Posted inRasifala

ରାଶିଫଳ: ସୋମବାର, ଜୁନ୍ ୨୬ ତାରିଖ – Daily Horoscope

ମେଷ
ଶୁଭଚନ୍ଦ୍ର ହେତୁ ବନ୍ଧୁଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ଅପରାହ୍ନରେ ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ପୂର୍ବରୁ ଥିବା ସମସ୍ୟାଗୁଡିକ ନେଇ ଚିନ୍ତା କରିପାରନ୍ତି।
ବୃଷ
ବୃଷ
ସାଧାରଣ କଥାକୁ କେନ୍ଦ୍ର କରି ସୁସମ୍ପର୍କରେ ବୈର ମନୋଭାବ ସାଙ୍ଗକୁ ତର୍କ ବିତର୍କର ସମ୍ମୁଖୀନ ହେବେ। ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ। ବିଶେଷ ଭ୍ରମଣ ସ୍ବାସ୍ଥ୍ୟ ହାନିର କାରଣ ହୋଇପାରେ। ହାତକୁ ନେଇଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମିଥୁନ
ମିଥୁନ
ଅସୁବିଧାରେ ଥିଲେ ମଧ୍ୟ ନିଜ ପରିସର ଲୋକଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ। ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ସ୍ବାସ୍ଥ୍ୟ ପ୍ରତି ଗୁରୁତ୍ୱ ନ ଦେଲେ ହଇରାଣ ହେବେ।
କର୍କଟ
କର୍କଟ
ଆଜି ଶୁକ୍ରଙ୍କ ସୁପ୍ରଭାବରୁ ଭୋଗବିଳାସ, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍‌ ସକାଶେ ମନ ବଳାଇବେ। କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ। ଅତୀତ ଘଟଣାର ସମୀକ୍ଷା କରିବେ। ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବାଣିଜ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ମଙ୍ଗଳଙ୍କ ଦୁର୍ବଳତା ହେତୁ ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେବା କାରଣରୁ ମନ ଭଲ ରହିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ଅଫିସରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆଜିର କାମରେ ଲକ୍ଷ୍ୟ ହାସଲ ସକାଶେ କୂଟନୀତି ଅବଲମ୍ବନ କରିବେ।
କନ୍ୟା
କୌଣସି କଥାକୁ ଠିକ୍‌ ଭାବେ ବିଚାର ନ କରି ଓ ଭୁଲ୍‌ ନିଷ୍ପତ୍ତି ନେଇ ପରେ ଅନୁତାପ କରିପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଶିକ୍ଷା, ସନ୍ତାନ କ୍ଷେତ୍ରରେ ସମସ୍ୟା ଦେଖାଦେଇ ପାରେ। ଶତ୍ରୁତା କାରଣରୁ ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମତାନ୍ତରଜନିତ ସାୟାହ୍ନେ ପାରିବାରିିକ ସଦ୍ଭାବ ରହିବ ନାହିଁ।
ତୁଳା
ତୁଳା
ବିଜାତୀୟ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧିକୁ ସନ୍ଦେହ କରି ଘରେ ବିଭିନ୍ନ ପ୍ରକାର କଥା ଶୁଣିବାକୁ ପଡିପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବେ। ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ। ସ୍ବାସ୍ଥ୍ୟହାନି କାରଣରୁ କାମ ପାଇଁ ନିଃସ୍ପୃହତା ଦେଖାଯିବ।
ବିଛା
ବିଛା
ତୃତୀୟାଧିପଙ୍କ ବଳହୀନତାରୁ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛରୁ ଗୋଡ ଟାଣିପାରନ୍ତି। ପରିବାରରେ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡ଼ିବ। ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ।
ଧନୁ
ଧନୁ
ଚାହୁଁଥିବା ଦିଗରୁ ଅର୍ଥ ଓ ଆବଶ୍ୟକ ସହଯୋଗ ଆଶା ଭଣ୍ଡୁର ହୋଇଯିବ। କର୍ମକ୍ଷେତ୍ରରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ନିଜର କେତେକ ବ୍ୟକ୍ତିଗତ କାରଣରୁ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଦୀର୍ଘଦିନର ପୁରୁଣା ରୋଗ ସକାଶେ ବିଶେଷ ଚିନ୍ତିତ ରହିପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କଲେ ଓଲଟା ଫଳ ପାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ। ଗୁରୁତ୍ୱପୂର୍ଣ୍ଣ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି। ବିବାଦୀୟ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିବେ।
କୁମ୍ଭ
କୁମ୍ଭ
ଆଜି ସାହାଯ୍ୟ ପରିପ୍ରେକ୍ଷୀରେ ବନ୍ଧୁଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବାକୁ ପଡିପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ଓ ସାଧାରଣ କଥାକୁ ଅସାଧାରଣ ଭାବେ ଚିନ୍ତା କରିବେ। ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ପରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। ପରିବାରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ଋଣ ପରିଶୋଧ କରିବା ସକାଶେ ଚିନ୍ତିତ ରହିପାରନ୍ତି। ସାଙ୍ଗଠନିକ କ୍ଷେତ୍ରରେ ଭାବୁଥିବା କାମଟିକୁ ଶେଷ କରିପାରିବେନି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri