Posted inRasifala

ରାଶିଫଳ: ଶୁକ୍ରବାର , ଜୁନ୍ ୨୩ ତାରିଖ – Daily Horoscope

ମେଷ
ଆଜି ଦୂରଯାତ୍ରା, ବାଣିଜ୍ୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ଲ-ନାମାକ୍ଷର ବ୍ୟକ୍ତି ସବୁକଥାକୁ ଭଲରୂପେ ବିଚାରି କାମ ନ କଲେ ସମସ୍ୟା ମାଡ଼ି ଆସିପାରେ। କାର୍ଯ୍ୟବ୍ୟସ୍ତତା କାରଣରୁ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାମୁକ୍ତ ରହିବେ।
ବୃଷ
ବୃଷ
ଆପଣଙ୍କ ସକାଶେ ଆଜି ଦିନଟି ଭଲ ରହିବ। ଆନୁଷ୍ଠାନିକ କାମ ସକାଶେ ଧାଁ ଦଉଡ କରିବାକୁ ପଡ଼ିପାରେ। ଏକ ନିର୍ଦ୍ଦିଷ୍ଟ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ବ-ନାମାକ୍ଷର ବ୍ୟକ୍ତିଙ୍କ ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ପରିସ୍ଥିତିବଶତଃ ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘ-ନାମାକ୍ଷର ବ୍ୟକ୍ତିଙ୍କର ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍‌ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ।
କର୍କଟ
କର୍କଟ
ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। ପୁଷ୍ୟା ନକ୍ଷତ୍ରର ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ରହିବ। ନିଜ ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବାଣିଜ୍ୟ, ନିର୍ମାଣ ଓ ପରିବହନରେ କିଛି ସମସ୍ୟା ଦେଖାଦେଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ଫନ୍ଦି ଫିକର କରିପାରନ୍ତି। ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ମଘା ନକ୍ଷତ୍ର ସମସ୍ୟା ସୁଧାରିବା ସକାଶେ ନିଜକୁ କିଛି କରିବାକୁ ପଡ଼ିବ।
କନ୍ୟା
ଉତ୍ତରାଫାଲଗୁନୀ ନକ୍ଷତ୍ର ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ। ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ଓ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ପାରିବାରିକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ।
ତୁଳା
ତୁଳା
ବିଶାଖା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଦୋଦୁଲ୍ୟମାନ ଅବସ୍ଥାରେ ରହିବାକୁ ବାଧ୍ୟ ହେବେ। ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। ମୂଲ୍ୟବାନ ଜିନିଷ ଖରିଦ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି।
ବିଛା
ବିଛା
ପରିବାରରେ ଭୁଲ୍‌ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ। ଅନୁରାଧା ନକ୍ଷତ୍ର ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ। ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ। କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି।
ଧନୁ
ଧନୁ
କୌଣସି ଅସୁବିଧା ନ ଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଚିନ୍ତାକରି ବିବ୍ରତ ରହିବେ। ବିବାଦୀୟ ପରିସ୍ଥିତି କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଉତ୍ତରାଷାଢା ନକ୍ଷତ୍ର ବାଧ୍ୟ ବାଧକତାରେ ନାହିଁ କରି ନ ପାରି ଦୂରଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତିରୁ ମନ ଖୁସି ରହିବ।
ମକର
ମକର
ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। କ୍ରୀଡ଼ା, ଚଳଚ୍ଚିତ୍ର, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଉନ୍ନତି କରିବେ। ଟିକିଏ ଟିକିଏ କଥାରେ ରାଗି ଯାହା ମନକୁ ଆସିଲା କହି ପକାଇବା ଦ୍ୱାରା କିଛି ସମସ୍ୟା ଆସିପାରେ। ଆତ୍ମୀୟମାନେ ଆପଣଙ୍କ କାମକୁ ସୁଗମ କରିପାରନ୍ତି।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପଡ଼ୋଶୀଙ୍କ ସହାୟତାରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ମୀନମୀନ
ଉତ୍ତରଭାଦ୍ରବ ନକ୍ଷତ୍ର ସମସ୍ୟାକୁ ପ୍ରତିହତ କରି ଆଗକୁ ବଢ଼ିବା ସକାଶେ ପଦକ୍ଷେପ ନେବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ଥିଲେ ମଧ୍ୟ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ। ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri