Posted inRasifala

ରାଶିଫଳ: ଶନିବାର , ଜୁନ୍ ୧୦ ତାରିଖ – Daily Horoscope

ମେଷ
ଆଜି ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କ ହୋଇପାରେ। ବନ୍ଧୁଙ୍କ ସହାୟତାରେ ପରିବାରରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। କୃତିକା ନକ୍ଷତ୍ର ପୂର୍ବରାଗକୁ କେନ୍ଦ୍ର କରି ଆତ୍ମୀୟସ୍ବଜନମାନେ ଦୂରେଇ ଯାଇପାରନ୍ତି। ଟେନସନ୍‌ କମିଯିବା ସକାଶେ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ଚେଷ୍ଟା କରିବେ।
ବୃଷ
ବୃଷ
ଆଜି ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାଦୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ମୃଗଶିରା ନକ୍ଷତ୍ରର କଚେରି ମାମଲା କିମ୍ବା ଆକସ୍ମିକ କଳହଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସ୍ଥିର ମନନେଇ କାମକଲେ ସମସ୍ୟାର ସମାଧାନ ହୋଇଯିବ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ଧାରଣ କରି ବିଭିନ୍ନ ସମସ୍ୟାର ମୁକାବିଲାରେ ସମର୍ଥ ହେବେ। କେତେକ ଘଟଣାରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅସମର୍ଥିତ ସୂତ୍ରରୁ ଅନ୍ୟମାନଙ୍କ କଥା ଶୁଣି ବ୍ୟସ୍ତ ଅନୁଭବ କରିବେ। ଆରଦ୍ରା ନକ୍ଷତ୍ର ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ରର ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ବିଶେଷ ଖଟଣିଜନିତ ମନ ଭଲ ରହିବ ନାହିଁ। ଜମା ଭଲ ପଡୁନଥିବା କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଅର୍ଥ ସଂକଟ ଦୂରେଇବାରେ ଜଣେ ବିଶିଷ୍ଟ ବ୍ୟକ୍ତି ସହାୟତା କରିବେ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ସାମାନ୍ୟ କୌଶଳ ପ୍ରୟୋଗ କରି କାମ କଲେ, ଯାହା ଚାହୁଁଛନ୍ତି ତାହା ପାଇପାରିବେ। ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ପୂର୍ବା -ଫାଲଗୁନୀ ନକ୍ଷତ୍ର ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସାମାଜିକ ସ୍ତରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ସକାଳୁ କୌଣସି ବିଶେଷ କାମରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଖରାପ ନ ହେଲେ ମଧ୍ୟ ବିଶେଷ ଭଲ ରହିବ ନାହିଁ। ଉତ୍ତରାଫାଲଗୁନୀ ନକ୍ଷତ୍ର ଆନୁଷ୍ଠାନିକ କ୍ଷେତ୍ରରେ ନୀତିଗତ କାମରୁ ପ୍ରଶଂସିତ ହେବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ସ୍ବାତୀ ନକ୍ଷତ୍ର ଅନ୍ୟ ମାନଙ୍କୁ ସୁହାଇଲା ଭଳି କଥାକହି ଲକ୍ଷ୍ୟ ହାସଲ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରଖି ଚଳିବା ନିତାନ୍ତ ଜରୁରୀ ହୋଇପଡ଼ିବ। ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।
ବିଛା
ବିଛା
ଯାହା ଚାହୁଁଥିଲେ ତାହା ହାସଲ କରିବାରୁ ମନ ଖୁସି ହୋଇଯିବ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ପାଇ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ଜଣାଶୁଣା ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବା ଦ୍ୱାରା କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ଜ୍ୟେଷ୍ଠା ନକ୍ଷତ୍ର ସକାଶେ ପଡ଼ୋଶୀ ଈର୍ଷାନ୍ବିତ ହୋଇ ଭିନ୍ନ ମନ୍ତବ୍ୟ ଦେବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ହେବାରୁ ଆଶ୍ୱସ୍ତି ଲଭିବେ। ମନ ବୁଝିଲା ଭଳି କଥା କହିବା କାରଣରୁ ବନ୍ଧୁଙ୍କ ସହଯୋଗ ପାଇବାରେ ଅସୁବିଧା ରହିବ ନାହିଁ। ମୂଳା ନକ୍ଷତ୍ରର ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ କାମ ହାସଲ କଷ୍ଟକର ହେବ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ଅବହେଳାରୁ ବ୍ୟୟ ହୋଇଯିବ।
ମକର
ମକର
ଆଜି ସ୍ବାର୍ଥ ହାସଲ ପରିପ୍ରେକ୍ଷୀରେ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷାରେ ସମର୍ଥ ହେବେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁଙ୍କୁ କହିବା ସକାଶେ ମନରେ ଭାବୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଧନିଷ୍ଠା ନକ୍ଷତ୍ର ପାରିବାରିକ ସ୍ତରରେ ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ପ୍ରତିରୋଧ ଆସିପାରେ।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ରର କର୍ମକ୍ଷେତ୍ରସ୍ଥ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନାଟିକୁ ଆରମ୍ଭ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେବ। ପାରିବାରିକ ବ୍ୟତିକ୍ରମକୁ ନେଇ ମନୋବଳ ହ୍ରାସ ପାଇବ।
ମୀନମୀନ
ପୂର୍ବ ସ୍ଥିରୀକୃତ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ କିନ୍ତୁ ସତର୍କତାର ସହ କାମ କରି ପାରିଲେ ହେଲା। ରେବତୀ ନକ୍ଷତ୍ର ସକାଶେ ଯେତେ ଭଲ କାମ କଲେ ମଧ୍ୟ ନିଜର ଲୋକମାନେ ଦୋଷ ଖୋଜି ବୁଲିବେ। ପ୍ରତ୍ୟେକ ପରିସ୍ଥିତିରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରିବେ ବାସ୍ତବରେ ସେପରି କିଛି ହେବନି। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri