Posted inRasifala

ରାଶିଫଳ: ମଙ୍ଗଳବାର , ଜୁନ୍ ୨୭ ତାରିଖ – Daily Horoscope

ମେଷ
ପାପ ମଧ୍ୟସ୍ଥ ଚନ୍ଦ୍ରଜନିତ ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଅବଶ୍ୟ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ତୃତୀୟସ୍ଥ ଶୁକ୍ର ହେତୁ ନିଜ ସମ୍ପର୍କୀୟମାନଙ୍କ ଅସହଯୋଗରୁ କେତେକ ନୂତନ ସମସ୍ୟା ସୃଷ୍ଟି ହେବ। ଆଦୌ ଭଲ ସମ୍ପର୍କ ନ ଥିବା ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସକଲେ ଅସୁବିଧାରେ ପଡ଼ିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
ମିଥୁନ
ମିଥୁନ
କିଛି ସାହାଯ୍ୟ ଓ ସହାନୁଭୂତି ମାଧ୍ୟମରେ ଅନ୍ୟ ମାନଙ୍କୁ ନିଜ ସପକ୍ଷରେ ନେଇ କାମ ହାସଲ କରିବେ। କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ଅଧିକ ବଢ଼ିଯାଇପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ।
କର୍କଟ
କର୍କଟ
ବୁଧାଦିତ୍ୟ ଯୋଗଜନିତ ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ। ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କଳା, ସାହିତ୍ୟରେ ଉନ୍ନତି କରିବେ। ପରିବହନ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ପାରିବାରିକ ଖର୍ଚ୍ଚ ବିଶେଷ ବୃଦ୍ଧି ପାଇବା ହେତୁ ଚିନ୍ତିତ ରହିବେ। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ।
କନ୍ୟା
ରାଶିରେ ଚନ୍ଦ୍ର ଥିବାରୁ ଯେତେ ସମସ୍ୟା ଆସିଲେ ମଧ୍ୟ ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ବିରକ୍ତ ହେବେ। ଉପରିସ୍ଥଙ୍କ ଆଲୋଚନା ବିଷୟରେ କୌଣସି ଖବର ପାଇ ବିସ୍ମିତ ହେବେ। ଅର୍ଥନୈତିକ, ପାରିବାରିକ କ୍ଷେତ୍ର ଭଲ ରହିବ।
ତୁଳା
ତୁଳା
ଥଣ୍ଡା ମିଜାଜରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ଅବଶ୍ୟ ପାଇବେ। ଅବହେଳାଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି।
ବିଛା
ବିଛା
ଯେତେ ସତର୍କରେ ଚଳିଲେ ମଧ୍ୟ କିଛିନା କିଛି ସମସ୍ୟା ମନକୁ ଅସ୍ଥିର କରିବ। ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
ଧନୁ
ଧନୁ
ନିଜ ଲୋକଙ୍କ ଉପରେ ଲଘୁ କ୍ରୋଧ ଓ ଅଭିମାନ କରି ପରିବେଶକୁ ସରଗରମ କରିପାରନ୍ତି। କୌଣସି ଅଭାବ ନ ଥିଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରି ରଖିବ। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
ମକର
ମକର
ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଅପୂରଣୀୟ କାମନାକୁ କର୍ମକ୍ଷମ କରାଇବାରେ ସହାୟ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ।
କୁମ୍ଭ
କୁମ୍ଭ
ଆଜି କଠିନ ଶ୍ରମଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପଡ଼ା, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ।
ମୀନମୀନ
ଆଜିର ସପ୍ତମ ଚନ୍ଦ୍ର ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍‌ ବିଳାସ ପ୍ରଦାନକରି ଆପ୍ୟାୟିତ କରିବ। ତଥାପି ମାନସିକ ଅସ୍ଥିରତାବଶତଃ ଅପରାହ୍ନରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଆମତ୍ୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri