Posted inRasifala

ରାଶିଫଳ: ସୋମବାର , ଜୁଲାଇ ୨୪ ତାରିଖ – Daily Horoscope

ମେଷ
ପାପଗ୍ରହ ମଧ୍ୟସ୍ଥ ଚତୁର୍ଥାଧିପତି ହେତୁ ପାରିବେଶିକ କୁପ୍ରଭାବ ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ପ୍ରତ୍ୟୁଷ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ ଦେଖାଦେବ।
ବୃଷ
ବୃଷ
ସ୍ବାସ୍ଥ୍ୟରେ ଅବନ୍ନତି କାରଣରୁ ସାମୟିକ ଅସୁସ୍ଥତା ଅନୁଭବ କରିବେ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ। ଆଜିର ଯାତ୍ରା ଓ ବନ୍ଧୁ ମିଳନ ସଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାମତ୍ିକ ସଭା ସମିତିରେ ସମ୍ମାନିତ ହେବେ। ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିପାରନ୍ତି।
ମିଥୁନ
ମିଥୁନ
ଏକତ୍ର ରବି ଓ ବୁଧଙ୍କ ସ୍ଥିତି ଜନିତ ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ସାଧାରଣ ଘଟଣାକୁ ଅତିରତ୍ତ କରି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ବିବାଦୀୟ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଅର୍ଥ ସମ୍ପର୍କ, ବ୍ୟବସାୟ, ଯାତ୍ରା, ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି। ମାନସିକ ଓ ଶାରୀରିକ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ଖୁସି ରହିବେ। କାର୍ଯ୍ୟକ୍ଷେତ୍ରରେ ଟେନସନ୍‌ କମିଯିବ ଓ ସହଯୋଗ ଭିତିରେ କାମ କଲେ ଉପକାର ପାଇବେ।
ସି˚ହ
ସି˚ହ
ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପାରିବାରିକ ଅସ୍ଥିରତା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ଆଜିର ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ, ଏଣୁ ଭାବିଚିନ୍ତି କାମ କରିବା ଭଲ। ଧର୍ମଚର୍ଚ୍ଚା ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଅକର୍ମକ୍ଷେତ୍ରରେ କାମ ଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶକରିବେ। ନିକଟ ସମ୍ପର୍କୀୟ ମାନଙ୍କ ସହଯୋଗ ପ୍ରତିଶ୍ରୁତି ପାଣିରଗାର ସଦୃଶ ହୋଇପାରେ। ପ୍ରକାଶନ, ପ୍ରଶାସନ ଓ ଆଇନ ଅଦାଲତରୁ ସୁଫଳ ପାଇବେ। ବହୁତ ଦିନରୁ ଅଟକି ରହି ଯାଇଥିବା ଅର୍ଥ ଲାଭରୁ ଖୁସୀ ରହିପାରନ୍ତି।
ତୁଳା
ତୁଳା
କଥା ଦେଇ କଥା ରଖୁନଥିବା କାରଣରୁ ନିଜ ଲୋକ ମାନଙ୍କ ଉପରେ ଭରଷା କରି ପାରିବେ ନାହିଁ। ଯାନବାହାନ ଚାଳାନାରେ ସତର୍କତା ଅବଲମ୍ବନ କରନ୍ତୁ,ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ପ୍ରତିବନ୍ଧକ ଲାଗି ରହିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ଆଜି କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ବନ୍ଧୁ ମାନଙ୍କ ଗହଣରେ କୈାଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇ ପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୁତ୍ରରେ ଅର୍ଥ ଆଣିବାକୁ ପଡିପାରେ।
ଧନୁ
ଧନୁ
ଅଷ୍ଟମାଧିପତି କର୍ମଭାବସ୍ଥ ଯୋଗୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପାରିବାରିିକ ଜାଳ ବୃଦ୍ଧି ପାଇପାରେଯାହାକି ଅଶାନ୍ତିକୁ ନିମନ୍ତ୍ରଣ କରିପାରେ। ସାମାଜିକ ସ୍ତରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୈହିକ ଦୁର୍ବଳତା ମାନସିକ ସ୍ଥିତିକୁ ନିରୁସତ୍ାହିତ କରିବ।
ମକର
ମକର
ସକାଳୁ ସକାଳୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ। ପଡୋଶୀ କେହି ପ୍ରତିବାଦ କରି ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି। ଶିକ୍ଷା, ପରୀକ୍ଷା, ସନ୍ତାନ, ଲେଖାପଢା, ଆଲୋଚନା ଓ ସଭାସମିତି କ୍ଷେତ୍ରରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଆଜି ସକାଳୁ ସକାଳୁ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଯାତ୍ରା କରିବାକୁ ପଡିପାରେ। ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ସ୍ବାସ୍ଥ୍ୟକୁ ନେଇ ଚିନ୍ତା ବଢ଼ିପାରେ। ମହିଳାଙ୍କ ପାଇଁ ଦିନଟି ଲାଭଦାୟୀ ହେବ।
ମୀନମୀନ

ପଦସ୍ଥ ବ୍ୟକ୍ତିଙ୍କ ବଦାନ୍ୟତାରୁ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହୋଇଯିବ। ବା ସଙ୍ଗକୁ ଟେନସନ୍‌ କମିଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଝଡ ସୃଷ୍ଟିର ଆଶଙ୍କା ରହିଛି। ପରୋକ୍ଷ ଶତ୍ରୁତା କାରଣରୁ ସମସ୍ୟା ଆସିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?