Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ର ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ପୂରଣ କରିନେବେ। ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଅଧାରେ ଅଟକିଯିବ।
ବୃଷ
ବୃଷ
ପାପଯୁକ୍ତ ଚନ୍ଦ୍ର ହେତୁ ଆଜି ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ଅଫିସ୍ରେ ସାଧାରଣ ବଚସାରୁ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ହିତେଶୁଙ୍କ ସାହାଯ୍ୟରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ରାଶି ପ୍ରତି ବୁଧଙ୍କ ଦୃଷ୍ଟିରୁ ବହୁତ ଦିନଧରି ଭାଙ୍ଗି ପଡିଥିବା ସ୍ବାସ୍ଥ୍ୟରେ ଉନ୍ନତି ଘଟିପାରେ। ସହକର୍ମୀଙ୍କ କାର୍ଯ୍ୟାବଳୀ ଓ ଅଫିସ୍ର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇ ଶେଷରେ ନାସ୍ତିବାଣୀ ଶୁଣାଇବେ।
କର୍କଟ
କର୍କଟ
ପରିସ୍ଥିତିରେ ପଡି କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବେ। ସାମାଜିକ ସ୍ତରରେ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡିବାକୁ ପଡିପାରେ। ବନ୍ଧୁଗହଣରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି।
ସି˚ହ
ସି˚ହ
ମୂଳା ନକ୍ଷତ୍ରସ୍ଥ ରବି ଯୋଗୁ କାମର ଚାପ ବୃଦ୍ଧି ପାଇବ। ବନ୍ଧୁମାନଙ୍କ ସାହାଯ୍ୟରେ ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ରପ୍ତାନି, ବାଣିଜ୍ୟରେ ଉନ୍ନତି ଘଟିବାରୁ ସାମୟିକ ଖୁସି ରହିବେ।
କନ୍ୟା
ମାନସିକ ସ୍ଥିତି ଭଲ ରହିବନି। ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ଆଲୋଚନା କାଳରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ହେବ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇ ବ୍ୟଥିତ ହୋଇପାରନ୍ତି। ଚିତ୍ରା ନକ୍ଷତ୍ର ପୁରାତନ ରୋଗ ପୀଡ଼ା ଅନୁଭବ କରିପାରନ୍ତି। ସାହିତ୍ୟ, କଳା କ୍ଷେତ୍ରରୁ ପ୍ରଶଂସିତ ହେବେ।
ତୁଳା
ତୁଳା
ଆଜି ସକାଳୁ ପରିବାର ମଧ୍ୟରେ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସ୍ବାତୀ ନକ୍ଷତ୍ରର ସାମାଜିକ ସ୍ତରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍ଖୋର ତ୍ୟାଗ କଲେ କେତେକାଂଶରେ ଉପକୃତ ହୋଇପାରନ୍ତି।
ବିଛା
ବିଛା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ବଦଳି ଯାଇଥିଲେ ମଧ୍ୟ ବନ୍ଧୁଙ୍କ ପୂର୍ବର ସେହି ଅନୁରାଗ ରହିବ ନାହିଁ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ। ଅନୁରାଧା ନକ୍ଷତ୍ର ଗତକାଲିଠାରୁ ଭାବୁଥିବା କାମଟିକୁ ଆଜି ହିଁ ଶେଷ କରିପାରିବେନି।
ଧନୁ
ଧନୁ
ନୀଚ ରାଶିସ୍ଥ ବୃହସ୍ପତିଙ୍କ କୁପ୍ରଭାବରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ପ୍ରତିକ୍ରିୟାଶୀଳ ହେଲେ ପ୍ରିୟଜନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତିତ ହେବାକୁ ପଡିବ। ଭୁଲ୍ ବୁଝାମଣା ହେତୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇ ପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ମକର
ମକର
ଭାବିଚିନ୍ତି କାମ ନ କଲେ ଅନୁତାପ କରିବାକୁ ପଡିପାରେ। ବନ୍ଧୁଙ୍କ ପରାମର୍ଶକୁ ନିର୍ବିବାଦରେ ଗ୍ରହଣ ନ କଲେ ବିବାଦକୁ ଠେଲି ହୋଇଯିବେ। ଉପରିସ୍ଥଙ୍କ ସାହାଯ୍ୟରୁ ସ୍ଥଗିତ କାମ ହାସଲ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ପ୍ରତି ଅବହେଳା କଲେ ଅନୁତାପ କରିବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରେଇବାର ପ୍ରଯତ୍ନ କରିପାରନ୍ତି। କାହା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଶତଭିଷାର ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ।
ମୀନମୀନ
ଆଜି ଲକ୍ଷ୍ୟ ପୂରଣ ହେବ, ମାତ୍ର ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ୍ କରିପାରନ୍ତି। ଉତ୍ତରଭାଦ୍ରବ ନକ୍ଷତ୍ର କୌଣସି କ୍ଷେତ୍ର୍ରରେ ଆଜି ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିପାରନ୍ତି। ପାରିବାରିକ ଅଶାନ୍ତି ପରିପ୍ରେକ୍ଷୀରେ ଗୁରୁଜନଙ୍କ ସାନ୍ତ୍ବନା ମନରେ ଆଶ୍ୱସ୍ତି ଭରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri