Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୧୮ ତାରିଖ– Daily Horoscope

ମେଷ
ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବିବାଦଜନିତ ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ।
ବୃଷ
ବୃଷ
ବନ୍ଧୁମାନଙ୍କ ସାହାଯ୍ୟରେ ଆର୍ଥିକ ସମସ୍ୟା ଦୂର ହେବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ବନ୍ଧୁମାନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ନୂତନ ଯୋଜନାରେ କୃତକାର୍ଯ୍ୟ ହେବେ।
ମିଥୁନ
ମିଥୁନ
ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇପାରନ୍ତି। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ।
କର୍କଟ
କର୍କଟ
ଦୂରଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଦକ ଦ୍ରବ୍ୟ ସେବନରୁ ବକ୍ଷ ବେଦନା ସୃଷ୍ଟି ହେବାର ସୂଚନା ରହିଛି। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। କାର୍ଯ୍ୟବ୍ୟସ୍ତତା ଯୋଗୁ ବିଶ୍ରାମର ଅବସର ପାଇବେ ନାହିଁ। ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ଆନନ୍ଦ ଅନୁଭବ କରିବେ।
କନ୍ୟା
ନିକଟ ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ଚିନ୍ତା କରିଥିବା କାମଗୁଡ଼ିକ ବାସ୍ତବରେ ଓଲଟା ହେବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
ତୁଳା
ତୁଳା
ଆଜି ଦିନଭିତରେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିବେ। ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାରୁ ଆଶ୍ୱସ୍ତି ଲାଭ କରିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ବ୍ୟବସାୟରେ ମତାନ୍ତର ଦେଖା ଦେଇପାରେ। ପୂର୍ବ ସମସ୍ୟାକୁ ଦୋହରାଇ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବାରୁ ଉପକୃତ ହେବେ।
ଧନୁ
ଧନୁ
ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ବନ୍ଧୁଙ୍କ ପରାମର୍ଶରେ ନୂତନ କର୍ମସସ୍ଥାନ ପାଇଁ ମନ ବଳିବ। ବିଭିନ୍ନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କେତେକ ଦିଗରୁ ଚାପର ସମ୍ମୁଖୀନ ହେବାର ସମ୍ଭାବନା ଥିଲେ ହେଁ ଧୈର୍ଯ୍ୟର ସହ ସବୁ କାର୍ଯ୍ୟ ସମାପନ କରିବେ।
ମକର
ମକର
ଘରେ ବନ୍ଧୁମିଳନ ଘଟି ଆମୋଦ ପ୍ରମୋଦର ସୁଅ ଛୁଟିବ। ଚାକିରିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହଯିବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ।
କୁମ୍ଭ
କୁମ୍ଭ
ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ଅଯାଚିତ ଆଦର ଓ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବିଭିନ୍ନ ସୂତ୍ରରୁ ରୋଜଗାର ପନ୍ଥା ଖୋଲିଯିବାରୁ ମନ ଆନନ୍ଦିତ ରହିବ।
ମୀନମୀନ
ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri