Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି କର୍ମସ୍ଥଚନ୍ଦ୍ର ଗୁରୁଶୌରୀ ସଂଯୋଗରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି। ମାତ୍ର ନିର୍ମାଣାଧୀନ କାର୍ଯ୍ୟ କେତେକ ଆକସ୍ମିକ ସମସ୍ୟା କାରଣରୁ ସ୍ଥଗିତ ରହିପାରେ।
ବୃଷ
ବୃଷ
ରାଶିକୁ ତିନୋଟି ଗ୍ରହ ଦେଖୁଥିବାରୁ ଯାହା ପାଇଁ କଷ୍ଟ ସ୍ବୀକାର କରି ସାହାଯ୍ୟ କରିଥିଲେ ସେ ଆପଣଙ୍କୁ ବିରୋଧ କରିବ। ଅପରିଚିତ ଲୋକଙ୍କ ସହ ସମ୍ପର୍କ ରଖିବା କାରଣରୁ ଘର ଲୋକେ ବିରକ୍ତ ହେବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ମାତ୍‌ ଦେବେ। ସଙ୍ଗୀତ କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ ।
ମିଥୁନ
ମିଥୁନ
ମଙ୍ଗଳ ଦଶମସ୍ଥ ଯୋଗୁ ସ୍ବାର୍ଥସାଧନ ଆଶାରେ ସହକର୍ମୀ ସମସ୍ୟା ସୃଷ୍ଟି କରିପାରନ୍ତି। ସମ୍ପର୍କୀୟଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଘଟିପାରେ। ବିନା କାରଣରେ ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେବେ। ପରିବାରରେ ପୁରୁଣା କଥା ଆଲୋଚନା ହିଁ କଳହର କାରଣ ହେବ।
କର୍କଟ
କର୍କଟ
ନିଜେ ଅସୁବିଧାରେ ରହି ବନ୍ଧୁଙ୍କୁ ସାହାଯ୍ୟ କରିବେ। ବୃହସ୍ପତି ଶନି ଯୁକ୍ତ ହେତୁ ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ। ବନ୍ଧୁ ଅଭିମାନଭରା କଥା କହି ଆପଣ ତାହାଙ୍କୁ ସାହାଯ୍ୟ କରି ନ ଥିବାରୁ ଦୁଃଖ କରିପାରନ୍ତି। ଯେଉଁ ଜିନିଷଟି କିଣିବା ପାଇଁ ଆପଣଙ୍କ ଇଚ୍ଛା ନାହିଁ, ତାହା କିଣିବା ସକାଶେ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ପାରିବାରିକ ସମସ୍ୟା ବଢ଼ିଯିବାରୁ ମାନସିକ ଅସ୍ଥିରତା ଦେଖାଦେବ। ମଧ୍ୟାହ୍ନରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି। ମାତ୍ରାଧିକ ଭ୍ରମଣ ଓ କାମ ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତିସୂଚକ କଥା ଶୁଣି ମନ ହାଲୁକା ହୋଇଯିବ। ମହିଳାଙ୍କର ଯାତ୍ରା ଓ ଭ୍ରମଣ କ୍ଷେତ୍ରରେ କିଛି ଅସୁବିଧା ହେବନି।
କନ୍ୟା
କାମଗୁଡ଼ିକ ଆଜି ବିଳମ୍ବରେ ସମ୍ପନ୍ନ ହେବାରୁ ନିଜକୁ ହିଁ ଦୋଷୀ ମଣିବେ। ଅନ୍ୟର କଥାରେ ପ୍ରଭାବିତ ହୋଇ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବ୍ୟବସାୟ,ପରିବହନ, ମାଲିମକଦ୍ଦମାରେ ଉନ୍ନତି କରିବେ। ମହିଳାଙ୍କର ରୁଗ୍‌ଣ ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବ।
ତୁଳା
ତୁଳା
ଯେତେ ସହଜରେ କାମ ହାସଲ କରିବାକୁ ଭାବୁଛନ୍ତି, ବାସ୍ତବ କ୍ଷେତ୍ରରେ ତାହା ସହଜସାଧ୍ୟ ହୋଇ ନ ପାରେ। ସ୍ବାତୀର କେତେକ ଦୀର୍ଘମିଆଦୀ ଯାଜନା ଫସର ଫାଟିଯିବା କାରଣରୁ ମନ ଭଲ ରହିବ ନାହିଁ। ବ୍ୟବସାୟ ଓ ପରିବହନ ସମସ୍ୟା ସମାଧାନ ହେବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ବିଛା
ବିଛା
ସମୟ ଭଲ ନଥିଲେ ମଧ୍ୟ ବିଭିନ୍ନ କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି। ସାହିତ୍ୟ, ସଙ୍ଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜିବେ। ନିର୍ମାଣ କ୍ଷେତ୍ରରେ ପୂରା ଦମ୍‌ରେ କାମ କରିବାକୁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନତୁବା ପରେ ଚିନ୍ତା କରିବାକୁ ପଡ଼ିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ଘଟିବ। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ମାଙ୍ଗଳିକ କାମର ପ୍ରସ୍ତୁତି କରି ବିଚଳିତବୋଧ କରିପାରନ୍ତି। ବିବାଦୀୟ ଘଟଣାରେ ନୀରବ ରହିଯିବା ଭଲ। ମହିଳାମାନେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ନିଜ ନିଜ ଭିତରେ ଟଣାଓଟରା ଲାଗିପାରନ୍ତି।
ମକର
ମକର
ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ। ସଭାସମିତି, କଳା, କ୍ରୀଡ଼ା, ସାହିତ୍ୟ, ସାମ୍ବାଦିକତା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମହିଳାଙ୍କର ଭୁଲ୍‌ ବୁଝାମଣା ଯୋଗୁ ପରିବାରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ମହିଳାମାନେ ଶତ୍ରୁତା ସୃଷ୍ଟି ହେବା ଭଳି କାମ କଲେ ଅପଦସ୍ଥ ହେବେ।
ମୀନମୀନ
ପାରିବାରିକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବାକୁ ବାଧ୍ୟ ହେବେ। ବ୍ୟସ୍ତତା ପରିହାର କରି ପାଖ ବନ୍ଧୁ ଦ୍ୱାରା କାମ ହାସଲ ପାଇଁ ପ୍ରଯତ୍ନ କରିବା ଭଲ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ ଓ ବନ୍ଧୁ ସମ୍ପର୍କରେ ଆଶାଜନକ ଫଳ ପାଇପାରନ୍ତି। ମହିଳାମାନେ ବନ୍ଧୁମିଳନରୁ ସାମୟିକ ଭାବରେ ଦୁଃଖ କେତେକାଂଶରେ ଭୁଲିଯିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri