Posted inRasifala

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୪ ତାରିଖ – Daily Horoscope

ମେଷ
ଆଜି ସଭାସମିତିରେ ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ସମସ୍ୟା ଆସିବ। କିନ୍ତୁ, ଅ-ନାମାକ୍ଷର ବ୍ୟକ୍ତି ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ।
ବୃଷ
ବୃଷ
ଆଜି ଯାହାକୁ ଯାହା କହିବେ ସେଥିରେ କାମଟି ନିଶ୍ଚୟ ସୁଗମ ହେବ। ବିଭିନ୍ନ ଦିଗରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ବ-ନାମାକ୍ଷରର କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ। କଳା ସାହିତ୍ୟ ଓ ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ, ତଥାପି ଆପଣଙ୍କର କୌଣସି ପ୍ରକାରର ଅସୁବିଧା ହେବନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କୁ-ନାମାକ୍ଷରର କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାଶୋରି ଦେବେ, ଯାହାକି ପରକ୍ଷଣରେ ସେଥିପାଇଁ ଉଚ୍ଚବାଚ ଘଟିବ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ମନର ବଳ ଖୁବ୍‌ ଟାଣ ରହିବ ଏବଂ ନିଜ ଜିଦ୍‌ରେ ଅଟଳ ରହିବେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ସି˚ହ
ସି˚ହ
ଆଜି ହଠାତ୍‌ କୌଣସି ନୂତନ ଯୋଜନା ଆରମ୍ଭ କରିପାରନ୍ତି। ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବାର ସମ୍ଭାବନା ରହିଛି। ଆକସ୍ମିକ ସୁଯୋଗ ହାତଛଡ଼ା ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଅତି ଜରୁରୀ, ନତୁବା ଅସୁବିଧାରେ ପଡ଼ିପାରନ୍ତି। ପିଲାଙ୍କ ପଢ଼ାକୁ ନେଇ ଚିନ୍ତିତ ରହିପାରନ୍ତି।
କନ୍ୟା
ନିଜର ସନ୍ଦେହୀ ମନୋଭାବ ହେତୁ କେତେକ ଅନାକାଂକ୍ଷିତ ସମସ୍ୟା ଦେଖାଦେବ। ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦ୍ୱାରା ତାହା ଚିନ୍ତାର କାରଣ ହୋଇପାରେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ତୁଳା
ତୁଳା
କେତେକ ଅପୂରଣୀୟ ଆଶା ମନରେ ଆଲୋଡ଼ନ ସୃଷ୍ଟି କରିବ। କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ବନ୍ଧୁମାନଙ୍କ ଭିତରେ ମାନମନାନ୍ତର ଦେଖା ଦେଇପାରେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ।
ବିଛା
ବିଛା
ସବୁ ଦିଗକୁ ନଜର ଦେଇ ଆଗକୁ ପାଦ ବଢ଼ାନ୍ତୁ, ନ ହେଲେ ଅନୁତାପ କରିବାକୁ ସମୟ ପାଇବେ ନାହିଁ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର ଆଶା ରହିଛି। ଚାହିଁ ଚାହିଁ ଆଖିରୁ ପାଣି ମରିଯିବ ପଛକେ କୌଣସି ବନ୍ଧୁଙ୍କର ଦେଖା ପାଇବେ ନାହିଁ।
ଧନୁ
ଧନୁ
ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମନା କରିବା ପାଇଁ ଚେଷ୍ଟା କରିବେ। ବ୍ୟବସାୟ, ପରିବହନ, ପ୍ରକାଶନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ମକର
ମକର
ଆଜି ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ବିଭିନ୍ନ ପ୍ରକାର ବିନୟପୂର୍ଣ୍ଣ କଥା କହିବେ। ହଠାତ୍‌ ଦୀର୍ଘଦିନରୁ ପ୍ରତୀକ୍ଷା କରିଥିବା କୌଣସି ଖବର ପାଇ ଖୁସି ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସାମାଜିକ ସ୍ତରରେ ନୀରବଦ୍ରଷ୍ଟା ଭଳି କାମ କରିବେ।
କୁମ୍ଭ
କୁମ୍ଭ
କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇଉଠିବ ଏଣୁ କାହାର ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ରାଜନୀତି କ୍ଷେତ୍ରରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଭାବୁଥିବା କଥାକୁ ବନ୍ଧୁଙ୍କ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଅଧସ୍ତନ କର୍ମଚାରୀଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ କଷ୍ଟ ସ୍ବୀକାର କରିବାକୁ ପଡ଼ିବ।
ମୀନମୀନ

କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ପରିବାରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତାପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri