକାର ଭଲ ରହିବ। ଶତ୍ରୁତାଜନିତ ପ୍ରତିରୋଧ କାମକୁ କେତେକାଂଶରେ ବିଶୃଙ୍ଖଳିତ କରିପାରେ। ଶିଳ୍ପ, ବ୍ୟବସାୟ, ପରିବହନରେ ସମସ୍ୟା ସମାଧାନ ହେବ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।
ମକର
ମକର
ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳ ହେବେ। କାହା ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ। ଅତି ଭଲ ସମ୍ପର୍କ ରଖିଥିବା ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ସମୟରେ କୌଣସି ସମସ୍ୟା ଉପୁଜିପାରେ।
କୁମ୍ଭ
କୁମ୍ଭ
ଭଲ ସମ୍ପର୍କ ନ ଥିବା କାରଣରୁ ପଡ଼ୋଶୀମାନେ ସାଧାରଣ କଥାରୁ କଳହ କରିପାରନ୍ତି। ସାଧାରଣ ମନେ ନକରି ପିଲାମାନଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ମନ୍ଦ ହେବନି।
ମୀନମୀନ
ଶୁଭଚନ୍ଦ୍ର ପ୍ରଭାବରୁ ଆନୁଷ୍ଠାନିକ କାମରେ ବନ୍ଧୁ, ବୁଦ୍ଧିଜୀବୀ କିମ୍ବା ଆତ୍ମୀୟଙ୍କ ଦ୍ୱାରା ପ୍ରଶଂସାଭାଜନ ହୋଇପାରନ୍ତି। ଘରୋଇ କ୍ଷେତ୍ରରେ ବାଦବିବାଦ କିମ୍ବା ଜମିଜମା ବିଷୟ ଜଟିଳ ହୋଇପାରେ। ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ଏକ ଭିନ୍ନ ପରିବେଶରେ ପୁଣି ଯୋଡ଼ି ହୋଇଯିବ। ଜମିଜମା କାରବାର, କାରଖାନା, ହୋଟେଲ, ତେଜରାତି ଦୋକାନ ପ୍ରଭୃତିରୁ ବିଶେଷ ଲାଭବାନ୍‌ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri