Posted inRasifala

ରାଶିଫଳ: ମଙ୍ଗଳବାର , ଜୁଲାଇ 4 ତାରିଖ – Daily Horoscope

ମେଷ
ନବମସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ସଦ୍‌ଭାବ ବୃଦ୍ଧି ପାଇବା ସାଙ୍ଗକୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ। ଦୀର୍ଘଦିନରୁ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ। ପାଖପଡ଼ୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। କିଛି ସମ୍ପତ୍ତିକୁ କେନ୍ଦ୍ରକରି ଭାଇ ଭାଇ ଭିତରେ ଟଣାଓଟରା ଦେଖାଦେଇପାରେ।
ବୃଷ
ବୃଷ
ଆଜି ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ପରିବେଶ ସରଗରମ ହୋଇପାରେ। ବନ୍ଧୁ ସବୁ ଶୁଣିବେ ଓ ବୁଝିବେ କିନ୍ତୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଦିନ ଭରି ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି ,କିନ୍ତୁ କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।
ମିଥୁନ
ମିଥୁନ
ବାକ୍‌ଚାତୁରୀ ଯୋଗୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। ଅସୁବିଧାରେ ପଡ଼ିଥିବା ଲୋକଟି ପ୍ରତି ଦୟାଭାବ ପୋଷଣକରି ପ୍ରଶଂସାଭାଜନ ହେବେ। ଜିଜ୍ଞାସୁମାନେ ପାଠପଢ଼ାରେ ମନ ଦେବେ କିମ୍ବା ବୁଦ୍ଧିଜୀବୀଙ୍କ ଦୃଷ୍ଟି ଆକର୍ଷଣ କରିବେ। ବ୍ୟବସାୟୀ କାମ ହାସଲ ସକାଶେ ଉଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସିପାରନ୍ତି।
କର୍କଟ
କର୍କଟ
ସମସ୍ୟାର ଅନ୍ତିମ ପାହାଚରେ ପାଦ ଥାପିବାର ସମୟକୁ ଅନୁଭବ କରିପାରିବେ। ସଂଯମ ଅଭାବରୁ ଆଦୌ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ମାଲିମକଦ୍ଦମାରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେପରି କିଛି ହେବନାହିଁ।
ସି˚ହ
ସି˚ହ
ଟେନ୍‌ସନ ଲାଗି ରହିବା ସାଙ୍ଗକୁ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ, କିନ୍ତୁ ବହୁ ଝଡ଼ଝଞ୍ଜା ମଧ୍ୟରେ। ପାରିବାରିକ ଜୀବନରେ ତିକ୍ତତା ଦେଖାଦେଇପାରେ। ସାହିତ୍ୟ, ସାମ୍ବାଦିକତା, ଗବେଷଣା ତଥା ସଭାସମିତିରେ ସମ୍ମାନିତ ହେବେ।
କନ୍ୟା
ପାରିବାରିକ ସମସ୍ୟା ଓ ପୂର୍ବ ବିବାଦ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଅତି ନିକଟରେ ରହୁଥିବା ଲୋକଟି ଆପଣଙ୍କ ସକାଶେ ବହୁ ଉପକାରରେ ଆସିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ।
ତୁଳା
ତୁଳା
ସାଧାରଣ କଥାକୁ କେନ୍ଦ୍ରକରି ଆକସ୍ମିକ ଭାବରେ ପାରିବାରିକ କଳହର ସମ୍ଭାବନା ରହିଛି। ନିଜ ପରିସରରେ କୌଣସି ଯୁବକଠାରୁ ଯଥେଷ୍ଟ ସହାୟତା ପାଇବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ସ୍ଥଗିତ କାମ ତ୍ୱରାନ୍ବିତ କରାଇବାରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟୟ ଅଟକଳ ତଥା ଅନ୍ୟାନ୍ୟ କାମ ସକାଶେ ଖର୍ଚ୍ଚ ଦିଗୁଣା ହୋଇପାରେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ଅନୁରାଧା ସକାଶେ ପରିବାରରେ ବୁଝାମଣା ଠିକ୍‌ ରହିବ ନାହିଁ। ପ୍ରକାଶନ, ସାମ୍ବାଦିକତା, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ସମସ୍ୟା ଭିତର ଦେଇ ଗତି କରୁଥିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ। ଅଧିକାଂଶ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟପୂରଣ ଅବଶ୍ୟ ହେବ।
ମକର
ମକର
ପ୍ରତିଦ୍ୱନ୍ଦ୍ୱିତା ଓ ବିବାଦୀୟ ପରିସ୍ଥିତି ମଧ୍ୟରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ ଅସୁବିଧା ହେବନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋସତ୍ାହନ ପାଇଁ ମନୋବଳ ବୃଦ୍ଧି ପାଇବ। ରୋଗ, ଋଣ ଓ ଶତ୍ରୁତା ହେତୁକ ଚିନ୍ତାରେ ସମୟ କାଟିବେ।
କୁମ୍ଭ
କୁମ୍ଭ
କଳହ, ପ୍ରତିହିଂସା, ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେଇପାରନ୍ତି। ତଥାପି ଶତଭିଷାର ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ
ଆଜି ପରିବାର ମଧ୍ୟରେ ହଠାତ୍‌ ପ୍ରତିକ୍ରିୟାଶୀଳ ହେଲେ ସମସ୍ୟା ସୃଷ୍ଟି ହୋଇପାରେ। ବନ୍ଧୁଗହଣରେ ଶାସ୍ତ୍ରାନୁଚିନ୍ତନ, ତାର୍କିକ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହୋଇପାରେ। ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯାଇପାରନ୍ତି। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମସ୍ୟାଗ୍ରସ୍ତ ହେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri