Posted inRasifala

ରାଶିଫଳ:ସୋମବାର , ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ
ଆଜକୁ କେତେଦିନ ହେଲା ମନେମନେ ଯାହା ଭାବୁଥିଲେ ତାହା ସୁବିଧାରେ ପାଇଯିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କଠୋର ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବୃଷ
ବୃଷ
ବିଭିନ୍ନ ପ୍ରକାର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ,ନତୁବା ହଜିଯିବାର ସମ୍ଭାବନା ରହିଛି। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ।
ମିଥୁନ
ମିଥୁନ
ବହୁତ ଦିନରୁ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ। କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ସହକର୍ମୀମାନଙ୍କ ସାହାଯ୍ୟ, ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ସାମୟିକ ଚିନ୍ତିତ ରହିବେ। ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ପରିସ୍ଥିତିର କ୍ରୂର ତାଡ଼ନାରେ ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି। ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ।
କନ୍ୟା
ପୂର୍ବ ପ୍ରସ୍ତୁତି ନ ଥାଇ ମଧ୍ୟ ବନ୍ଧୁଙ୍କ ଅନୁରୋଧରେ କୈାଣସି କାମ କରିବାକୁ ମନ ବଳାଇବେ। ସହକର୍ମୀଙ୍କଠାରୁ ଅର୍ଥ ସାହାଯ୍ୟ ପାଇବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହୋଇଯିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ରାଜନୀତି, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ଦୀର୍ଘ ଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଂଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆଜି ଦିନଟିରେ ଯାନ ବାହନରେ ସତର୍କତା ରକ୍ଷା କରନ୍ତୁ। ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। କର୍ମକ୍ଷେତ୍ରରେ ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତିମାନେ ବଢ଼ାଇ ଦେଇ ପାରନ୍ତି।
ମକର
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ବନ୍ଧୁମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ପୁତ୍ରକନ୍ୟାଙ୍କ ହେତୁକ ସୁଖ ମିଳିବ ଓ ପରିବାରରେ ଶାନ୍ତି ଫେରି ଆସିବ। ରପତ୍ାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ। ବିବାଦୀୟ ଘଟଣା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ବହୁତ ଲାଭ ପାଇବେ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ

ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି କାମ ହାସଲ କରିବେ। କିନ୍ତୁ ବନ୍ଧୁମାନଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ କୈାଣସି ଅସୁବିଧା ହେବନାହିଁ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ସଭାସମିତି କ୍ଷେତ୍ରରେ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri