Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ
ଆଜି ବନ୍ଧୁମାନଙ୍କ ସାହାଯ୍ୟରେ ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଷଷ୍ଠସ୍ଥ ମଙ୍ଗଳ ହେତୁ ଜମିଜମା ସମ୍ବନ୍ଧୀୟ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଯାତ୍ରା ସମୟରେ ପରିବହନରେ ଝଗଡ଼ା ଲାଗିବାର ସୂଚନା ରହିଛି। ପାରିବାରିକ କ୍ଷେତ୍ର ମନ୍ଦ ନ ହେଲେ ମଧ୍ୟ ପ୍ରକାରର ରହିବ।
ବୃଷ
ବୃଷ
ଗୁରୁଚଣ୍ଡାଳ ଯୋଗ ପ୍ରଭାବରେ ପରିବାରରେ ଅନର୍ଥ ସୃଷ୍ଟି ହୋଇପାରେ। କୌଣସି ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ନ ପାଇ ବିକଳ୍ପ ଚିନ୍ତା କରିପାରନ୍ତି। କଚେରି ମାମଲାରେ ବାନ୍ଧି ହୋଇପଡ଼ିଥିବା ବ୍ୟକ୍ତିମାନେ ଆଶ୍ୱସ୍ତି ଲାଭ କରିବେ। ବ୍ୟବସାୟିକ ସ୍ଥିତି ପୂର୍ବଭଳି ରହିବା ସାଙ୍ଗକୁ ସନ୍ତାନହେତୁକ ଗୌରବାନ୍ବିତ ହେବେ।
ମିଥୁନ
ମିଥୁନ
ରବି ଓ କେତୁଙ୍କ ମଧ୍ୟବର୍ତ୍ତୀ ମଙ୍ଗଳଜନିତ ଟିକିଏ କଥାରେ ରାଗିଯିବା କାରଣରୁ କଳହ ସୃଷ୍ଟି ହୋଇପାରେ। କୌଣସି କାମରେ ବ୍ୟସ୍ତ ରହିବା ହେତୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ସହକର୍ମୀଙ୍କ ସାହାଯ୍ୟରେ ଅଟକିଥିବା କାମ ହାସଲ କରିବେ। କଳା, ସାହିତ୍ୟ କ୍ଷେତ୍ରରେ ବନ୍ଧୁଙ୍କ ମତ ପାର୍ଥକ୍ୟ ଦେଖାଦେବ।
କର୍କଟ
କର୍କଟ
ମୁଖଭାବସ୍ଥ ବୁଧାଦିତ୍ୟ ହେତୁ ଅପ୍ରିୟ ସତ୍ୟ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ସାମାଜିକ ସ୍ତରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। କୌଣସି ବନ୍ଧୁ ଈର୍ଷାଭାବ ପୋଷଣ କରିପାରନ୍ତି।
ସି˚ହ
ସି˚ହ
କଠୋର ପରିଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ମାନସିକ ଅଶାନ୍ତି ସାଙ୍ଗକୁ ମଙ୍ଗଳଙ୍କ ପ୍ରଭାବରେ ବ୍ୟବହାରରେ କଠୋରତା ତିକ୍ତତା ସୃଷ୍ଟି କରିବ। ରାଜନୈତିକ କ୍ଷେତ୍ରରେ ଆଜିର ଆଲୋଚନା ସରଗରମ ରହିବାର ସୂଚନା ରହିଛି। କଳା, କ୍ରୀଡ଼ା, ସଙ୍ଗୀତ, ସାହିତ୍ୟ ତଥା ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ।
କନ୍ୟା
ରାଶିରେ ତୃତୀୟାଧିପତି ହେତୁ ଆବଶ୍ୟକତାକୁ ପୂରଣ କରିବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନକୁ ପ୍ରଶଂସା କରିବେ। ବିଳମ୍ବରେ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରନ୍ତି। ବନ୍ଧୁଙ୍କ ସହିତ କଥାବାର୍ତ୍ତା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଈର୍ଷାପର ମନୋଭାବ ନେଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
ତୁଳା
ତୁଳା
ଏକାଦଶସ୍ଥ ରବି ଓ ବୁଧଜନିତ ସମସ୍ୟାର ସମାଧାନ କରିବା ସହ ନିଜକୁ ମାନସିକ ସ୍ତରରେ ଦୃଢୀଭୂତ କରିପାରନ୍ତି। ବିବାଦୀୟ ପରିସ୍ଥିତିରେ ମଧ୍ୟ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ସହକର୍ମୀଙ୍କୁ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
କେନ୍ଦ୍ରସ୍ଥ ଶନି ହେତୁ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ଉପରେ ନିର୍ଭର କରିବା କାରଣରୁ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଛୋଟ କଥାକୁ କେନ୍ଦ୍ରକରି ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ଧନୁ
ଧନୁ
ଅନୁକୂଳ ଗ୍ରହସ୍ଥିତିରୁ ଆଜି ଏକ ସମ୍ମାନଜନକ ସ୍ଥିତିରେ ସହାୟତା ଲାଭ କରିବେ। କିନ୍ତୁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାରେ ଈର୍ଷାନ୍ବିତ ନିଜ ଲୋକମାନେ ଦାଉ ସାଧିପାରନ୍ତି। ବ୍ୟବସାୟ, ବାଣିଜ୍ୟ ଏପରିକି ସାଂସ୍କୃତିକ କ୍ଷେତ୍ରରେ ମଧ୍ୟ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ।
ମକର
ମକର
ଶୁକ୍ରଙ୍କ ଦୃଷ୍ଟି ପ୍ରଭାବରେ ଗତକାଲିଠାରୁ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନଷ୍ପତ୍ତି ନେବେ। ପାରିବାରିକ କ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ବନ୍ଧୁଙ୍କ ସହ ଯାତ୍ରା କାଳରେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
କୁମ୍ଭ
କୁମ୍ଭ
ସ୍ବଗୃହୀ ଶନି ହେତୁ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ତଥାପି ଦ୍ୱନ୍ଦ୍ୱରେ ପଡ଼ି କେତେକ କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ନିଜ ମନକୁ ନ ପାଇଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ମୀନମୀନ

ଚନ୍ଦ୍ର ଓ ଶୁକ୍ରଙ୍କ ଶୁଭ ସଂସ୍ଥାନ ହେତୁ ଦିନଟି ସବୁ ଦିଗରୁ ଅତି ଭଲରେ ଅତିବାହିତ ହେବ। କର୍ମକ୍ଷେତ୍ରରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ। ଅର୍ଥ ଓ ସମ୍ମାନ, ସଦ୍ଦିଚ୍ଛାର ଅଭାବ ରହିବ ନାହିଁ। କିନ୍ତୁ ଅବହେଳା ନ କରି ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ପିଲାଙ୍କ ସଫଳତାକୁ ନେଇ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri