Posted inRasifala

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୪ ତାରିଖ – Daily Horoscope

ମେଷ
ଆଜି ସଭାସମିତିରେ ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ସମସ୍ୟା ଆସିବ। କିନ୍ତୁ, ଅ-ନାମାକ୍ଷର ବ୍ୟକ୍ତି ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ।
ବୃଷ
ବୃଷ
ଆଜି ଯାହାକୁ ଯାହା କହିବେ ସେଥିରେ କାମଟି ନିଶ୍ଚୟ ସୁଗମ ହେବ। ବିଭିନ୍ନ ଦିଗରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ବ-ନାମାକ୍ଷରର କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ। କଳା ସାହିତ୍ୟ ଓ ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ, ତଥାପି ଆପଣଙ୍କର କୌଣସି ପ୍ରକାରର ଅସୁବିଧା ହେବନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କୁ-ନାମାକ୍ଷରର କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାଶୋରି ଦେବେ, ଯାହାକି ପରକ୍ଷଣରେ ସେଥିପାଇଁ ଉଚ୍ଚବାଚ ଘଟିବ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ମନର ବଳ ଖୁବ୍‌ ଟାଣ ରହିବ ଏବଂ ନିଜ ଜିଦ୍‌ରେ ଅଟଳ ରହିବେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ସି˚ହ
ସି˚ହ
ଆଜି ହଠାତ୍‌ କୌଣସି ନୂତନ ଯୋଜନା ଆରମ୍ଭ କରିପାରନ୍ତି। ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବାର ସମ୍ଭାବନା ରହିଛି। ଆକସ୍ମିକ ସୁଯୋଗ ହାତଛଡ଼ା ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଅତି ଜରୁରୀ, ନତୁବା ଅସୁବିଧାରେ ପଡ଼ିପାରନ୍ତି। ପିଲାଙ୍କ ପଢ଼ାକୁ ନେଇ ଚିନ୍ତିତ ରହିପାରନ୍ତି।
କନ୍ୟା
ନିଜର ସନ୍ଦେହୀ ମନୋଭାବ ହେତୁ କେତେକ ଅନାକାଂକ୍ଷିତ ସମସ୍ୟା ଦେଖାଦେବ। ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦ୍ୱାରା ତାହା ଚିନ୍ତାର କାରଣ ହୋଇପାରେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ତୁଳା
ତୁଳା
କେତେକ ଅପୂରଣୀୟ ଆଶା ମନରେ ଆଲୋଡ଼ନ ସୃଷ୍ଟି କରିବ। କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ବନ୍ଧୁମାନଙ୍କ ଭିତରେ ମାନମନାନ୍ତର ଦେଖା ଦେଇପାରେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ।
ବିଛା
ବିଛା
ସବୁ ଦିଗକୁ ନଜର ଦେଇ ଆଗକୁ ପାଦ ବଢ଼ାନ୍ତୁ, ନ ହେଲେ ଅନୁତାପ କରିବାକୁ ସମୟ ପାଇବେ ନାହିଁ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର ଆଶା ରହିଛି। ଚାହିଁ ଚାହିଁ ଆଖିରୁ ପାଣି ମରିଯିବ ପଛକେ କୌଣସି ବନ୍ଧୁଙ୍କର ଦେଖା ପାଇବେ ନାହିଁ।
ଧନୁ
ଧନୁ
ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମନା କରିବା ପାଇଁ ଚେଷ୍ଟା କରିବେ। ବ୍ୟବସାୟ, ପରିବହନ, ପ୍ରକାଶନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ମକର
ମକର
ଆଜି ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ବିଭିନ୍ନ ପ୍ରକାର ବିନୟପୂର୍ଣ୍ଣ କଥା କହିବେ। ହଠାତ୍‌ ଦୀର୍ଘଦିନରୁ ପ୍ରତୀକ୍ଷା କରିଥିବା କୌଣସି ଖବର ପାଇ ଖୁସି ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସାମାଜିକ ସ୍ତରରେ ନୀରବଦ୍ରଷ୍ଟା ଭଳି କାମ କରିବେ।
କୁମ୍ଭ
କୁମ୍ଭ
କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇଉଠିବ ଏଣୁ କାହାର ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ରାଜନୀତି କ୍ଷେତ୍ରରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଭାବୁଥିବା କଥାକୁ ବନ୍ଧୁଙ୍କ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଅଧସ୍ତନ କର୍ମଚାରୀଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ କଷ୍ଟ ସ୍ବୀକାର କରିବାକୁ ପଡ଼ିବ।
ମୀନମୀନ

କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ପରିବାରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତାପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri