Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ
ଆଜି ସପ୍ତମଭାବସ୍ଥ ଗ୍ରହମାନଙ୍କୁ ଶନି ଓ ମଙ୍ଗଳ ଦେଖୁଥିବାରୁ ସ୍ତ୍ରୀଙ୍କ ସ୍ବାସ୍ଥ୍ୟ,ପରିବାର, ବାଣିଜ୍ୟ,ବ୍ୟବସାୟ, ଯାନ ବାହନ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ଆଲୋଚନା କ୍ଷେତ୍ର, ସଂଗଠନ ସକାଶେ ପ୍ରାୟତଃ ଅସୁବିଧା ହେବନାହିଁ। କ୍ରୀଡା, କଳା, ସାହିତ୍ୟ କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ।
ବୃଷ
ବୃଷ

ଶୁକ୍ରଙ୍କ ସହ ଶନିଙ୍କ ଷଡାଷ୍ଟକ ସ୍ଥିତିଜନିତ ବିଳମ୍ବିତ ସମୟରେ କାମ ହାସଲ ହେବ। କୌଣସି ନୂତନ କର୍ମାରମ୍ଭ କରିବା ସକାଶେ ମନ ବଳାଇବେ, ଯାହା କି ସମସ୍ୟା ବହୁଳ ହୋଇପାରେ। ବନ୍ଧୁ ଆପଣଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ କାମ ହାସଲ କରିବେ। ସନ୍ତାନଙ୍କ ଅନୁପସ୍ଥିତିଜନିତ ଅଭାବ ଅନୁଭବ କରି ଦୁଃଖ ପ୍ରକାଶ କରିବେ।

ମିଥୁନ
ମିଥୁନ
ଧନାଧିପତିଙ୍କ ଶୁଭତ୍ୱ ପ୍ରଭାବରୁ ଆର୍ଥିକ ସମସ୍ୟାର ସମାଧନ ହୋଇଯିବ। କୌଣସି ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି ପରିବାର ଭିତରେ ଝଡ଼ ଉଠିପାରେ। ବନ୍ଧୁଙ୍କ ସହ ପୂର୍ବରୁ ଥିବା ମନୋମାଳିନ୍ୟ ଦୂରେଇବା ପାଇଁ ପ୍ରଯତ୍ନ କରିବେ। ବହୁତ ଦିନରୁ ମନେ ମନେ ଚିନ୍ତା କରୁଥିବା ଓ ଭାବୁଥିବା ଅପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ।
କର୍କଟ
କର୍କଟ
ରବିଙ୍କ ଦୁର୍ବଳତା କାରଣରୁ ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଅର୍ଥ ଅଭାବରୁ କାମଟି ସମ୍ପୂର୍ଣ୍ଣ ହେବ ନାହିଁ। ବନ୍ଧୁମିଳନ ସହ ମିଷ୍ଟାନ୍ନ ଲାଭ ଓ ବନ୍ଧୁଗୃହକୁ ଯାତ୍ରାଯୋଗ ରହିଛି। ପାରିପାର୍ଶ୍ୱିକ କ୍ଷେତ୍ରରୁ ସାହାଯ୍ୟ ଓ ସହଯୋଗ ନ ଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ।
ସି˚ହ
ସି˚ହ
ତୃତୀୟଭାବକୁ ମଙ୍ଗଳ ଦେଖୁଥିବାରୁ ସମସ୍ୟାର ସମାଧାନ କରିବାର ଧୈର୍ଯ୍ୟ ଓ ସାହସ ଅକ୍ଷୁଣ୍ଣ ରହିବ। ସାମୟିକ ପାରିବାରିକ ଅସ୍ଥିରତା ଓ କର୍ମକ୍ଷେତ୍ରର ଶିଥିଳତା ମଧ୍ୟ ଏହି ଦିଗରେ ପ୍ରତିବନ୍ଧକ ସାଜିବ। ଆକସ୍ମିକ ଭାବରେ ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡିପାରେ।
କନ୍ୟା
ମୁଖଭାବସ୍ଥ ବୁଧାଦିଗ୍ରହଙ୍କ ପ୍ରଭାବରେ କଥାବାର୍ତ୍ତା ଓ ବ୍ୟବହାରରେ ସଂଯମତା ଆଚରଣ ନ କଲେ କଳହ ଲାଗିପାରେ। ପୁରାତନ ଗାଡି, ବ୍ୟବହୃତ ଜିନିଷର ଯାନ୍ତ୍ରିକ ସମସ୍ୟା, ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିପାରନ୍ତି। ନୂତନ ସ୍ଥାନରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ।
ତୁଳା
ତୁଳା
କର୍ମାଧିପ ରାଶିରେ ଅବସ୍ଥାନ କରୁଥିବାରୁ ବିଭିନ୍ନ ପ୍ରକାରର କର୍ମ ଜଞ୍ଜାଳର ଚାପରେ ଅତିଷ୍ଠ ହୋଇପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବଢି ବଢି ଯିବ। ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁଁ କର୍ମ ମୁଖର ହେବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ତଥା ନିଜ ପରିସରରେ ପ୍ରତିଷ୍ଠିତ ହେବେ।
ବିଛା
ବିଛା
ରାଶିରେ କେତୁ ଗ୍ରହ ଆପଣଙ୍କୁ ଅସୁସ୍ଥମାନସିକତା ଜନିତ ଅପରିଣାମଦର୍ଶୀ କରାଇପାରେ। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ, ମାତ୍ର ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ମନରେ ଭୟ ଓ ଆଶଙ୍କା ଥିଲେ ମଧ୍ୟ ଦୃଢତା ଓ ମୁହଁଜୋର ହେତୁ ବହୁ ବିପଦରୁ ରକ୍ଷା ପାଇବେ।
ଧନୁ
ଧନୁ
ଦ୍ୱିତୀୟସ୍ଥ ଶନି ହେତୁ ନିଜ ନିଜର ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ଅପଦସ୍ଥ ହେବାକୁ ପଡିପାରେ। ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି।
ମକର
ମକର

ବକ୍ରୀ ମଙ୍ଗଳଙ୍କ ସ୍ଥିତିଜନିତ ପାଖ,ପଡୋଶୀଙ୍କ କୌଣସି ସ୍ପର୍ଶକାତର କଥାରେ ଚିହ୍ନା ପଡିବା ଠିକ୍‌ ହେବନାହିଁ। ଉତେଜନାପୂର୍ଣ୍ଣ ବାତାବରଣ ମଧ୍ୟରେ ଆଜିର କାମଟି ସମ୍ପୂର୍ଣ୍ଣ ହେବାର ସୂଚନା ରହିଛି। ମାଲି ମକଦ୍ଦମା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ।

କୁମ୍ଭ
କୁମ୍ଭ
ପାପଗ୍ରହମଧ୍ୟସ୍ଥ କର୍ମାଧିପଙ୍କ ଯୋଗୁଁ ସତର୍କରେ ନ ଚଳିଲେ କର୍ମକ୍ଷେତ୍ର୍ରରେ ବିଭିନ୍ନ ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ। ପରିବାରରେ ସାଧାରଣ କଥାରେ ପାଟିତୁଣ୍ଡ ହୋଇ କଳହର ସମ୍ମୁଖୀନ ହୋଇପାରନ୍ତି। ଯେ କୌଣସି ପରିସ୍ଥିତିରେ ରହନ୍ତୁନା କାହିଁକି, ଆପଣ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।
ମୀନମୀନ

ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବା ସହ ଅର୍ଥନୈତିକ ଅବରୋଧ ହଟିଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଶେୟାର୍‌ ବଜାର କ୍ଷେତ୍ରରୁ ସୁଫଳ ମିଳିବ। ଯାନ୍ତ୍ରିକ ଜିନିଷ କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri