Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ। ଅନ୍ୟର କଥାରେ ପ୍ରଭାବିତ ହୋଇ କିମ୍ବା ସତର୍କତାର ସହ କାମ ନ କଲେ ଫସିଯାଇ ପାରନ୍ତି। ପାରିବାରିକ, ପ୍ରଶାସନିକ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ।
ବୃଷ
ବୃଷ
ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ଏବଂ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି। କିଛି ଜିନିଷ ହଜାଇବା କାରଣରୁ ବିରସ ମନରେ କାଳ କାଟିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଆଦି କ୍ଷେତ୍ରରେ ବିଶେଷ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ଆକସ୍ମିକ ଭାବେ ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ, କଳ କାରଖାନା, ହୋଟେଲ, ବ୍ୟବସାୟରୁ ସୁଫଳ ପାଇବେ। ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସାମୟିକ ଆନନ୍ଦିତ ରହିପାରନ୍ତି।
କର୍କଟ
କର୍କଟ
ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସ୍ନାୟବିକ ଦୁର୍ବଳତା କିମ୍ବା ଆଣ୍ଠୁ ଗଣ୍ଠି ଦରଜଜନିତ ପୀଡା ଅନୁଭବ କରିବେ।
ସି˚ହ
ସି˚ହ
ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ୱନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି କେବଳ ଅଶାନ୍ତି ସୃଷ୍ଟିର କାରଣ ହେବ। ଖୋଜୁଥିବା ଜିନିଷ ନ ପାଇବାରୁ ବିରକ୍ତ ହୋଇପାରନ୍ତି। ଖୁସି ରହିବା ଓ ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ଚେଷ୍ଟା କଲେ ମଧ୍ୟ ବିଫଳ ହେବେ। ପ୍ଲଟିଂ କାରବାର ସମସ୍ୟାବିଜଡିତ ରହିପାରେ।
ତୁଳା
ତୁଳା
ଆଜି ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ସୁଯୋଗ ଆପଣା ଛାଏଁ ପାଖରେ ଆସି ଜୁଟିବ ଓ ଆଶା ନିଶ୍ଚିତ ପୂରଣ ହୋଇଯିବ। ନିଜ ଲୋକ ମାନଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ।
ବିଛା
ବିଛା
ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ କିନ୍ତୁ ସହଜ ଓ ସୁବିଧାରେ ନୁହେଁ। ଅର୍ଥନୈତିକ,ପ୍ରଶାସନିକ,ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ସାହିତ୍ୟ, ସାମ୍ବାଦିକତା, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ମିଶ୍ରିତ ଫଳ ଅନୁଭବ କରିବେ।
ଧନୁ
ଧନୁ
ଆଜିର ଯାତ୍ରାରେ ଯେଉଁଥି ସକାଶେ ଯାଉଛନ୍ତି ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ। ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଅଫିସ୍‌ରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
ମକର
ମକର
ଦିନଟି ବନ୍ଧୁ ମେଳରେ କଟିବ। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ପ୍ରକାଶନ, ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟିକ ସଫଳତା ମିଳିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହେବ ନାହିଁ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ କାର୍ଯ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ। ଅସୁବିଧା ନ ହେଲେ ମଧ୍ୟ କେତେକ କାମ ଅଧାରେ ଅଟକି ଯିବ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ମନ୍ଦ ନୁହେଁ।
ମୀନମୀନ
ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବଢିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଅତୀତ ଘଟଣା ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିପାରେ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri