Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ
ଶୁଭେତ୍ସୁଙ୍କ ପରାମର୍ଶରେ ନୂଆ ନୂଆ କାମ କରିବା ସକାଶେ ମନ ବଳାଇବେ। କୃତ୍ତିକା ନକ୍ଷତ୍ରର ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ଠିକ୍‌ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ

ଶନି ଦୃଷ୍ଟ ଶୁକ୍ରଜନିତ ବିଭିନ୍ନ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।

ମିଥୁନ
ମିଥୁନ
ଆଜି ଚତୁର୍ଥକେନ୍ଦ୍ରସ୍ଥ ବୁଧାଦିତ୍ୟ ଯୋଗ ସହ ଚନ୍ଦ୍ରଙ୍କ ସଂଯୋଗରୁ ସଂଗଠନ, ରାଜନୀତି, ଆନୁଷ୍ଠାନିକ କାମ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବ୍ୟବସାୟ ଯୋଡିବା ପାଇଁ ଚିନ୍ତା କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ଆଜିର ରବି ସହ ବୁଧ ସଂଯୋଗ ପ୍ରଭାବରେ ଯେକୌଣସି କାମ କରନ୍ତୁନା କାହିଁକି ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡିପାରେ। କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ଧନାଧିପତି ଧନଭାବସ୍ଥ ଯୋଗୁ ଆର୍ଥିକ ଦିଗରୁ ଉପକୃତ ହେବେ କିନ୍ତୁ ପୂର୍ଣ୍ଣ ଆବଶ୍ୟକତା ଅପୂରଣୀୟ ରହିବ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିପାରେ। ଆଲୋଚନା ପରିସରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି,ଏଣୁ ଭାବିଚିନ୍ତି କହନ୍ତୁ।
କନ୍ୟା
ପାପଯୁକ୍ତ ଗୁରୁଙ୍କ ଯୋଗୁ ଜମିଜମା ବିବାଦକୁ କେନ୍ଦ୍ରକରି ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ଆ ତ୍ମୀୟଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖିତ ହେବେ। କୌଣସି ସମ୍ପର୍କୀୟ ବନ୍ଧୁଙ୍କୁ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ।
ତୁଳା
ତୁଳା
ଶୁକ୍ର ଓ ବୃହସ୍ପତିଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଆଶା ଫଳବତୀ ନ ହୋଇପାରେ। ସାମାଜିକ ସ୍ତରରେ ଅନୁଷ୍ଠାନ ପାଇଁ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରି ମନେ ମନେ ବିରକ୍ତ ପ୍ରକାଶ କରିପାରନ୍ତି।
ବିଛା
ବିଛା
ଏକାଦଶସ୍ଥ ତିନୋଟି ଗ୍ରହ ପ୍ରଭାବରୁ ଦୀର୍ଘଦିନରୁ ଯାହା ମନରେ ଆଶାବାନ୍ଧି ବସିଛନ୍ତି ଆଜି ତାହା ଅବଶ୍ୟ ପାଇବେ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଅପକୃତ ହେବେ। କଳା, ସାହିତ୍ୟ, ସାମ୍ବାଦିକତା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ଧନୁ
ନୂତନଭାବରେ ଆରମ୍ଭ କରିବାକୁ ଯାଉଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ସାମୟିକ ସମସ୍ୟା ଆସିପାରେ। ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇ ପଡିବେ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମକର
ମକର

ସ୍ବରାଶିସ୍ଥ ଶନି ପ୍ରଭାବରୁ କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହଠାତ୍‌ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ପରିବାର ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟିହେଲେ ମଧ୍ୟ ଆପଣ ଯଥାସମ୍ଭବ ସମାଧାନ କରିବାରେ ସମର୍ଥ ହୋଇପାରନ୍ତି।

କୁମ୍ଭ
କୁମ୍ଭ
କର୍ମାଧିପତି ମଙ୍ଗଳଙ୍କ ପୂର୍ଣ୍ଣଦୃଷ୍ଟି ପ୍ରଭାବରେ ପ୍ରତ୍ୟେକ କର୍ମ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ କାରିପାରିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଦୀର୍ଘ ଦିନରୁ ଲାଗି ରହିଥିବା ପୁରାତନ ରୋଗପୀଡାରୁ ବିଶେଷ କଷ୍ଟ ପାଇବେ। କଚେରି ମାମଲାରେ ବିଜୟଲାଭ କରିବାର ସମ୍ଭାବନା ରହିଛି।
ମୀନମୀନ

ପାରିବାରିକ ସହମତିରେ ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବାର ଆଶା ରହିଛି। ପରୋକ୍ଷ ଶତ୍ରୁତା ସାମୟିକ ପ୍ରଗତିର ଗତିରୋଧ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri