Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ର ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ପୂରଣ କରିନେବେ। ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଅଧାରେ ଅଟକିଯିବ।
ବୃଷ
ବୃଷ
ପାପଯୁକ୍ତ ଚନ୍ଦ୍ର ହେତୁ ଆଜି ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ଅଫିସ୍ରେ ସାଧାରଣ ବଚସାରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ହିତେଶୁଙ୍କ ସାହାଯ୍ୟରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ରାଶି ପ୍ରତି ବୁଧଙ୍କ ଦୃଷ୍ଟିରୁ ବହୁତ ଦିନଧରି ଭାଙ୍ଗି ପଡିଥିବା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସ୍ର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇ ଶେଷରେ ନାସ୍ତିବାଣୀ ଶୁଣାଇବେ।
କର୍କଟ
କର୍କଟ
ପରିସ୍ଥିତିରେ ପଡି କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବେ। ସାମାଜିକ ସ୍ତରରେ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡିବାକୁ ପଡିପାରେ। ବନ୍ଧୁଗହଣରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି।
ସି˚ହ
ସି˚ହ
ମୂଳା ନକ୍ଷତ୍ରସ୍ଥ ରବି ଯୋଗୁ କାମର ଚାପ ବୃଦ୍ଧି ପାଇବ। ବନ୍ଧୁମାନଙ୍କ ସାହାଯ୍ୟରେ ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ରପ୍ତାନି, ବାଣିଜ୍ୟରେ ଉନ୍ନତି ଘଟିବାରୁ ସାମୟିକ ଖୁସି ରହିବେ।
କନ୍ୟା
ମାନସିକ ସ୍ଥିତି ଭଲ ରହିବନି। ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ହେବ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇ ବ୍ୟଥିତ ହୋଇପାରନ୍ତି। ଚିତ୍ରା ନକ୍ଷତ୍ର ପୁରାତନ ରୋଗ ପୀଡ଼ା ଅନୁଭବ କରିପାରନ୍ତି। ସାହିତ୍ୟ, କଳା କ୍ଷେତ୍ରରୁ ପ୍ରଶଂସିତ ହେବେ।
ତୁଳା
ତୁଳା
ଆଜି ସକାଳୁ ପରିବାର ମଧ୍ୟରେ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସ୍ବାତୀ ନକ୍ଷତ୍ରର ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍ଖୋର ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି।
ବିଛା
ବିଛା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ବଦଳି ଯାଇଥିଲେ ମଧ୍ୟ ବନ୍ଧୁଙ୍କ ପୂର୍ବର ସେହି ଅନୁରାଗ ରହିବ ନାହିଁ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ। ଅନୁରାଧା ନକ୍ଷତ୍ର ଗତକାଲିଠାରୁ ଭାବୁଥିବା କାମଟିକୁ ଆଜି ହିଁ ଶେଷ କରିପାରିବେନି।
ଧନୁ
ଧନୁ
ନୀଚ ରାଶିସ୍ଥ ବୃହସ୍ପତିଙ୍କ କୁପ୍ରଭାବରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ପ୍ରତିକ୍ରିୟାଶୀଳ ହେଲେ ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଭୁଲ୍ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇ ପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ମକର
ମକର
ଭାବିଚିନ୍ତି କାମ ନ କଲେ ଅନୁତାପ କରିବାକୁ ପଡିପାରେ। ବନ୍ଧୁଙ୍କ ପରାମର୍ଶକୁ ନିର୍ବିବାଦରେ ଗ୍ରହଣ ନ କଲେ ବିବାଦକୁ ଠେଲି ହୋଇଯିବେ। ଉପରିସ୍ଥଙ୍କ ସାହାଯ୍ୟରୁ ସ୍ଥଗିତ କାମ ହାସଲ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ପ୍ରତି ଅବହେଳା କଲେ ଅନୁତାପ କରିବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରେଇବାର ପ୍ରଯତ୍ନ କରିପାରନ୍ତି। କାହା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଶତଭିଷାର ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ।
ମୀନମୀନ
ଆଜି ଲକ୍ଷ୍ୟ ପୂରଣ ହେବ, ମାତ୍ର ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ୍ କରିପାରନ୍ତି। ଉତ୍ତରଭାଦ୍ରବ ନକ୍ଷତ୍ର କୌଣସି କ୍ଷେତ୍ର୍ରରେ ଆଜି ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିପାରନ୍ତି। ପାରିବାରିକ ଅଶାନ୍ତି ପରିପ୍ରେକ୍ଷୀରେ ଗୁରୁଜନଙ୍କ ସାନ୍ତ୍ବନା ମନରେ ଆଶ୍ୱସ୍ତି ଭରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri