Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍ ୨୦ ତାରିଖ – Daily Horoscope

ମେଷ
ଆଜି ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିପାରେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ବନ୍ଧୁଗହଣରେ ଫାଇଦା ହାସଲ ଲକ୍ଷ୍ୟରେ ମିତ୍ରମାନେ ପ୍ରଶଂସା ଗାଇବୁଲିବେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ
ବିଭିନ୍ନ ପ୍ରକାର ସମସ୍ୟା ଜାଲରେ ଛନ୍ଦିହୋଇ ମନୋବଳ ଭାଙ୍ଗିଲା ଭଳି ଅନୁଭବ କରିବେ। ଅଯଥାରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଶତ୍ରୁତା ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ। ପରିବହନରେ ଝଗଡ଼ା କିମ୍ବା ତଜ୍ଜନିତ ସମସ୍ୟାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବାରୁ ଖୁସି ରହିବେ। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। ସମର୍ଥକଙ୍କ ଶୁଭକାମନାରୁ ଖୁସି ରହିବେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରିବା କାରଣରୁ ଟେନ୍‌ସନ କମିଯିବ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ସଭାସମିତିରେ ତର୍କ ବୃଦ୍ଧି ପାଇବା କାରଣରୁ ଆଲୋଚନା ଅମୀମାଂସିତ ରହିବ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମନ ଖୁସି ହୋଇଯିବ।
ସି˚ହ
ସି˚ହ
ନିକଟସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସମସ୍ୟା ସମାଧାନ କରିବାରେ ସହାୟତା କରିବ। ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବ। ଆଜିର କଳା, ସାହିତ୍ୟ, ସାଂସ୍କୃତିକ ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ଆଜିର ଯାତ୍ରା, କର୍ମାରମ୍ଭ, ବ୍ୟବସାୟିକ ସ୍ଥିତି ବିଶେଷ ଭଲ ରହିବ। ତଥାପି ଭୁଲ୍‌ ବୁଝାମଣା ହେତୁ ଆମତ୍ୀୟମାନଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖର ମାତ୍ରା ବଢ଼ାଇଦେଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ଆଜି ରାସ୍ତାରେ ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ସତ୍‌ ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପରିବାରରେ ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ବିରକ୍ତ ଅନୁଭବ କରିପାରନ୍ତି।
ବିଛା
ବିଛା
ଆଜି ଯଥା ସମୟରେ ସବୁ କାମ ସମ୍ପନ୍ନହେବାରୁ ମନ ଖୁସି ହୋଇଯିବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ପ୍ରତିବନ୍ଧକ ଦୂରେଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହୋଇପାରନ୍ତି।
ଧନୁ
ଧନୁ
ନିର୍ଦ୍ଦିଷ୍ଟ ସମୟରେ ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥଲାଭ ଘଟିବ। ଗତକାଲିଠାରୁ ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କିଛି ସମୟ ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡିବେ। ଆଜି ବନ୍ଧୁଙ୍କ ସହ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ଆଜି କୌଣସି ଜିନିଷ ପାଇବାକୁ କେନ୍ଦ୍ରକରି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ଘରର ଅସଜଡ଼ା ପରିସ୍ଥିତି କଥା ଚିନ୍ତାକରି ରକ୍ତଚାପ ବଢ଼ିଯାଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
କୁମ୍ଭ
କୁମ୍ଭ
ଆଜି ବନ୍ଧୁମେଳରେ ନୂତନ ଜିନିଷ କ୍ରୟକରିବା ସକାଶେ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ଅନ୍ୟଥା ହରାଇବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ସଚେତନତା ଅଭାବରୁ କ୍ରନିକ୍‌ ରୋଗପୀଡ଼ାରେ ବିଶେଷ କଷ୍ଟ ପାଇପାରନ୍ତି।
ମୀନମୀନ
ଆଜି ପରିବାରର ଅଶାନ୍ତ ପରିବେଶକୁ ସ୍ବାଭାବିକ କରିବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ। ଅର୍ଥ ଆଦାୟରେ ସକ୍ଷମ ହେବେ। ବାକ୍‌ ଅସଂଯମ ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ ଏବଂ ସହଯୋଗ ନିରର୍ଥକ ମନେହେବ। ବ୍ୟବସାୟର ଲାଭ ଅନ୍ୟ ଏକ ଉଦ୍ଦେଶ୍ୟରେ ବିନିଯୋଗ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ରାଗିଯାଇଥିବା ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଗୁରୁମଙ୍ଗଳ ଯୋଗରୁ ପରିବାରରେ ଶାନ୍ତି ଓ ସହାବସ୍ଥାନ ସାଙ୍ଗକୁ ନୂତନ ଗୃହଲାଭର ଯୋଗ ଆସିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିପାରନ୍ତି।…

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?