Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧ ତାରିଖ – Daily Horoscope

ମେଷ
ମଙ୍ଗଳ ଓ ବୁଧଙ୍କ ସଂଯୋଗ ସ୍ବାସ୍ଥ୍ୟହାନି ସାଙ୍ଗକୁ ଅର୍ଥ ସମ୍ପର୍କିତ ବିବାଦର ସୂତ୍ରପାତ କରାଇପାରେ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ମନରେ ଅସ୍ଥିରତା ସୃଷ୍ଟିକଲେ ମଧ୍ୟ କାମ ଅଟକିରହିବ ନାହିଁ। କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନକରି ପ୍ରଶଂସିତ ହେବେ। ପାରିବାରିକ ସ୍ଥିତି ଭଲ ରହିବ। କୌଣସି ବ୍ୟକ୍ତି ମିଥ୍ୟାଭିଯୋଗ ଆଣିପାରନ୍ତି।
ବୃଷ
ବୃଷ
ଆଜି ରାଶିଚକ୍ରର ଚତୁର୍ଥ କେନ୍ଦ୍ରର ଶୁଭତ୍ୱ ଏକାଧାରରେ ଅର୍ଥ, ସମ୍ମାନ, ଯାନବାହନାଦି ପ୍ରାପ୍ତ କରାଇପାରେ। କିନ୍ତୁ ମୃଗଶିରା ନକ୍ଷତ୍ର ପ୍ରତି ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିପାରନ୍ତି। ନିଜ ଲୋକଙ୍କଠାରୁ ମଧ୍ୟ ଆସ୍ଥା ହରାଇପାରନ୍ତି। କର୍ମଜଞ୍ଜାଳ ହେତୁ ଘରକାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିବ।
ମିଥୁନ
ମିଥୁନ
ଭାଗ୍ୟସ୍ଥାନ ପ୍ରତି ଏକାଧିକ ଗ୍ରହଙ୍କ ଦୃଷ୍ଟି ସୌଭାଗ୍ୟଦାୟକ ହେଲେ ମଧ୍ୟ ଶନିଦୃଷ୍ଟିରୁ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ତଥା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ। ଘରର ଅଭାବ ଅସୁବିଧା ନେଇ ଦୁଃଖିତ ରହିପାରନ୍ତି।
କର୍କଟ
କର୍କଟ
ଶନିକ୍ଷେତ୍ରସ୍ଥ ଚନ୍ଦ୍ରଜନିତ ପାରିବାରିକ ଦୃଷ୍ଟିକୋଣରୁ ଦିନଟି ମନ୍ଦ ନ ହେଲେ ମଧ୍ୟ କେହି ନିଜଲୋକ ଜଣେ ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ଘର କଥାନେଇ ସ୍ତ୍ରୀ/ସ୍ବାମୀଙ୍କ ସହ ଆଲୋଚନା କରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କାମ ହାସଲ କରିବାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ବ୍ୟୟସ୍ଥାନରେ ରବି ହେତୁ ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ମନକୁ ବିବ୍ରତ କରିପାରିବେ ନାହିଁ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତ ମନ ଦିନ ଗୋଟାଏ ପରେ ଶାନ୍ତ ହେବ।
କନ୍ୟା
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ମଙ୍ଗଳଙ୍କ ଦୁର୍ବଳତାଜନିତ ବନ୍ଧୁମାନଙ୍କ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ। ଭଲ ସମ୍ପର୍କ ନ ଥିବା ପଡ଼ୋଶୀ ପଛରେ ନାନାଦି କଥା କହିବେ। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ।
ତୁଳା
ତୁଳା
କେତୁ ପ୍ରଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆଜି ଦିନ ଭିତରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ବିରୋଧୀ ପକ୍ଷ ସକ୍ରିୟ ହୋଇଉଠିବେ।
ବିଛା
ବିଛା
ଶନିଙ୍କ ଶୁଭତ୍ୱରୁ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଇଚ୍ଛା ନ ଥିଲେ ମଧ୍ୟ ବହୁ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ। ସାମାଜିକ ସ୍ତରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବେକାର କଥାରେ ମନଦେଇ ଟେନ୍‌ସନକୁ ନିମନ୍ତ୍ରଣ କରିବେ।
ଧନୁ
ଧନୁ
ବନ୍ଧୁମାନଙ୍କ ସାହାଯ୍ୟରେ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ବ୍ୟବସାୟିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଚନ୍ଦ୍ର ଧନ ସ୍ଥାନସ୍ଥ ହେତୁ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ନିକଟ ସମ୍ପର୍କୀୟମାନଙ୍କ ସହ ଶେଷ ସମୟରେ ଅର୍ଥ ସମ୍ପର୍କିତ ଟଣାଓଟରା ଲାଗିପାରେ।
ମକର
ମକର
କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ନିଜର ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ରବି ସପ୍ତମସ୍ଥ ଯୋଗୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ, କିନ୍ତୁ କଳା, ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
କୁମ୍ଭ
କୁମ୍ଭ
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଏକାଧିକ ଗ୍ରହ ସପ୍ତମସ୍ଥ ହେତୁ ଆକସ୍ମିକ ଭାବରେ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ନିଜ ଲୋକମାନଙ୍କଠାରୁ ସ୍ନେହ, ଶ୍ରଦ୍ଧା ହରାଇବେ।
ମୀନମୀନ

ବୁଧ ଷଷ୍ଠରେ ଥିବାରୁ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri