Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ
ଆଜି ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା ସକାଶରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ବିବାଦୀୟ ଘଟଣାରେ କୌଣସି ପକ୍ଷ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଚଳଚ୍ଚିତ୍ର, ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ଛୋଟ ଛୋଟ କଥାକୁ କେନ୍ଦ୍ରକରି ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ କଳହ ଲାଗିବ। କୌଣସି ମୂଲ୍ୟବାନ ଜିନିଷ କିଣିବା ସକାଶେ ଧାର କରିବାକୁ ପଡ଼ିବ। ଅଯଥା ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରି ସମାଲୋଚିତ ହେବେ। ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ସହକର୍ମୀଙ୍କ ସହ ଟଙ୍କା, ପଇସାକୁ କେନ୍ଦ୍ର କରି କଳହ ଘଟିପାରେ। ବନ୍ଧୁ ଗହଣରେ ବେଶି ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ କରି ରଖିବ। ବହୁ ଦିନରୁ ଚେଷ୍ଟା କରି ପାଇ ନ ଥିବା ପ୍ରାପ୍ୟଧନ ଆଜି ଅପରାହ୍ନରେ ପାଇବାର ପ୍ରତିଶ୍ରୁତି ପାଇବେ। ସମ୍ପର୍କୀୟ ବ୍ୟକ୍ତିଙ୍କ ସକାଶେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ହେବ।
କର୍କଟ
କର୍କଟ
ବନ୍ଧୁମାନେ ସାହାଯ୍ୟ କରିବାକୁ ଆଗେଇ ଆସିବା ବଦଳରେ ସ୍ବାର୍ଥହାନି ଆଶଙ୍କାରେ ଦୂରେଇ ଯିବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ପ୍ରେସ୍‌ ଓ ପବ୍ଲିକେଶନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ କେନ୍ଦ୍ର କରି ମନ ଭଲ ରହିବ ନାହିଁ। ପରିବାରରେ ବଦ୍‌ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ, କିନ୍ତୁ ପାରିବେ ନାହିଁ। କର୍ମକ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କନ୍ୟା
ଆର୍ଥିକ ଅଭାବ ସଙ୍ଗକୁ ପ୍ରତ୍ୟେକ କାମ ବହୁତ ବିଳମ୍ବରେ ହେଉଥିବାରୁ ବ୍ୟସ୍ତତା ବଢିଯିବ। ଦୁଃଖିତ ଆତ୍ମୀୟଙ୍କୁ ସାନ୍ତ୍ବନା ଦେବାକୁ ଯାଇ ପରିବାରରେ ଟଣା ଓଟରା ଲାଗିଯିବ। ଦୀର୍ଘ ଦିନରୁ ସାଧାରଣ କଥାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ନିଜ ପରିସରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ।
ତୁଳା
ତୁଳା
ପରିସ୍ଥିତିବଶତଃ ଆଲୋଚନା କ୍ଷେତ୍ରରେ ଠିକ୍‌ କଥା କହି ପାରିବେ ନାହିଁ। ଅପ୍ରିୟ ସତ୍ୟ କହି ସମସ୍ୟାକୁ ନିମନ୍ତ୍ରଣ କରିବେ। ବ୍ୟୟ ଭାର କମି କମି ଆସିବ ଏବଂ ବାଣିଜ୍ୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ। ଆର୍ଥିକ ଅନଟନ କିମ୍ବା ଧନ ହାନି ଓ ସ୍ଥାନ ବଦଳିବା କାରଣରୁ ଦୁଶ୍ଚିନ୍ତା ମଧ୍ୟ ବଢିଯିବାର ସୂଚନା ରହିଛି।
ବିଛା
ବିଛା
କାମର ଚାପ ବୃଦ୍ଧି ପାଇବା କାରଣରୁ ଓ କିଛିଟା ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ। ଆଜି ଯେମିତି ଛାହୁଁଛନ୍ତି ସେପରି ଫଳ ମିଳିଯିବ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବନ୍ଧୁମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି, ଯାହା କି କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ।
ଧନୁ
ଧନୁ
ପୁରାତନ ରୋଗପୀଡା ଓ ପୂର୍ବ ଶତ୍ରୁତାକୁ ନେଇ ମନ ଭଲ ରହିବ ନାହିଁ। ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ କଟିବ। କୌଣସି କାର୍ଯ୍ୟ ସକାଶେ ଅର୍ଥର ଆବଶ୍ୟକତାକୁ ନେଇ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଭ୍ରମଣ, ସଂଗଠନ, ରାଜନୀତି, କଳା, ସାହିତ୍ୟ, ପ୍ରଶାସନିକ ତଥା ସଭାସମିତି କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମକର
ମକର
ପ୍ରତ୍ୟେକ କାମ ସାମାନ୍ୟ ବିଳମ୍ବିତ ସମୟରେ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଆନୁଷ୍ଠାନିକ, ସାଂଗଠନିକ ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହୋଇଯିବ। ମାଲିମକଦ୍ଦମାରେ ସଫଳତା ହାସଲ କରିବା ସଙ୍ଗକୁ ଆର୍ଥିକ ପରିସ୍ଥିତି ପ୍ରାୟତଃ ମନ୍ଦ ହେବନି।
କୁମ୍ଭ
କୁମ୍ଭ
ଆଜି ଏକ ସାଧାରଣ ଆଲୋଚନା ମଧ୍ୟରେ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁଙ୍କ ସହ କଳହ ଘଟିପାରେ। ଜମିଜମା, ସରକାରୀ ସୂତ୍ରରୁ ଅର୍ଥ, ଧାର୍ମିକ କାର୍ଯ୍ୟ ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନକୁ କେନ୍ଦ୍ରକରି ବାଦବିବାଦରେ ଆପୋସ ସମାଧାନ ଘଟିବ। କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ।
ମୀନମୀନ
ବନ୍ଧୁଙ୍କ ସାହାଯ୍ୟ ଲାଭ କରି ମାନସିକ ସ୍ଥିତି କ୍ରମଶଃ ସୁସ୍ଥ ହୋଇଯିବ। ଆଜି ଯାହା ଭାବୁଛନ୍ତି, ସେହିପରି ହିଁ ପାଇବେ। କିନ୍ତୁ କର୍ମକ୍ଷେତ୍ରରେ ଅପରାହ୍ନରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କ୍ରୀଡ଼ା, କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri