Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜି କର୍ମାଧିପ ଶନି ଓ ମନକାରକ ଚନ୍ଦ୍ର ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ ନୂତନ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ଆସି ନ ପାରେ। ଅଧିକନ୍ତୁ ମତାନ୍ତର କିମ୍ବା ମନାନ୍ତର ଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ତଥାପି ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ।
ବୃଷ
ବୃଷ

ଚନ୍ଦ୍ର ଓ ବୁଧ ଦ୍ୱିଦ୍ୱାଦଶ ହେତୁ ପର କଥାକୁ ସତ ମନେକରି ଘରୋଇକଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିରେ ପ୍ରତିବନ୍ଧକ ରହିବନାହିଁ। ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। କିନ୍ତୁ ଆର୍ଥିକ ଅନଟନ ନେଇ ବ୍ୟସ୍ତ ହୋଇପାରନ୍ତି।

ମିଥୁନ
ମିଥୁନ
କର୍ମସ୍ଥାନ ଶନିଦୃଷ୍ଟ ଯୋଗୁ କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ନେଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ କିନ୍ତୁ ଆପଣ ହୁଏ ତ ତାହାକୁ ଅସ୍ବୀକାର କରିଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କର୍କଟ
କର୍କଟ
ଆଜିର ରବି ସହ ବୁଧ ସଂଯୋଗ ପ୍ରଭାବରେ ଯେକୌଣସି କାମ କରନ୍ତୁନା କାହିଁକି,ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡ଼ିପାରେ। କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ନୀଚାରୋହୀ ରବିଙ୍କ ପ୍ରଭାବରେ ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଅବଶ୍ୟ ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
କର୍ମଭାବରେ ରାହୁଙ୍କ ଉପସ୍ଥିତିରୁ ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ସମ୍ପନ୍ନ ହୋଇପାରିବ ନାହିଁ। ଗଠନମୂଳକ କିମ୍ବା ସାମୂହିକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ଅପରାହ୍ନେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ପାପଯୁକ୍ତ ବୃହସ୍ପତି ହେତୁ ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ। ସତର୍କତା ଅଭାବରୁ ଜିନିଷପତ୍ର ହଜିଯିବାର ସମ୍ଭାବନା ରହିଛି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ଶନି ଓ ମଙ୍ଗଳଙ୍କ କେନ୍ଦ୍ରାଧିଷ୍ଠାନ ପ୍ରଭାବରେ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବାରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ନେବେ। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାଯ୍ୟ ମଧ୍ୟ କରିବେ।
ଧନୁ
ଧନୁ
ବୁଧାଦିତ୍ୟ ଯୋଗ ପ୍ରଭାବରୁ ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ତିଷ୍ଠି ରହିବ ନାହିଁ। ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ସାମୟିକ ଶାରୀରିକ ସୁସ୍ଥତା ଫେରିପାଇବେ।
ମକର
ମକର

ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିବ। ପରିବାରରେ ସ୍ତ୍ରୀଙ୍କ ସହ ଭୁଲ ବୁଝାମଣା ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।

କୁମ୍ଭ
କୁମ୍ଭ
ଅଭାବବୋଧ ଲାଗିରହିବା କାରଣରୁ ବ୍ୟସ୍ତତା ବଢ଼ି ବଢ଼ି ଯିବ। ସାମାଜିକ ସ୍ତରରେ ପ୍ରତିଷ୍ଠା ସାଙ୍ଗକୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢ଼ିପାରେ। ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟାର ସମାଧାନର ରାସ୍ତା ଖୋଲିଯିବ।
ମୀନମୀନ

ଆଜି ଆପଣ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବା ନିଶ୍ଚିତ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri