Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ
ଧନାଧିପ ଶୁକ୍ରଙ୍କ ଶୁଭ ପ୍ରଭାବରୁ ଆର୍ଥିକ ଅଭାବ, ଅନଟନ ରହିବନାହିଁ। କିନ୍ତୁ ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ମଧ୍ୟ ପାଇବେ ନାହିଁ। ଦୀର୍ଘ ଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ।
ବୃଷ
ବୃଷ
ଧନାଧିପ ବୁଧଙ୍କ ସୁପ୍ରଭାବରୁ ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପ୍ରଶାସନ, ଆଇନ, ଅଦାଲତ ସମ୍ବନ୍ଧୀୟ ଝମେଲାର ଅବସାନ ଘଟିବ। ପାରିବାରିକ ସ୍ଥିତି ପୂର୍ବପରି ରହିବ କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ଆଜି ରାଶ୍ୟାଧିପ ସ୍ବଗୃହୀ ହେତୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଚେରୀ ମାମଲା କିମ୍ବା ପାରିବାରିକ ସମସ୍ୟା ବୃଦ୍ଧି ପାଇବା ହେତୁ ବ୍ୟସ୍ତତା ବଢ଼ିଯାଇପାରେ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ପ୍ରକାଶନ, ରାଜନୀତି କ୍ଷେତ୍ରରେ ଆଶାନୁରୂପ ଫଳ ମିଳିବ।
କର୍କଟ
କର୍କଟ
ରାଶିରେ ରବି ଉନ୍ନତ ଆର୍ଥିକ ସ୍ଥିତି ସହ ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। କୌଣସି ବିବାଦୀୟ ପରିସ୍ଥିତିରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପଡ଼ୋଶୀମାନଙ୍କ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
ସି˚ହ
ସି˚ହ
କେତୁଙ୍କ ସ୍ଥିତିଜନିତ ପରିବାରରେ ସାଧାରଣ କଥାରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବିଭିନ୍ନ ଆବଶ୍ୟକତାକୁ ନେଇ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ଜମିଜମା, ନିର୍ମାଣ, କଳ, କାରଖାନା, ହୋଟେଲ, ରେଷ୍ଟୁରାଣ୍ଟ ପ୍ରଭୃତିରୁ ଲାଭବାନ୍‌ ହେବେ।
କନ୍ୟା
ଭାଗ୍ୟସ୍ଥ ରାହୁଙ୍କ ଯୋଗୁ ବାରମ୍ବାର ଅସଫଳତା ହେତୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ପଡୋଶୀଙ୍କ ହସ୍ତକ୍ଷେପ ଫଳରେ ପରିବାରରେ ପୁନର୍ବାର ଶାନ୍ତି ଫେରି ଆସିବ। ନିମନ୍ତ୍ରଣ ପ୍ରାପ୍ତ ହୋଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡିପାରେ। ଜମା ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରଚାରିତ ମିଥ୍ୟା ଗୁଜବ ପ୍ରତି ମନ ଦିଅନ୍ତୁ ନାହିଁ।
ତୁଳା
ତୁଳା
ଶୁକ୍ର ଓ ଶନିଙ୍କ ସ୍ଥିତିଜନିତ ପରିବାରରେ ବିଶୃଙ୍ଖଳା ଲାଗି ରହିବ। ମାନସିକ ଅସ୍ଥିରତା ହେତୁ ଛୋଟ କଥାରେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ଗୃହ ସମସ୍ୟା ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ବିଛା
ବିଛା
ଚନ୍ଦ୍ରଙ୍କ ପ୍ରତି ଅଷ୍ଟମାଧିପତିଙ୍କ ଦୃଷ୍ଟି ମାନସିକ ଅସ୍ଥିରତା ଓ ବିଭିନ୍ନ ସମସ୍ୟା ଭିତରେ ଗତି କରିବାକୁ ପଡିବ। ଓଲଟା କଥା କହି ଅପଦସ୍ଥ ହେବେ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସମସ୍ୟାର କାରଣ ହୋଇପଡ଼ିବ। ସାହିତ୍ୟ, କଳା, ଗବେଷଣା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ। ଚନ୍ଦ୍ର ଅଶୁଭଭାବାଧିପତି ହୋଇ ରାଶିରେ ରହିଥିବାରୁ ପରୋକ୍ଷ ଶତ୍ରୁତା ଓ ପ୍ରତିବନ୍ଧକ ସତ୍ତ୍ୱେ କାମ ହାସଲ କରିବେ। ନିର୍ମାଣ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ବାଧା ପ୍ରାପ୍ତ ହେବ। ଈର୍ଷା ପରାୟଣ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।
ମକର
ମକର
ଦୁଃଶ୍‌ଥାନସ୍ଥ ଚନ୍ଦ୍ର ପ୍ରଭାବରେ ବୃଥା ଚିନ୍ତା ପରିହାର କରି ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରିବା ଭଲ ହେବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ନିଜ ଲୋକମାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବରେ ପରିବର୍ତ୍ତନ ଯୋଗୁ ବିଚଳିତ ହେବେ।
କୁମ୍ଭ
କୁମ୍ଭ
ଦ୍ୱିତୀୟସ୍ଥ ବୃହସ୍ପତିଙ୍କ ହେତୁ ପୂର୍ବ ସ୍ଥିରୀକୃତ ଯୋଜନାବଦ୍ଧ ନୂତନ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି।
ମୀନମୀନ
ମଙ୍ଗଳଙ୍କ ଦୁର୍ବଳତା କାରଣରୁ ସାମାନ୍ୟ କଥାରେ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିବା ଠିକ୍‌ ହେବ। ଆବଶ୍ୟକତା ଅନୁଯାୟୀ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri