

କର୍ମକ୍ଷେତ୍ରରେ ସମସ୍ୟା ଜାଲରେ ଛନ୍ଦିହୋଇ ସ୍ବଗୃହସ୍ଥ ଶନିଙ୍କ ଯୋଗୁ ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ। ଶିଳ୍ପ,ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ କିଛି ସତର୍କତାର ଆବଶ୍ୟକତା ପଡ଼ିବ ନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।








ଭାଗ୍ୟସ୍ଥାନକୁ ଦେଖୁଥିବା ମଙ୍ଗଳ ଯୋଗୁ ବନ୍ଧୁମାନଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ। ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପରିସ୍ଥିତିରେ ପଡ଼ି ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବାକୁ ବାଧ୍ୟ ହେବେ।


ଆଜିର କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଖଳ ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା କ୍ଷେତ୍ରରେ ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।

