Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ି, ମୋଟର, ଧାର କରଜ ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ରର ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ମନରେ ଆଲୋଡ଼ନ ସୃଷ୍ଟି କରିବ। ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମନ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଚାପ ଯୋଗୁ କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଇବ। ଆତ୍ମୀୟଙ୍କ ପାଇଁ ଯେଉଁ ଆଶା ନେଇ କାମ କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ବାଣିଜ୍ୟ,ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ପାରିବାରିକ ଅଶାନ୍ତି ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। ସକାଳୁ ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇଯାଇପାରେ। ମଘା ନକ୍ଷତ୍ର ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ। ରଚନାତ୍ମକ କାମ, ସାହିତ୍ୟ, ସାମ୍ବାଦିକତାରେ ଉନ୍ନତି କରିବେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିବେ। ଚିତ୍ରା ନକ୍ଷତ୍ରର ପିଲାମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବ। ଆଶା ଓ ଅଭିଳାଷ ପୂରଣ ହେତୁ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଭୋଗବିଳାସରେ ସହକର୍ମୀଙ୍କ ହସ୍ତେକ୍ଷପ ଫଳରେ ବାଧାବିଘ୍ନ ଘଟିପାରେ। ସ୍ବାତୀ ନକ୍ଷତ୍ର ମଧ୍ୟାହ୍ନରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କଚେରି ମାମଲା କିମ୍ବା ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢ଼ିପାରେ।
ବିଛା
ବିଛା
ଆଜି ଆକସ୍ମିକ ଭାବରେ ସକାଳୁ ସକାଳୁ ଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଅନୁରାଧା ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ। ରୋଗ, ଋଣରୁ ରକ୍ଷା ପାଇବାର ପରିକଳ୍ପନା କରିପାରନ୍ତି।
ଧନୁ
ଧନୁ
ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହେବ। ପୂର୍ବାଷାଢ଼ା ନକ୍ଷତ୍ରର ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦୀର୍ଘଦିନରୁ ପ୍ରତୀକ୍ଷା କରିଥିବା ଶୁଭଖବର ଆଜି ସକାଳୁ ସକାଳୁ ପାଇ ଉଲ୍ଲସିତ ହେବେ। ବିଳାସ ବ୍ୟସନ କିମ୍ବା ସଭାସମିତିରେ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ।
ମକର
ମକର
ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବା ପାଇଁ ଆପ୍ରାଣ ଉଦ୍ୟମ କରିପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ର ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ଉଦ୍ଦେଶ୍ୟକୁ ଗୋପନ ରଖି ମନବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବା ଦିଗରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ଶତଭିଷା ନକ୍ଷତ୍ର ସମସ୍ୟା ମଧ୍ୟରେ ନିଜକୁ ନିୟନ୍ତ୍ରଣରେ ରଖିପାରିବେ।
ମୀନମୀନ

ପୂର୍ବଭାଦ୍ରପଦ୍‌ ନକ୍ଷତ୍ର କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ,ନତୁବା ହଜିଯାଇପାରେ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କିତ ସମସ୍ୟା ସୃଷ୍ଟି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?