Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ
ଆଜି ଦ୍ୱାଦଶଚନ୍ଦ୍ର ହେତୁ ବିଭିନ୍ନ କାମରେ ଖଟଣି ବୃଦ୍ଧି ମାନସିକ ଅସ୍ଥିରତା ସୃଷ୍ଟି କରିବ। ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପରିବାରରେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁଙ୍କ ସହ ଭ୍ରମଣ ସୁଯୋଗ ଲାଭକରି ସାମୟିକ ଖୁସି ଅନୁଭବ କରିବେ।
ବୃଷ
ବୃଷ
ଆପଣଙ୍କ ଦୃଢ଼ୋକ୍ତିକୁ କର୍ମକ୍ଷେତ୍ରରେ ଅନ୍ୟ କର୍ମଚାରୀମାନେ ଅସ୍ବୀକାର କରିପାରନ୍ତି। ଅବଶ୍ୟ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ କୌଣସି ପ୍ରତିରୋଧ ରହିବ ନାହିଁ। କିନ୍ତୁ ପୂର୍ବ ବିବାଦକୁ ନେଇ କଚେରି ମାମଲା ଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ। ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ଭଲ ନତୁବା ପଶ୍ଚାନ୍ତେ ଅନୁତାପ କରିପାରନ୍ତି।
ମିଥୁନ
ମିଥୁନ
ଅସମର୍ଥିତ ସୂତ୍ରରୁ ଅନ୍ୟମାନଙ୍କ କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି। ଅଫିସ୍‌ କାମରେ ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ନ ହୋଇପାରେ। ନିଜ ଅବହେଳା ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଆଶଙ୍କା ଦେଖାଦେବ।
କର୍କଟ
କର୍କଟ
କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ। ପଦୋନ୍ନତି କେତେକାଂଶରେ ମାନସିକ ସ୍ଥିତିକୁ ସନ୍ତୁଳିତ କରି ରଖିବାରେ ସାହାଯ୍ୟ କରିବ। ନୂତନ ସ୍ଥାନରେ କୌଣସି ବ୍ୟକ୍ତି ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
କୌଣସି ନୂତନ ଯୋଜନା କିମ୍ବା ଦୂରଯାତ୍ରା ସକାଶେ ମନ ବଳାଇପାରନ୍ତି। ବନ୍ଧୁମାନେ ନିଜ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ଚେଷ୍ଟା ଚଳାଇବେ। ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବା ପାଇଁ ଚିନ୍ତା କରିବେ। ଜମିଜମା, ବାଣିଜ୍ୟ, ନିର୍ମାଣ କ୍ଷେତ୍ର ଓ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ସୁଫଳ ପାଇବେ।
କନ୍ୟା
ଆଜି ଅଫିସ୍‌ରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଖରାପ ନ ହେଲେ ମଧ୍ୟ ବିଶେଷ ଭଲ ରହିବ ନାହିଁ। ଆମତ୍ୀୟସ୍ବଜନ ବିଭିନ୍ନ ଆଳ ଦେଖାଇ ଆପଣଙ୍କୁ ଅସହଯୋଗ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମତାନ୍ତର ସୃଷ୍ଟିର ଆଶଙ୍କା ରହିଛି।
ତୁଳା
ତୁଳା
ଗତକାଲିର ଚିନ୍ତାନୁଯାୟୀ ଆଜିର କାମଗୁଡ଼ିକୁ ଯଥା ସମୟରେ ସମ୍ପନ୍ନ କରିପାରିବେ। କେବଳ ଲୋଭନୀୟ ପ୍ରତିଶ୍ରୁତି ଦେଇ ଉତ୍ତେଜନାପୂର୍ଣ୍ଣ ବାତାବରଣକୁ ହାଲୁକା କରିପାରିବେ। ପରିବାରରେ ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ନିଜ ଲୋକଙ୍କ ବୈମାତୃକ ମନୋଭବ ଅଶାନ୍ତିର କାରଣ ପାଲଟିବ। ଆଖି ଆଗରେ ପ୍ରିୟ ବନ୍ଧୁଟି ଅନ୍ୟକୁ ଆପଣେଇବାର ଦେଖି ମନ ବିଦ୍ରୋହୀ ହୋଇପାରେ। କୌଣସି ଆନୁଷ୍ଠାନିକ କାମ ସକାଶେ ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ପାଇ ଆଶ୍ୱସ୍ତି ଲାଭ କରିବେ। ବ୍ୟବସାୟ, ପରିବହନ ତଥା କର୍ମକ୍ଷେତ୍ରରେ ଅଗ୍ରଗତି ଦ୍ରୁତ ହେବ।
ଧନୁ
ଧନୁ
ଆଜି ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀଙ୍କ ସହଯୋଗ ପାଇ କାମ ହାସଲ କରିବେ। ସଂଗଠନ, ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତିର ସାମ୍ନା କରିବେ। ଅନ୍ୟମାନଙ୍କ ସହ ପ୍ରତିଯୋଗିତା ମନୋଭାବରୁ ଅସନ୍ତୁଷ୍ଟ ରହିବେ। କଚେରି ମାମଲା ନେଇ ବ୍ୟସ୍ତତା ବଢ଼ିବ କିନ୍ତୁ କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରୁ ସୁନାମ ମିଳିବ।
ମକର
ମକର
ଆଜି କୌଶଳପୂର୍ଣ୍ଣ କଥା ଓ ସାଧାରଣ ତ୍ୟାଗ ମାଧ୍ୟମରେ କାର୍ଯ୍ୟ ହାସଲ କରିବେ। ଆନୁଷ୍ଠାନିକ କାମ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ରପ୍ତାନି ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ। କିନ୍ତୁ ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ରେବତୀ ନକ୍ଷତ୍ର ସକାଶେ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଅଫିସ୍‌ରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପାରିବାରିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri