Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ
ଅଭାବ ଅସୁବିଧା ପୂରଣ ଦିଗରେ ଅନ୍ୟମାନଙ୍କୁ ନେହୁରାହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟିହେବା ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ମାନସିକ ସ୍ଥିତି ଠିକ୍‌ ରହିଲେ ମଧ୍ୟ ସମସ୍ୟା ସମାଧାନରେ ପ୍ରତାରିତ ହୋଇପାରନ୍ତି। କୌଣସି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ହଠାତ୍‌ ମୋଟା ଅଙ୍କର ଆବଶ୍ୟକତା ପଡ଼ିପାରେ। କର୍ମକ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର ନ କରି କାମକଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ନିଜର ଫାଇଦା ହାସଲ ପାଇଁ ଆମତ୍ୀୟସ୍ବଜନମାନେ ଫନ୍ଦିଫିକର କରିପାରନ୍ତି। ସାମାଜିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ। ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନ କରିବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ମନରେ ସାହସ ଭରି ରହିଥିଲେ ମଧ୍ୟ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଆର୍ଥିକ ଅନଟନ ଲାଗି ରହିଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ନିକଟ ସମ୍ପର୍କୀୟମାନଙ୍କ ସହାୟତାରେ ଧାର କରଜ, ଭଡ଼ା ସୂତ୍ରରୁ ଟଙ୍କା ଆଜି ପାଇବେ।
ସି˚ହ
ସି˚ହ
ଉଚ୍ଚ ପଦାଧିକାରୀଙ୍କ ନିର୍ଦ୍ଦେଶରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି। ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ବ୍ୟବସାୟ ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥ ଆବଶ୍ୟକତା ପଡ଼ିପାରେ।
କନ୍ୟା
ଆର୍ଥିକ ପରିସ୍ଥିତି କ୍ରମଶଃ ନିମ୍ନାଭିମୁଖୀ ହୋଇପାରେ। ଭଲ ସମ୍ପର୍କ ଥିବା ସମ୍ପର୍କୀୟମାନେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ଧାରଣାର ବଶବର୍ତ୍ତୀ ହେବେ। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ତୁଳା
ତୁଳା
ପାରିବାରିକ ସ୍ତରରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଦକ୍ଷତା ଓ ସମୟାନୁବର୍ତ୍ତିତାରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବିଛା
ବିଛା
ନିଜେ ସାମିଲ ହୋଇଥିବା ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ପରିବାରରେ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିବେ। ଆଶା କରୁଥିବା କାମ ହାସଲଜନିତ ମାନସିକ ଅବସାଦ ଦୂରହେବ। କାର୍ଯ୍ୟଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ସାଧାରଣ କଥାରେ ଭାବପ୍ରବଣ ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ସ୍ବାର୍ଥ ହାସଲ ମାନସରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ପ୍ରଶାସନିକ ସ୍ତରରେ, ରାଜନୀତିରେ, ଜମିଜମା କାରବାରରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ଦିନଟିରେ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କାର୍ଯ୍ୟ ହାସଲ ସକାଶେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧାରିବାକୁ ଯାଇ ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ଆଜି ଆପଣ ବିଭିନ୍ନ ସୂତ୍ରରୁ ରୋଜଗାର କରିବେ।
କୁମ୍ଭ
କୁମ୍ଭ
ଆଶା କରୁଥିବା ଦିଗରୁ ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ବାରମ୍ବାର ବିଫଳତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମୀନମୀନ

ଅସଫଳତାରେ ବିବ୍ରତ ହେତୁ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ପରିବାରର ଆବଶ୍ୟକତାକୁ ନେଇ ଆଜି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ନିଜ ମନ ପସନ୍ଦର ଜିନିଷ ଲାଭକରି ଖୁସି ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?