Posted inRasifala

ରାଶିଫଳ: ଗୁରୁବାର, ଫେବୃଆରୀ ୧୯ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେବ। ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତି ମନୋରଞ୍ଜନ କାର୍ଯ୍ୟକ୍ରମରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ବନ୍ଧୁପରିଜନଙ୍କ ସହିତ ଯାତ୍ରା ସମୟରେ କୌଣସି ବିଜାତୀୟ ବ୍ୟକ୍ତିଙ୍କ ଦ୍ୱାରା ଅର୍ଥହାନିର ଯୋଗ ରହିଛି। ସହକର୍ମୀଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁଦଉଡ଼ କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟସମସ୍ୟା ବୃଦ୍ଧି ପାଉଥିବାରୁ ଚିନ୍ତାପ୍ରକଟ କରିପାରନ୍ତି। ସାଧାରଣ କଥାରେ ଉତ୍ତେଜିତ ହେବା ଦ୍ୱାରା ପଡ଼ୋଶୀମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କଚେରି ମାମଲାରେ ବାଇଦା ପଡିବା କାରଣରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। ବ୍ୟବସାୟିକ ସ୍ଥିତି ଭଲ ରହିବ ଓ ବନ୍ଧୁଙ୍କ ସହିତ ଆଜିର ଆଲୋଚନା ଫଳପ୍ରଦ ହେବ।
କର୍କଟ
କର୍କଟ
ବନ୍ଧୁଙ୍କ ଅବିବେକୀ କାମ, ସହକର୍ମୀଙ୍କ କୂଟନୀତି ଓ ଆତ୍ମୀୟଙ୍କ ବେଖାତିର କଥାରୁ ଦୁଃଖାନୁଭବ କରିପାରନ୍ତି। କର୍ମକ୍ଷେତ୍ରସ୍ଥ ବନ୍ଧୁଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କ ଅନୁଚିନ୍ତା ଦୂର ହୋଇଯିବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିପାରନ୍ତି।
ସି˚ହ
ସି˚ହ
ଆଜି କୌଣସି କାମ କରିସାରିବା ପଶ୍ଚାନ୍ତେ ଅନୁତାପ କରିପାରନ୍ତି। ଆବଶ୍ୟକ ଟଙ୍କା ପଇସା ଯୋଗାଡ଼ ସକାଶେ ବିଭିନ୍ନ ଯୋଜନା କରିବେ। ସହକର୍ମୀଙ୍କ ସହ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ଏଜେନ୍ସି, ଗଣଯୋଗାଯୋଗ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ସାମାନ୍ୟ କଥାରୁ ମତାନ୍ତର ଘଟିଥିବା ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟା ସମାଧାନ ହେବାରେ ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆତ୍ମୀୟମାନେ ଶତ୍ରୁତା କରିପାରନ୍ତି। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ସ୍ଥଗିତ କାମଟି ଆଜି ହିଁ ଶେଷ କରିବାକୁ ଭାବୁଥିଲେ ମଧ୍ୟ ତାହା ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହେବ। କୌଣସି ଜିନିଷ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ। ସଭାସମିତିରେ ସମ୍ମାନିତ ହୋଇପାରନ୍ତି।
ବିଛା
ବିଛା
ନିଜକୁ ପୂର୍ଣ୍ଣ ଶୃଙ୍ଖଳିତ କରିବାକୁ ଚାହୁଁଥିଲେ ମଧ୍ୟ ପରିସ୍ଥିତି ତାହା କରାଇ ଦେଇ ନ ପାରେ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧର ସାମ୍ନା କରିବେ। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ଅତୀତର ବିବାଦକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ବାକ୍‌ବିତଣ୍ଡା ସୃଷ୍ଟି ହେବାର ସୂଚନା ରହିଛି ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ସମ୍ପନ୍ନ ହୋଇଯିବ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ମନ ଖୁସି ରହିପାରେ।
ମକର
ମକର
ସ୍ଥଗିତ କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ସକାଶେ ବନ୍ଧୁଙ୍କ ସହଯୋଗର ଆବଶ୍ୟକତା ଅନୁଭବ କରିବେ। ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ଉନ୍ନତି କରିବା ସାଙ୍ଗକୁ ସୁନାମ ମଧ୍ୟ ପାଇବେ। ପ୍ରତ୍ୟାବର୍ତ୍ତନର ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଜମା ଭଲ ସମ୍ପର୍କ ନ ଥିବା ନିଜର ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି କରିପାରିବେ ନାହିଁ । ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ଯୋଗୁ ଖୁସି ହେବେ। ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ଯୋଗୁ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
ପରୋକ୍ଷ ଶତ୍ରୁତାରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଜିର ଦିନଚର୍ଯ୍ୟାରେ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହେବ। ମାଙ୍ଗଳିକ କାମ ସକାଶେ ଆତ୍ମୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri