Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ
ଆଜି କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ବ୍ୟୟ ଅଟକଳ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ହୋଟେଲ ଶିଳ୍ପ, ଛୋଟ ଦୋକାନରୁ ସୁଫଳ ମିଳିବ। ଅଫିସ୍‌ କାମରେ ବୁଝାମଣା ନେଇ ସହମତି ଦେଖାଦେବ। ପ୍ରକାଶନ, ପ୍ରଶାସନ, ସଂଗଠନ ଓ ରାଜନୈତିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ଅନ୍ୟମାନଙ୍କୁ ପ୍ରଭାବିତ କରି କାମ ହାସଲରେ ସମର୍ଥ ହୋଇପାରନ୍ତି। ସଭାସମିତି, କଚେଖି ମାମଲା, ଚୁକ୍ତିପତ୍ର ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ। ଆନୁଷ୍ଠାନିକ କାମରେ ମତାନ୍ତରଜନିତ ମୃଗଶିରା ବ୍ୟସ୍ତତା ପ୍ରକାଶ କରିବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି। ବସ୍ତ୍ର ଓ ଅଳଙ୍କାର, ଔଷଧପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିବା କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବାକୁ ପଡିବ। ଯାତ୍ରା ସମୟରେ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ ନୂଆ ପଦକ୍ଷେପ ଗ୍ରହଣ ପାଇଁ ମନ ବଳାଇବେ।
କର୍କଟ
କର୍କଟ
ଭୁଲ୍‌ ବୁଝାମଣାବଶତଃ ବହୁତ ଦିନରୁ ଭାଙ୍ଗିଯାଇଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ। ବିଭିନ୍ନ ଉପାୟରେ ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟିତ ହେବେ। ବନ୍ଧୁଙ୍କ ପରାମର୍ଶରେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାର୍ଯ୍ୟ ସିଦ୍ଧି ପାଇଁ ଚେଷ୍ଟା କରିବେ।
ସି˚ହ
ସି˚ହ
ଆଜି ଯେତିକି ପାଇବେ ତାହାଠାରୁ ବହୁ ଗୁଣରେ ଖର୍ଚ୍ଚାନ୍ତ ମଧ୍ୟ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କଠାରୁ କିଛି ବିବାଦୀୟ ମନ୍ତବ୍ୟ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ। ଆଜିର ପରିବହନରେ ଲାଭ ସେତେଟା ସନ୍ତୋଷଜନକ ହେବନାହିଁ। ଅପରାହ୍ନରେ ବନ୍ଧୁ ମିଳନରୁ ଖୁସୀ ହେବେ।
କନ୍ୟା
ଆଜି ଦିନଟିରେ ମନଲାଖି କଥା କହି ଅନ୍ୟମାନଙ୍କର ପ୍ରିୟଭାଜନ ହେବେ। ରପ୍ତାନି ବାଣିଜ୍ୟ, ଜମିଜମା ବ୍ୟବସାୟ ଓ ସାମ୍ବାଦିକତା ତଥା ଏଜେନ୍ସିପ୍‌ରୁ ଖୁସି ରହିବେ। କର୍ମକ୍ଷେତ୍ରରୁ ଅଚାନକ ଶୁଭ ଖବର ଶୁଣି ପାରନ୍ତି। ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ଲଢିଲେ ସମର୍ଥନ ପାଇବେ ନାହିଁ।
ତୁଳା
ତୁଳା
ଘରୋଇ ସମସ୍ୟା ସମାଧାନ ନ ହୋଇପାରିବା କାରଣରୁ ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକାଶେ ଚିନ୍ତା କରିପାରନ୍ତିି। ଦୀର୍ଘ ଦିନରୁ ରହିଆସିଥିବା ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ ଏବଂ କଳା, ସାହିତ୍ୟ, ସଭାସମିତିରେ ସୁନାମ ମିଳିବ।
ବିଛା
ବିଛା
ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ବିଭିନ୍ନ ଦିଗରୁ ରୋଜଗାର କିଛି କମ୍‌ ହେବନି। ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ଖୁସି ହେବେ। କାମରେ ଅବହେଳା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ ଓ କଟୁକ୍ତି ଶୁଣିବାକୁ ପଡିପାରେ। ଭୁଲ୍‌ ବୁଝାମଣା ପାରିବାରିକ ଅଶାନ୍ତିର କାରଣ ହୋଇପାରେ।
ଧନୁ
ଧନୁ
ଆଜି ସବୁ ପ୍ରକାର ଅନୁକୂଳ ପରିବେଶ ଓ ପରିସ୍ଥିତି ସୃଷ୍ଟି ହେବ। ଦୀର୍ଘ ଦିନର ଅପୂରଣୀୟ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ମାତ୍ର ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ଦ୍ୱାରା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇପାରିବ।
ମକର
ମକର
ସକାଳୁ ସକାଳୁ କୌଣସି କାମ ସକାଶେ ଯାତ୍ରା କରିବାକୁ ପଡିପାରେ। ଆନୁଷ୍ଠାନିକ କାମରେ ସଫଳତା ଦିଗକୁ ମନ ବଳାଇପାରନ୍ତି। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦିତ ହେବେ। ନିର୍ମାଣ, କଳା, ସାହିତ୍ୟ, ପ୍ରଶାସନ, ଶିଳ୍ପ, ବାଣିଜ୍ୟ, ପରିବହନ ଓ ଏଜେନ୍ସିପରୁ ଖୁସି ରହିବେ।
କୁମ୍ଭ
କୁମ୍ଭ
ଆଜିର ସମୟ ବନ୍ଧୁମାନଙ୍କ ସହ ଆଲୋଚନାରେ ବିତିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଶିଥିଳତା ଦେଖାଦେବ। ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବା ସହ ପାରିବାରିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ନିର୍ମାଣ କାମ ଧିମେଇ ଯିବ ଓ ଆବଶ୍ୟକତା ପୂରଣ ପାଇଁ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ।
ମୀନମୀନ
ଆଜି ଯାହାକୁ ଯାହା କହିବେ କିମ୍ବା କରିବେ ତାହା ସମସ୍ତଙ୍କର ମନକୁ ପାଇବ। ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ପରେ ଆଶ୍ୱସ୍ତି ଲାଭ କରିବେ। ରାଜନୀତି, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ଛୋଟ ଛୋଟ କଥାରେ କଳହ ଲାଗିବାର ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri