Posted inRasifala

ରାଶିଫଳ: ସୋମବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ
ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍‌ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର ଏହାର ବିପରୀତ ସାମଗ୍ରିକ ଦୃଷ୍ଟିକୋଣରୁ ଶୁଭଫଳ ପାଇବେ। ନୂତନ ସମ୍ପର୍କ, ସାଂସ୍କୃତିକ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ଓ ସମ୍ମାନିତ ହୋଇପାରନ୍ତି।
ବୃଷ
ବୃଷ
ଆଜି ଲାଭାଧିପ ଧନସ୍ଥାନସ୍ଥ ଯୋଗୁ ଆର୍ଥିକ ଉନ୍ନତି ସହିତ ଧାର୍ମିକ ବାତାବରଣର ସୁଯୋଗ ପ୍ରଦାନ କରିବେ। ମନୋରଞ୍ଜନରେ ଆଗ୍ରହୀ ହେବା ସହ ସାହିତ୍ୟ, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। କୌଣସି ଜିନିଷ ହଜାଇ ମନସ୍ତାପ କରିପାରନ୍ତି। ଯାତ୍ରାକାଳୀନ ସମସ୍ୟାର ସମ୍ମୁଖୀନ ହେବେ। ବ୍ୟବସାୟିକ ସ୍ଥିତି ଭଲ ରହିବ।
ମିଥୁନ
ମିଥୁନ
ଅଷ୍ଟମସ୍ଥ ଗ୍ରହମାନେ ବିଭିନ୍ନ ସମସ୍ୟା ସୃଷ୍ଟିକରି ବ୍ୟତିବ୍ୟସ୍ତ କରାଇପାରନ୍ତି। କର୍ମକ୍ଷେତ୍ରରେ ପଦାଧିକାରୀଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଶିଳ୍ପ, ବାଣିଜ୍ୟ, କଳକାରଖାନା, ହୋଟେଲ, ବ୍ୟବସାୟରୁ ସୁଫଳ ପାଇବେ। ମନୋରଞ୍ଜନାଦି ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣର ସୁଯୋଗ ମିଳିବ।
କର୍କଟ
କର୍କଟ
ରାଶିପ୍ରତି ଏକାଧିକ ଗୁରୁଦୃଷ୍ଟି ଆପଣଙ୍କ କଥାର ଓଜନକୁ ବୃଦ୍ଧି କରିବ ଫଳରେ କର୍ମକ୍ଷେତ୍ରରେ ପ୍ରାଧାନ୍ୟତା ବୃଦ୍ଧି ପାଇବ। ଅଶ୍ଳେଷା ନକ୍ଷତ୍ର କିନ୍ତୁ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ ଭୁଲ୍‌ କରିପାରନ୍ତି। କରଜଦାତାଙ୍କ ଚାପରୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ସ୍ନାୟବିକ ଦୁର୍ବଳତା କିମ୍ବା ଆଣ୍ଠୁଗଣ୍ଠିରେ ଦରଜଜନିତ ପୀଡ଼ା ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ଆଜିର ଦ୍ୱାଦଶାଧିପ ଚନ୍ଦ୍ର ଷଷ୍ଠସ୍ଥାନରେ ରହି ଆପଣଙ୍କ ଯାତ୍ରାରେ ଲକ୍ଷ୍ୟ ହାସଲ କରାଇବେ। ଆଶା କରିଥିବା ଦିଗରୁ ଅର୍ଥ, ସମ୍ମାନ ଓ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। ଅସୁବିଧା ସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
କର୍ମସ୍ଥାନରେ ଗୁରୁ ଏବଂ କୋଣସ୍ଥାନରେ ଗ୍ରହମାନେ ଥିବାରୁ କର୍ମକ୍ଷେତ୍ର, ବ୍ୟବସାୟ ଓ ଯାତ୍ରା ପାଇଁ ମନ୍ଦ ହେବନି। ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ଅଶାନ୍ତି ସୃଷ୍ଟି ହେବ। ଦରକାରୀ କାଗଜପତ୍ର ଆବଶ୍ୟକ ସମୟରେ ନ ପାଇ ବ୍ୟସ୍ତ ହେବେ। ନୂତନ ମିତ୍ରତା ସୃଷ୍ଟି କରିପାରନ୍ତି। ପ୍ଲଟିଂ କାରବାର ସମସ୍ୟା ବିଜଡ଼ିତ ରହିପାରେ।
ତୁଳା
ତୁଳା
କେନ୍ଦ୍ର ଓ କୋଣଭାବସ୍ଥ ଗ୍ରହ ପ୍ରଭାବରେ ଆଶା ଓ କାମନା ଚରିତାର୍ଥ ହୋଇଯିବ। ଯାହା କରିବା ସକାଶେ ମନସ୍ଥ କରିଛନ୍ତି ଶୀଘ୍ର ଆରମ୍ଭ କରିଦେବା ଭଲ। ଆଜିର କର୍ମକ୍ଷେତ୍ରରେ ବିଜାତୀୟ ବ୍ୟକ୍ତିଙ୍କ ସହାୟତା ପାଇପାରନ୍ତି। ଗୃହସୀମା କିମ୍ବା ଘରଭଡ଼ାକୁ ନେଇ ବିବାଦ ହୋଇପାରେ। ନିଜ ଲୋକଙ୍କ ଅନାଦର ଭାବ ବ୍ୟଥିତ କରିପାରେ।
ବିଛା
ବିଛା
ଶନିଙ୍କ ସ୍ଥିତିଜନିତ କିଛି ଆଶା ଓ ଆଶଙ୍କା ମଧ୍ୟରେ ମାନସିକ ସ୍ଥିତି ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ଅଷ୍ଟମସ୍ଥ ବୃହସ୍ପତି ଯଦିଓ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ କିନ୍ତୁ ସହଜ ଓ ସୁବିଧାରେ ନୁହେଁ। ଅର୍ଥନୈତିକ, ସାମାଜିକ ଓ ରାଜନତିକ ସ୍ଥିତି ମଧ୍ୟମ ପ୍ରକାର ରହିବ। ସାହିତ୍ୟ, ସାମ୍ବାଦିକତା, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ।
ଧନୁ
ଧନୁ
ଧନଭାବରେ ଗ୍ରହଙ୍କ ଅବସ୍ଥାନ ଅର୍ଥ ସମ୍ପର୍କିତ ବିବାଦର କାରଣ ହେବ। ସଭାସମିତିରେ ବାକ୍‌ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବେ। ପାରିବାରିକ ସମସ୍ୟା ସମାଧାନର ରାସ୍ତା ବାହାର କରିନେବେ। ବାଣିଜ୍ୟ, ଆଇନ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟଭ୍ରଷ୍ଟ ହେବେନାହିଁ। ନୂତନ ନିଯୁକ୍ତିର ସୁଯୋଗ ପାଇପାରନ୍ତି।
ମକର
ମକର
ଚତୁର୍ଥାଧିପତି ରାଶିରେ ରହିଥିବାରୁ ଆଜି ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ଏବଂ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। ପ୍ରକାଶନ, ସଂଗଠନ, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟିକ ସଫଳତା ସନ୍ତୋଷଜନକ ହେବ ନାହିଁ।
କୁମ୍ଭ
କୁମ୍ଭ
ଦ୍ୱାଦଶସ୍ଥ ଗ୍ରହ ପ୍ରଭାବରେ ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଦୂରଯାତ୍ରା କରିପାରନ୍ତି। ପରୋକ୍ଷ ଶତ୍ରୁତା କାରଣରୁ ଅସୁବିଧା ନ ହେଲେ ମଧ୍ୟ କେତେକ କାମ ଅଧାରେ ଅଟକି ଯାଇପାରେ। ଯାତ୍ରା, ବାଣିଜ୍ୟ, ଆଲୋଚନା କ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବାର ଆଶଙ୍କା ରହିଛି।
ମୀନମୀନ
ଆଜି ଚନ୍ଦ୍ର ସମେତ ଅନ୍ୟଗ୍ରହମାନେ ଏକାଦଶଭାବସ୍ଥ ଯୋଗୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ କରିବେ। ପରିବାରର ଖର୍ଚ୍ଚ ବଢ଼ିବାରୁ ବ୍ୟସ୍ତ ହେବେ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ତିକ୍ତତା ଯୋଗୁ ମନ ଉଦାସ ରହିବ। କଳା, ସାହିତ୍ୟ, ସଙ୍ଗୀତ ଏବଂ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସଫଳ ହେବେ। ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟିକଲେ ମଧ୍ୟ କାମ ଅଟକିବ ନାହିଁ। ଶିଳ୍ପ,…

ରାଶିଫଳ: ଗୁରୁବାର, ଫେବୃଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଦେବଗୁରୁଙ୍କ ସହ ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ସୌଭାଗ୍ୟ ପ୍ରଦାୟକ ରହିବେ। କୃତି, କୃତିତ୍ୱ ଓ ବାଗ୍ମିତାକୁ ନେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri