Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୧୭ ତାରିଖ– Daily Horoscope

ମେଷ
ଆଜି କାମ ହାସଲ କ୍ଷେତ୍ରରେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ଗୃହରେ ମଙ୍ଗଳୋତ୍ସବ କାର୍ଯ୍ୟ ସମ୍ପନ୍ନ ପାଇଁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିବେ।
ବୃଷ
ବୃଷ
ଅନିୟମିତ ଆହାର ଗ୍ରହଣରେ ଶରୀର କଷ୍ଟ ଅନୁଭବ କରିପାରନ୍ତି। ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ମିଳିବ। ଆଲୋଚନା ଅବସରରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ। ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମିଥୁନ
ମିଥୁନ
ଆଜି ଦିନଟିରେ ମନୋରଞ୍ଜନ ପ୍ରୀତିପ୍ରଦ ହେବ। ଆପଣଙ୍କ କାର୍ଯ୍ୟଶୈଳୀର ପ୍ରଶଂସା କରି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ସାହିତ୍ୟ, ସଙ୍ଗୀତ ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ବାରମ୍ବାର ପାଇବା ଜିନିଷର ଅନିଶ୍ଚିତତା ମନରେ ଗଭୀର ଆଲୋଡନ ସୃଷ୍ଟି କରିବ। କର୍ମକ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଅସ୍ଥିରତା ଲାଗି ରହିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ।
ସି˚ହ
ସି˚ହ
ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ଦୀର୍ଘ ଦିନରୁ ରହି ଆସିଥିବା ସମସ୍ୟା ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି ପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତିଲାଭ କରିବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
କନ୍ୟା
ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ। କର୍ମକ୍ଷେତ୍ରରେ ଈର୍ଷା ଓ ଅସୂୟାଜନିତ ଶତ୍ରୁତା ଯୋଗୁ ସାମୟିକ ବିଚଳିତବୋଧ କରିପାରନ୍ତି। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ, କିନ୍ତୁ ହଠାତ୍‌ ପ୍ରତିକ୍ରିୟା ପ୍ରକାଶ କରନ୍ତୁନାହିଁ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ କାମରେ ଯୋଗଦେଇପାରନ୍ତି।
ତୁଳା
ତୁଳା
ବହୁ ବିଳମ୍ବରେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସଭାସମିତିରେ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ।
ବିଛା
ବିଛା
ଆନୁଷ୍ଠାନିକ କାମ ସକାଶେ ଆଜିର ବନ୍ଧୁଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ। ଶୁଭକାର୍ଯ୍ୟରେ ଯୋଗଦେଇ ଦୀର୍ଘ ଦିନର ଅଦେଖା ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସମ୍ପର୍କୀୟ କୌଣସି ବ୍ୟକ୍ତିଙ୍କ କାର୍ଯ୍ୟକଳାପରେ ସନ୍ଦେହୀ ହୋଇ ଉଠିବେ। ପରିବାରର ଛୋଟ କଥାକୁ ନେଇ ତର୍କ କରିବା ଠିକ୍‌ ହେବ ନାହିଁ।
ଧନୁ
ଧନୁ
ଅତୀତ କଥାକୁ କେନ୍ଦ୍ରକରି ମାନସିକ ସ୍ଥିତି ଭଲ ରହିବ ନାହିଁ। ବନ୍ଧୁଙ୍କ ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରିପାରିବେ ନାହିଁ। ପରିସ୍ଥିତି ଯେତେ ଗମ୍ଭୀର ହେଉନା କାହିଁକି, ଆପଣଙ୍କର ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି।
ମକର
ମକର
ଶାରୀରିକ ଅସୁସ୍ଥତା କର୍ମକ୍ଷେତ୍ରକୁ ସ୍ଥଗିତ ରଖିବ। ବନ୍ଧୁମାନଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ଉପକୃତ ହେବେ।
କୁମ୍ଭ
କୁମ୍ଭ
ସମସ୍ୟାକୁ ନିୟନ୍ତ୍ରଣ କରିବା ସକାଶେ ପ୍ରିୟ କଥା କହି ସମ୍ଭାଳିନେବେ। ସରଳବିଶ୍ୱାସ କରି ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ପାରିବାରିକ ଅସ୍ଥିରତା ହେତୁ ବୃଦ୍ଧି ପାଇବା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ହାସଲ କରିବେ।
ମୀନମୀନ
ମାନସିକ ଅସୁସ୍ଥତା ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଲାଗି ରହିବ। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ବନ୍ଧୁମେଳରେ ଅପ୍ରିୟ ସତ୍ୟ କହି ବିରୋଧୀ ହୋଇପାରନ୍ତି। ଆଜି ଶେଷ କରିବାକୁ ଭାବୁଥିବା କାମ ଶେଷ କରିପାରିବେନି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri