Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି କର୍ମାଧିପ ଶନି ଓ ମନକାରକ ଚନ୍ଦ୍ର ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ ନୂତନ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ଆସି ନ ପାରେ। ଅଧିକନ୍ତୁ ମତାନ୍ତର କିମ୍ବା ମନାନ୍ତର ଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ତଥାପି ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ।
ବୃଷ
ବୃଷ

ଚନ୍ଦ୍ର ଓ ବୁଧ ଦ୍ୱିଦ୍ୱାଦଶ ହେତୁ ପର କଥାକୁ ସତ ମନେକରି ଘରୋଇକଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିରେ ପ୍ରତିବନ୍ଧକ ରହିବନାହିଁ। ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। କିନ୍ତୁ ଆର୍ଥିକ ଅନଟନ ନେଇ ବ୍ୟସ୍ତ ହୋଇପାରନ୍ତି।

ମିଥୁନ
ମିଥୁନ
କର୍ମସ୍ଥାନ ଶନିଦୃଷ୍ଟ ଯୋଗୁ କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ନେଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ କିନ୍ତୁ ଆପଣ ହୁଏ ତ ତାହାକୁ ଅସ୍ବୀକାର କରିଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କର୍କଟ
କର୍କଟ
ଆଜିର ରବି ସହ ବୁଧ ସଂଯୋଗ ପ୍ରଭାବରେ ଯେକୌଣସି କାମ କରନ୍ତୁନା କାହିଁକି,ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡ଼ିପାରେ। କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ନୀଚାରୋହୀ ରବିଙ୍କ ପ୍ରଭାବରେ ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଅବଶ୍ୟ ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
କର୍ମଭାବରେ ରାହୁଙ୍କ ଉପସ୍ଥିତିରୁ ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ସମ୍ପନ୍ନ ହୋଇପାରିବ ନାହିଁ। ଗଠନମୂଳକ କିମ୍ବା ସାମୂହିକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ଅପରାହ୍ନେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ପାପଯୁକ୍ତ ବୃହସ୍ପତି ହେତୁ ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ। ସତର୍କତା ଅଭାବରୁ ଜିନିଷପତ୍ର ହଜିଯିବାର ସମ୍ଭାବନା ରହିଛି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ଶନି ଓ ମଙ୍ଗଳଙ୍କ କେନ୍ଦ୍ରାଧିଷ୍ଠାନ ପ୍ରଭାବରେ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବାରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ନେବେ। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ।
ଧନୁ
ଧନୁ
ବୁଧାଦିତ୍ୟ ଯୋଗ ପ୍ରଭାବରୁ ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ତିଷ୍ଠି ରହିବ ନାହିଁ। ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ସାମୟିକ ଶାରୀରିକ ସୁସ୍ଥତା ଫେରିପାଇବେ।
ମକର
ମକର

ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିବ। ପରିବାରରେ ସ୍ତ୍ରୀଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।

କୁମ୍ଭ
କୁମ୍ଭ
ଅଭାବବୋଧ ଲାଗିରହିବା କାରଣରୁ ବ୍ୟସ୍ତତା ବଢ଼ି ବଢ଼ି ଯିବ। ସାମାଜିକ ସ୍ତରରେ ପ୍ରତିଷ୍ଠା ସାଙ୍ଗକୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢ଼ିପାରେ। ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟାର ସମାଧାନର ରାସ୍ତା ଖୋଲିଯିବ।
ମୀନମୀନ

ଆଜି ଆପଣ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବା ନିଶ୍ଚିତ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri