Posted inRasifala

ରାଶିଫଳ: ଶନିବାର , ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ
ଆଜି ଅ-ନାମାକ୍ଷର ବ୍ୟକ୍ତିଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପରିସ୍ଥିତି ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ସକାଳୁ ସକାଳୁ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ ଚର୍ଚ୍ଚା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ବ-ନାମାକ୍ଷର ବ୍ୟକ୍ତିମାନେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ସଭାସମିତିରେ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆକସ୍ମିକ ସମସ୍ୟା ହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ଉପରେ ପଡ଼ି ବନ୍ଧୁ କିଛି କହିବା କାରଣକୁ ନେଇ ପାରିବାରିକ ଅଶାନ୍ତି ଲାଗିରହିବ।
ମିଥୁନ
ମିଥୁନ
ଭାବୁଥିବେ ଗୋଟେ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ନିଜ ଇଚ୍ଛା ଅନୁଶାରେ କୌଣସି କାମ କରି ନ ପରିବାରୁ ସମାଲୋଚିତ ହେବେ। କୁ-ନାମାକ୍ଷର ବ୍ୟକ୍ତି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ସହକର୍ମୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ।
କର୍କଟ
କର୍କଟ
ଆଜି ଆପଣ ଦ୍ୱନ୍ଦ୍ୱରେ ପଡ଼ି କୌଣସି ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ଆକସ୍ମିକ ଭାବରେ ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଡ-ନାମାକ୍ଷର ବ୍ୟକ୍ତିଙ୍କର ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ଯୋଗ ରହିଛି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ପାଇବେ। ସମ୍ପର୍କୀୟଙ୍କ ସାହାଯ୍ୟରୁ ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ିଯାଇପାରେ। ମ-ନାମାକ୍ଷର ବ୍ୟକ୍ତିଙ୍କ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ପାରିବାରିିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହେଯାଗରୁ ଉତ୍ସାହିତ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ପୂ-ନାମାକ୍ଷର ବ୍ୟକ୍ତିମାନେ ଘର ଲୋକଙ୍କୁ ଉପେକ୍ଷା କରିବା ହେତୁ ପରକ୍ଷଣରେ ଅନତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଆସିଲେ ମଧ୍ୟ କାମ ଅଟକିବ ନାହିଁ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନ କଥା କହିବାରେ ପଛେଇ ଯିବେ। ତ-ନାମାକ୍ଷର ବ୍ୟକ୍ତିମାନେ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ପାରିବାରିକ ଅଶାନ୍ତି ହେତୁକ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ।
ବିଛା
ବିଛା
ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। ନ-ନାମାକ୍ଷର ବ୍ୟକ୍ତିମାନେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ଆଶଙ୍କା ରହିଛି। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ଆଜି ପାରିବାରିକ କ୍ଷେତ୍ରରେ ଉଲ୍ଲେଖନୀୟ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଭ-ନାମାକ୍ଷର ବ୍ୟକ୍ତିମାନେ ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ କଳହ ଦେଖାଦେଇପାରେ। ଖଳ ଲୋକମାନଙ୍କ ଉଦ୍ଦେଶ୍ୟମୂଳକ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। ଖ-ନାମାକ୍ଷର ବ୍ୟକ୍ତିମାନଙ୍କ କର୍ମକ୍ଷେତ୍ରରେ ସମସ୍ୟା ଜନିତ ମନ ବିଚଳିତ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ସ୍ବାସ୍ଥ୍ୟପ୍ରତି ଅବହେଳା କରି ଅନୁତାପ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଶ-ନାମାକ୍ଷର ବ୍ୟକ୍ତିଙ୍କ ପାଇଁ ସହଜରେ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୌଣସି ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ମୀନମୀନ

ପାଖ ପଡ଼ୋଶୀଙ୍କ ସହ ସମ୍ପର୍କରେ ଅବନତି ଘଟିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ। ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ବ୍ୟବସାୟରେ ସଫଳତା ହାସଲ କରିବେ କିନ୍ତୁ ପରିବହନରେ ସମସ୍ୟା ଲାଗି ରହିବ। ଚ-ନାମାକ୍ଷର ବ୍ୟକ୍ତିଙ୍କ ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍‍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିତର୍କଜନିତ କାମଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ ଆଜି ଦିନ ଭିତରେ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସହିତ ପାରିବାରିକ କ୍ଷେତ୍ର ମଧ୍ୟ ମନ୍ଦ ହେବନି। କୌଣସି…

ରାଶିଫଳ: ବୁଧବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହିତ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ କିନ୍ତୁ ଦରକାର ସମୟରେ ପାଖରେ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri