Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ। ଅନ୍ୟର କଥାରେ ପ୍ରଭାବିତ ହୋଇ କିମ୍ବା ସତର୍କତାର ସହ କାମ ନ କଲେ ଫସିଯାଇ ପାରନ୍ତି। ପାରିବାରିକ, ପ୍ରଶାସନିକ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ।
ବୃଷ
ବୃଷ
ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ଏବଂ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି। କିଛି ଜିନିଷ ହଜାଇବା କାରଣରୁ ବିରସ ମନରେ କାଳ କାଟିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଆଦି କ୍ଷେତ୍ରରେ ବିଶେଷ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ଆକସ୍ମିକ ଭାବେ ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ, କଳ କାରଖାନା, ହୋଟେଲ, ବ୍ୟବସାୟରୁ ସୁଫଳ ପାଇବେ। ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସାମୟିକ ଆନନ୍ଦିତ ରହିପାରନ୍ତି।
କର୍କଟ
କର୍କଟ
ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସ୍ନାୟବିକ ଦୁର୍ବଳତା କିମ୍ବା ଆଣ୍ଠୁ ଗଣ୍ଠି ଦରଜଜନିତ ପୀଡା ଅନୁଭବ କରିବେ।
ସି˚ହ
ସି˚ହ
ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ୱନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି କେବଳ ଅଶାନ୍ତି ସୃଷ୍ଟିର କାରଣ ହେବ। ଖୋଜୁଥିବା ଜିନିଷ ନ ପାଇବାରୁ ବିରକ୍ତ ହୋଇପାରନ୍ତି। ଖୁସି ରହିବା ଓ ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ଚେଷ୍ଟା କଲେ ମଧ୍ୟ ବିଫଳ ହେବେ। ପ୍ଲଟିଂ କାରବାର ସମସ୍ୟାବିଜଡିତ ରହିପାରେ।
ତୁଳା
ତୁଳା
ଆଜି ଆକସ୍ମିକ ଭାବରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ସୁଯୋଗ ଆପଣା ଛାଏଁ ପାଖରେ ଆସି ଜୁଟିବ ଓ ଆଶା ନିଶ୍ଚିତ ପୂରଣ ହୋଇଯିବ। ନିଜ ଲୋକ ମାନଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ।
ବିଛା
ବିଛା
ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ କିନ୍ତୁ ସହଜ ଓ ସୁବିଧାରେ ନୁହେଁ। ଅର୍ଥନୈତିକ,ପ୍ରଶାସନିକ,ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ସାହିତ୍ୟ, ସାମ୍ବାଦିକତା, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ମିଶ୍ରିତ ଫଳ ଅନୁଭବ କରିବେ।
ଧନୁ
ଧନୁ
ଆଜିର ଯାତ୍ରାରେ ଯେଉଁଥି ସକାଶେ ଯାଉଛନ୍ତି ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ। ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଅଫିସ୍‌ରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ।
ମକର
ମକର
ଦିନଟି ବନ୍ଧୁ ମେଳରେ କଟିବ। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ପ୍ରକାଶନ, ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟିକ ସଫଳତା ମିଳିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହେବ ନାହିଁ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ କାର୍ଯ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ। ଅସୁବିଧା ନ ହେଲେ ମଧ୍ୟ କେତେକ କାମ ଅଧାରେ ଅଟକି ଯିବ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ମନ୍ଦ ନୁହେଁ।
ମୀନମୀନ
ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବଢିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଅତୀତ ଘଟଣା ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିପାରେ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri