Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜିର କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରଙ୍କ ମଧ୍ୟରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ। ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ଭ୍ରମଣ ସୁଯୋଗ ମିଳିବ। ଆକସ୍ମିକ ଭାବରେ ଆତ୍ମୀୟଙ୍କ ନିକଟରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।
ବୃଷ
ବୃଷ
ଅନ୍ୟମାନଙ୍କ କାନକୁ ମଧୁର ଲାଗିଲା ଭଳି କଥା କହି କାମ ହାସଲ କରିବେ। ବହୁ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ୍‌ ଭାବେ ସମ୍ପନ୍ନ ହେବ। ଫେରନ୍ତା ବାଟରେ ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ, କିନ୍ତୁ ପ୍ରକାଶ୍ୟରେ କିଛି କହି ପାରିବେ ନାହିଁ। ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ସ୍ନାୟବିକ ଦୁର୍ବଳତାଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଅର୍ଥ ସମ୍ବନ୍ଧିତ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି। ପରିବାରର ବରାଦ କ୍ରମେ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
କର୍କଟ
କର୍କଟ
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ଯାତ୍ରା ସମୟରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ପର କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। କୌଣସି ସମସ୍ୟାରେ ମନ ଭାରାକ୍ରାନ୍ତ ରହିଥିବାରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ।
ସି˚ହ
ସି˚ହ
ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗର ଅଭାବ ମାନସିକ ସ୍ଥିରତାକୁ କ୍ଷୁଣ୍ଣ କରିବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ସକାଳ ସମୟରେ ବ୍ୟବସାୟିକ କାରବାର, ବନ୍ଧୁଙ୍କ ସହ ଆଲୋଚନା ହେତୁ ଶୁଭଫଳ ପାଇପାରନ୍ତି। ଜଣେ ପଡୋଶିନୀ ଆର୍ଥିକ ସାହାଯ୍ୟ କରିବେ।
କନ୍ୟା
ଆପଣଙ୍କ ଅଭାବୀ ପରିସ୍ଥିତିକୁ ହୃଦୟଙ୍ଗମ କରି ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଗବେଷଣା, ସାହିତ୍ୟ, କଳା ଓ ରଚନାମତ୍କ କାମରେ ପ୍ରଶଂସିତ ହେବେ। ସଭାସମିତିରେ ରୋକ୍‌ଠୋକ୍‌ କଥା ଓ କାର୍ଯ୍ୟକଳାପ ପାଇଁ ପରିବାର ମଧ୍ୟରେ ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଅଫିସ୍‌ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥାଟି ଭୁଲିଯିବେ। ଅସୁସ୍ଥ ବନ୍ଧୁଙ୍କ ଦର୍ଶନ ପାଇଁ ମନ ଛଟପଟ ହେବ। ପ୍ରକାଶନ, ଗବେଷଣା, ଚୁକ୍ତିପତ୍ର, ଆଲୋଚନା ତଥା ଲେଖାପଢାରୁ ଶୁଭଫଳ ପାଇବେ।
ବିଛା
ବିଛା
ବିଭିନ୍ନ ଅପ୍ରକାଶ୍ୟ ଘଟଣାକୁ କେନ୍ଦ୍ରକରି ଅଧିକାଂଶ ସମୟ ମନ ବିଚଳିତ ରହିବ। ଅନ୍ୟମାନଙ୍କ ମିଥ୍ୟାଳାପ କାରଣରୁ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କ ହୋଇପାରେ। ପାରିବାରିକ ସମସ୍ୟା ବଢିବ। ମନ କଥା ମନରେ ରହିଯିବ ସିନା ଅଯଥା ରାଗି ଅନ୍ୟମାନଙ୍କ ସହ ଥିବା ସମ୍ପର୍କକୁ ଖରାପ କରନ୍ତୁ ନାହିଁ।
ଧନୁ
ଧନୁ
ଆକସ୍ମିକ ସୃଷ୍ଟି ହୋଇଥିବା ପରିସ୍ଥିତି ଆପଣଙ୍କୁ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବାକୁ ବାଧ୍ୟ କରିବ। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ।
ମକର
ମକର
ଆଜି ଦିନରେ ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ବାଣିଜ୍ୟ, ପରିବହନ, ନିର୍ମାଣ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସଫଳ ହେବେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଏଣୁ ସତର୍କ ରହିବା ଭଲ ହେବ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ଠିକ୍‌ ରହିଲେ ମଧ୍ୟ ସମସ୍ୟାଜନିତ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଇଚ୍ଛା ନ ଥିଲେ ମଧ୍ୟ ବ୍ୟର୍ଥ ଭ୍ରମଣ ଓ ଅଯଥା ଖର୍ଚ୍ଚାନ୍ତ ଦୁଶ୍ଚିନ୍ତାର କାରଣ ହେବ। ପରିବାରରେ ସାଧାରଣ ଭୁଲ୍‌ ବୁଝାମଣାକୁ ଦୂରେଇନେଲେ ଉପକୃତ ହେବେ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇପାରେ।
ମୀନମୀନ
ସମସ୍ୟା ସମାଧାନ କରିବା ସକାଶେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ପ୍ରିୟ ବନ୍ଧୁଟି ସହ ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ସକାଳୁ ସକାଳୁ ଆଶା କରୁଥିବା କୌଣସି ଖବର ସହକର୍ମୀଙ୍କ ନିକଟରୁ ପାଇ ଖୁସୀ ହୋଇଯିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?