Posted inRasifala

ରାଶିଫଳ: ଶନିବାର , ଜୁନ୍ ୧୭ ତାରିଖ – Daily Horoscope

ମେଷ
ଆଜି ଦ୍ୱିତୀୟଭାବସ୍ଥ ଚତୁର୍ଥେଶ ଯୋଗୁ ବନ୍ଧୁମିଳନ ସହ ସୁସ୍ବାଦୁ ଭୋଜନର ସୁଯୋଗ ମିଳିବ। ଆଜିର କାମରେ ନିଶ୍ଚିତ ସଫଳତା ମିଳିବ କିନ୍ତୁ ବୁଧ ମୁଖଭାବସ୍ଥ ହେତୁ କହିବାର ଶୈଳୀ କଠୋର ନ ହେବା ଦରକାର। କଷ୍ଟ ସ୍ବୀକାରପୂର୍ବକ କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି।
ବୃଷ
ବୃଷ
ସ୍ବଗୃହୀ କର୍ମାଧିପ ଯୋଗୁ ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଦୁଃଖ ଦେଇପାରେ, କିନ୍ତୁ କିଛି କହିପାରିବେ ନାହିଁ। ବାଣିଜ୍ୟରେ ଉନ୍ନତି କରିବେ,କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। ବନ୍ଧୁଙ୍କ ଜରିଆରେ ବକେୟା ଅର୍ଥ ପାଇବେ।
ମିଥୁନ
ମିଥୁନ
ରାଶିରେ ରବି କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସାହାଯ୍ୟରୁ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ। କଠିନ ପରିଶ୍ରମ ଓ ଟାଣଖରା ଜନିତ ଦେହଟା ଟିକିଏ ଭଲ ଲାଗି ନପାରେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ପାରିବାରିକ ସମସ୍ୟା କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
ଶୁକ୍ର ଓ ମଙ୍ଗଳଙ୍କ ରାଶ୍ୟାବସ୍ଥାନରୁ କେତେକ ନୂତନ ସୁବିଧା ପାଇ ମନ ହାଲୁକା ହୋଇଯିବ। ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହେବାକୁ ପଡ଼ିପାରେ। ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ସମସ୍ୟାବହୁଳ ରହିବ।
ସି˚ହ
ସି˚ହ
ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟି ପ୍ରଭାବରୁ ପ୍ରତିବନ୍ଧକ ମଧ୍ୟରେ କେତେକ ସ୍ଥଗିତ କାମ ସକାଶେ ଚିନ୍ତିତ ରହିପାରନ୍ତି। ଅଫିସରେ ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ ହୋଇ ନ ଥିବାରୁ ବ୍ୟସ୍ତତା ଅନୁଭବ କରିବେ।
କନ୍ୟା
ଅଷ୍ଟମସ୍ଥ ଗୁରୁଚାଣ୍ଡାଳ ଯୋଗ ହେତୁ ପାରିବାରିକ କ୍ଷେତ୍ରରେ ଅର୍ଥସଂକଟ ଦେଖାଦେବ। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ।
ତୁଳା
ତୁଳା
ଆଜି ଚନ୍ଦ୍ର ଓ ବୁଧ ଦୁଃସ୍ଥାନସ୍ଥ ଯୋଗୁ ସ୍ଥଗିତ କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
ଭାଗ୍ୟାଧିପତି ଉଚ୍ଚସ୍ଥ ହେତୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜିର କାମ କରିବାରେ ସଫଳତା ପାଇବେ। ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ। ଜ୍ୟେଷ୍ଠା ନକ୍ଷତ୍ର ନୀରବରେ ବସି ରହିଲେ ସମସ୍ୟାରେ ଛନ୍ଦି ହେବାକୁ ପଡ଼ିପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ।
ଧନୁ
ଧନୁ
ଶୁକ୍ରଙ୍କ ଦ୍ୱାରା ବିପରୀତ ରାଜଯାଗ ସୃଷ୍ଟି ହେଉଥିବାରୁ କୌଣସି ସମସ୍ୟା କାମକୁ ଅଟକାଇ ପାରିବନାହିଁ। ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତିତର୍କ ଠିକ୍‌ ହେବନାହିଁ। ଆନୁଷ୍ଠାନିକ କାମରେ ସୁଯୋଗ ପାଇ ଆନନ୍ଦିତ ହୋଇପାରନ୍ତି।
ମକର
ମକର
ପାରିବାରିକ ଅଶାନ୍ତିଜନିତ ଅନ୍ତର୍ଦ୍ୱନ୍ଦ୍ୱ ମାନସିକ ଅସୁସ୍ଥତାକୁ ବଢ଼ାଇଦେଇପାରେ। ତଥାପି ବହୁ ଦିନରୁ ଅଟକି ରହିଥିବା କାର୍ଯ୍ୟଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ଆର୍ଥିକ ସ୍ଥିତି ପୂର୍ବପରି ଲାଗି ରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
କର୍ମାଧିପତି ଷଷ୍ଠ ଯୋଗୁ କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଘର ପାଇଁ ହେଉ କିମ୍ବା ବନ୍ଧୁ ପାଇଁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ମୀନମୀନ
ଶୁଭଚନ୍ଦ୍ର କାରଣରୁ ବିଭିନ୍ନ ଦିଗରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। ରାହୁଯୁକ୍ତ ଗୁରୁ ହେତୁ ଭୁଲ୍‌ ବୁଝାମଣା ହେତୁ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦ ଉପୁଜିପାରେ। ବ୍ୟବସାୟ, ପରିବହନ, ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ। ଆଶା ପୂରଣ ହେତୁ ରେବତୀ ନକ୍ଷତ୍ରର ମାନସିକ ସ୍ଥିତି ପ୍ରାୟତଃ ଠିକ୍‌ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ରାଗିଯାଇଥିବା ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଗୁରୁମଙ୍ଗଳ ଯୋଗରୁ ପରିବାରରେ ଶାନ୍ତି ଓ ସହାବସ୍ଥାନ ସାଙ୍ଗକୁ ନୂତନ ଗୃହଲାଭର ଯୋଗ ଆସିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିପାରନ୍ତି।…

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?