Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ର ଦୂରଦର୍ଶିତା ବିହୀନ କାର୍ଯ୍ୟ ଯୋଗୁ ମାନସିକ ସୁସ୍ଥତା ହରାଇବେ। ଦୀର୍ଘଦିନରୁ ଆଶା କରିଥିବା ମୂଲ୍ୟବାନ୍‌ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଅସୁବିଧାରେ ପକାଇବେ। ବ୍ୟବସାୟିକ, ପାରିବାରିକ ଓ ଆନୁଷ୍ଠାନିକ ସ୍ଥିତି ପ୍ରାୟତଃ ଠିକ୍‌ ରହିବ।
ବୃଷ
ବୃଷ
ବନ୍ଧୁଙ୍କ ସହାୟତା ଲାଭକରି କାର୍ଯ୍ୟ ହାସଲ କରିବେ। ଘରର ବରାଦ ଅନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସ୍ବାସ୍ଥ୍ୟସମସ୍ୟା ସୃଷ୍ଟି ହେବା ସାଙ୍ଗକୁ ପାରିବାରିକ ସମସ୍ୟା ଆଜିର ଯାତ୍ରାକୁ ସ୍ଥଗିତ ରଖିବ।
ମିଥୁନ
ମିଥୁନ
ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ କର୍ମ ଓ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବ। ପଡ଼ୋଶୀମାନେ ଭୂରି ଭୂରି ପ୍ରଶଂସା କରିବେ। ପ୍ରକାଶନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ଏବଂ ନିକଟସ୍ଥ ବନ୍ଧୁମାନେ ଏହି ଦିଗରେ ସାହାଯ୍ୟ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
କର୍କଟ
କର୍କଟ
ମାନସିକ ଅସ୍ଥିରତା କାରଣରୁ ବିଭିନ୍ନ ଯୋଜନା କରି ମଧ୍ୟ ଉପକୃତ ହୋଇପାରିବେ ନାହିଁ। ସଭାସମିତି କିମ୍ବା ଅଫିସ୍‌ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ବହୁଦିନ ଧରି ଲାଗି ରହିଥିବା ରୋଗପୀଡ଼ାରେ କଷ୍ଟ ଅନୁଭବ କରିବେ। ଆପଣ ପ୍ରତିଶ୍ରୁତି ପାଳନ ନ କରିବା କାରଣରୁ ବନ୍ଧୁ ଅଭିମାନ କରିପାରନ୍ତି।
ସି˚ହ
ସି˚ହ
ଯେତେ ଭଲ କାମ କଲେ ମଧ୍ୟ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ। ପରିବାରରେ ଭୁଲ୍‌ ବୁଝାମଣା ଲାଗି ରହିବାରୁ ଟେନ୍‌ସନ ଲାଗି ରହିବ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ।
କନ୍ୟା
ଦୀର୍ଘଦିନର ଅପୂରଣୀୟ ଆଶା ମନକୁ ଆଲୋଡ଼ିତ କରିବା କାରଣରୁ ଅଶାନ୍ତ ରହିବେ। କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ଲାଗି ଅନ୍ୟର ସାହାଯ୍ୟ ନେବେ। ଆଜି ଯାନବାହନ, ବିବାଦୀୟ ସ୍ଥାନ, ଏକାକୀ ଯାତ୍ରାରୁ ଦୂରେଇରହିବା ଭଲ। କଳା, କାରିଗରି, ସାହିତ୍ୟ, ସଙ୍ଗୀତ ପ୍ରଭୃତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ତୁଳା
ତୁଳା
ନିଜର ଦକ୍ଷତା ଓ ପ୍ରତ୍ୟୁତ୍ପତ୍ନ୍ନମତିତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇପାରିବେ ା ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଉପରିସ୍ଥଙ୍କ ନିର୍ଦ୍ଦେଶାନୁସାରେ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ଅଭାବରୁ ମନ ଭଲ ଲାଗି ନ ପାରେ।
ବିଛା
ବିଛା
ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। ଅନୁରାଧା ନକ୍ଷତ୍ରର ବିଗତ ଦିନର କୌଣସି ଘଟଣା ସକାଶେ ଟେନ୍‌ସନ ବଢ଼ିପାରେ। ମାତ୍ରାଧିକ ଭ୍ରମଣ କିମ୍ବା କାମର ଚାପ ହେତୁକ କ୍ଳାନ୍ତି ଅନୁଭବ କରିବେ। ଜମିଜମା କାରବାର, ନିର୍ମାଣ, ମୂଲ୍ୟବାନ୍‌ ଜିନିଷର କିଣାବିକା କ୍ଷେତ୍ରରେ ସୁଫଳ ପାଇବେ।
ଧନୁ
ଧନୁ
ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନାହିଁ। ବନ୍ଧୁମାନଙ୍କ ସହ ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ମୂଳା ନକ୍ଷତ୍ର ଅର୍ଥ ଓ ସମ୍ମାନ ମିଳିବ, ବ୍ୟବସାୟିକ ଉନ୍ନତି କରିବେ।
ମକର
ମକର
ସକାଳୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଖଳଲୋକମାନେ ଅପପ୍ରଚାର କରିପାରନ୍ତି। କୌଣସି ଅଭାବ ନ ଥାଇ ମଧ୍ୟ ଆମତ୍ୀୟମାନଙ୍କ ହୀନମନ୍ୟତା କାରଣରୁ ମନଟା ଭଲ ଲାଗିବ ନାହିଁ। ସଭାସମିତି, ଆଲୋଚନାଚକ୍ର, ନିର୍ମାଣ, ପରିବହନ, ପ୍ରକାଶନ କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ମଧ୍ୟ ସହଜରେ କାମ ହାସଲହେବା କଷ୍ଟକର ହେବ। କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ଆଗ୍ରହ ପ୍ରକାଶ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ମୀନମୀନ

ଆଜି ଆପଣ କୌଣସି କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନାହିଁ। ପାରିବାରିକ ସମସ୍ୟା ସମାଧାନର ଚିନ୍ତାକରି ଦୁର୍ଭାବନା ବଢ଼ିଚାଲିବ। ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଶତ୍ରୁତା ଓ ସ୍ବାସ୍ଥ୍ୟହାନି କର୍ମକ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri