Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍ ୩୦ ତାରିଖ – Daily Horoscope

ମେଷ
ଆଜି ଖୁସି ମନରେ କାମ କରିବେ ଏବଂ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧାରେ ଦୁଃଖ ଲାଘବ ହେବ। କର୍ମକ୍ଷେତ୍ରରେ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସତ୍‌ସଙ୍ଗ, ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଘରେ ସ୍ତ୍ରୀଙ୍କ ଅମନଯୋଗୀ ଓ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି।
ବୃଷ
ବୃଷ
ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ଏହା ସାଙ୍ଗକୁ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତପତ୍ରତା ଲାଗି ରହିପାରେ।
ମିଥୁନ
ମିଥୁନ
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ବିଳମ୍ବରେ ସଫଳତା ପାଇବେ। ପିଲାଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି କିମ୍ବା ହିତୈଷୀଙ୍କ ସୁନଜରରେ ଆସିପାରନ୍ତି। ପୁଷ୍ୟା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବେ ନାହିଁ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ସି˚ହ
ସି˚ହ
ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ଆଲୋଚନା ପରିସରରେ କିମ୍ବା ସଭାସମିତିରେ ସମ୍ମାନିତ ହୋଇପାରନ୍ତି। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଆଜି ସକାଳୁ ସକାଳୁ ବନ୍ଧୁ ମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଦୂରେଇ ରହିବେ। ଆତ୍ମୀୟସ୍ବଜନ କାର୍ଯ୍ୟକଳାପ ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ ତଥା ଆଇନ ଅଦାଲତରୁ ସୁଫଳ ପାଇବେ।
ତୁଳା
ତୁଳା
ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ସଭାସମିତିରେ ଯୋଗଦେଲେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଅଧସ୍ତନ କର୍ମଚାରୀଙ୍କ ମନମୁଖିଆ ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିପାରେ। ପାରଷ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇ ଉତ୍ସୁକତାର ସହ କାମ କରି ପ୍ରଶଂସିତ ହେବେ।
ଧନୁ
ଧନୁ
ପାରିବାରିିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟ କରିବାରେ ସହାୟକ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷା ଜନିତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ।
ମକର
ମକର
ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ କିନ୍ତୁ କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ,ଯାହାକି ସମସ୍ୟା ସୃଷ୍ଟି କରିପାରେ। ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ। ବନ୍ଧୁଙ୍କ ସହ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ।
କୁମ୍ଭ
କୁମ୍ଭ
ନିଜ ପରିସରର ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ବିଶେଷ ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ଉଦ୍‌ବେଗର କାରଣ ହୋଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ।
ମୀନମୀନ
ସମ୍ଭାବ୍ୟ ଅଘଟଣକୁ ବୁଦ୍ଧିମତ୍ତାର ସହ ଟାଳିଦେଇ ପାରିଥିବାରୁ ଟେନ୍‌ସନ୍‌ ଆଜି କମିଯିବ। ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପାରିବାରିକ କ୍ଷେତ୍ର ଭୋଗ ବିଳାସ ଓ ହସ ଖୁସିରେ ଅତିବାହିତ ହେବ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?