Posted inRasifala

ରାଶିଫଳ: ଶନିବାର , ଅଗଷ୍ଟ ୫ ତାରିଖ – Daily Horoscope

ମେଷ
ଆଜିର ଏକାଦଶସ୍ଥ ଚନ୍ଦ୍ର ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ। ଆବଶ୍ୟକତା ଅନୁଭଭ କରି ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ପରିସ୍ଥିତି ତାଡନାରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଦୀର୍ଘ ଦିନରୁ ପରିକଳ୍ପନା କରିଥିବା ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମିଥୁନ
ମିଥୁନ
ବିଭିନ୍ନ ପ୍ରକାର ଅଭାବ ଅନଟନ ମାନସିକ ଶାନ୍ତିକୁ ନଷ୍ଟ କରିପାରେ। ମନର ଦୁଃଖକୁ ଲୁଚାଇ ରଖି ବନ୍ଧୁମାନଙ୍କ ସମ୍ମୁଖରେ ହସି ହସି କଥା କହିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଅପରାହ୍ନେ ଆଶା କରିଥିବା ଜିନିଷଟି ପାଇ ଖୁସି ହେବେ।
କର୍କଟ
କର୍କଟ
ଦୀର୍ଘଦିନରୁ ଆଶା କରିଥିବା ଦିଗରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ପ୍ରଶାସନିକ ସ୍ତରରେ ଏପରିକି ଶିଳ୍ପ, ବାଣିଜ୍ୟରେ ମଧ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
କର୍ମ କ୍ଷେତ୍ରରେ ଆହ୍ବାନ ବ୍ୟତିରେକେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ପୂର୍ବାଫାଲଗୁନୀ ନକ୍ଷତ୍ର ବନ୍ଧୁମାନଙ୍କୁ ମଧୁର ବାକ୍ୟ କହି ନିିଜର କାର୍ଯ୍ୟ ହାସଲ କରିନେବେ। ନିଜର ଦକ୍ଷତା ବଳରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।
କନ୍ୟା
ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। ପୂର୍ବ ରାଗ ଶୁଝାଇବାକୁ ଯାଇ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ଅଧିକାଂଶ ସମୟ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
କୌଣସି କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁତା ପଥରୋଧ କରୁଥିବାର ସନ୍ଦେହ କରି ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ସାମାନ୍ୟ ବିଳମ୍ବିତ ସମୟରେ ଆଶା ପୂରଣ ହୋଇଯିବ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ପୂର୍ବାଷାଢା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଯିବ। ନିର୍ମାଣାଧୀନ କାମ ପୂର୍ଣ୍ଣାଙ୍ଗ ନ ହେବା ମୂଳରେ ଅର୍ଥାଭାବ ଯୋଗୁ ବିଚଳିତ ହେବେ।
ମକର
ମକର
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ। ଶ୍ରବଣା ନକ୍ଷତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ଆଜିର କାମ ସମୟରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଅଘାତ ଦେଇପାରେ। ଶତଭିଷା ନକ୍ଷତ୍ର କିନ୍ତୁ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।
ମୀନମୀନ

ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଟେନ୍ସନ ଜମା ଛାଡିବ ନାହିଁ। ବନ୍ଧୁମାନଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ରାଜନୈତିକ ସ୍ଥିତି ପ୍ରତି କୌଣସି ସମସ୍ୟାର ସୁରାକ ପାଇ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଚିନ୍ତାଧାରାରେ ଉଦ୍‌ବୁଦ୍ଧ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri