Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୯ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ ଓ ଅପ୍ରିୟ ସତକଥା କହିବା ଦ୍ୱାରା ସାମୟିକ ସମସ୍ୟା ସୃଷ୍ଟି ହେବ। ଘରକୁ ବନ୍ଧୁ ଆସିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ସୀମା ଭିତରେ ନ ରହିଲେ ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।
ବୃଷ
ବୃଷ
ଆଜି ବିଭିନ୍ନ ଦିଗରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ତଥାପି ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢ଼ିପାରେ। କଳା, ସାହିତ୍ୟ, ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ସୁଫଳ ପାଇବେ।
ମିଥୁନ
ମିଥୁନ
ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଶାରୀରିକ ସୁସ୍ଥତା ରହି ନ ପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟିର ସୂଚନା ପାଇପାରନ୍ତି। କେତେକ କ୍ଷେତ୍ରରେ ମନକଥା ମନରେ ରଖି ନ ପାରି ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେଇପାରନ୍ତି। ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଲିକେଶନ, ଆଲୋଚନା ଓ ସଭାସମିତି ସୁରୁଖୁରୁରେ ସମ୍ପନ୍ନ ହେବ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନରେ ପାଇ ଖୁସି ହୋଇପାରନ୍ତି।
ସି˚ହ
ସି˚ହ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ଦୁଶ୍ଚିନ୍ତାର କାରଣ ହୋଇପାରେ। କୌଣସି ଚୁକ୍ତିଭିତିକ କାମରେ ପ୍ରଥମେ ମୌଖିକ ଆଲୋଚନା କରିବା ଭଲ ହେବ। ପାରିବାରିକ କ୍ଷେତ୍ରରେ କୌଣସି ବ୍ୟକ୍ତିର ସାହାଯ୍ୟ ଆଶା କରି ନିରାଶ ହେବେ। କେତେକ ଆକସ୍ମିକ ସୁଯୋଗ ହାତଛଡ଼ା ହୋଇପାରେ।
କନ୍ୟା
ନିଜ ସନ୍ଦେହୀ ମନୋଭାବ ହେତୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦୁଶ୍ଚିନ୍ତାର କାରଣ ହୋଇପାରେ। ବହୁ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ତୁଳା
ତୁଳା
ଅଫିସର ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ। ଚଳଚ୍ଚିତ୍ର, କ୍ରୀଡ଼ା, କଳା, ସାହିତ୍ୟ, ସାମ୍ବାଦିକତାରେ ଉନ୍ନତି କରିବେ।
ବିଛା
ବିଛା
ସବୁ ଦିଗକୁ ନଜର ଦେଇ ଆଗକୁ ପାଦ ନ ବଢ଼ାଇଲେ ଅନୁତାପ କରିବାକୁ ପଡ଼ିପାରେ । ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହିପାରିବେ ନାହିଁ। ଘରୋଇ ସମସ୍ୟାର ସରଳ ସମାଧାନ ହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନର ଆଶା ରହିଛି।
ଧନୁ
ଧନୁ
ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମ୍ନା କରିବା ପାଇଁ ଚେଷ୍ଟା କରିବେ। ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। କୌଣସି କ୍ଷେତ୍ରରେ ବିଶେଷ ବ୍ୟସ୍ତ ହୁଅନ୍ତୁ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଲକ୍ଷ୍ୟ ପୂରଣ ହୋଇଯିବ।
ମକର
ମକର
ଆକସ୍ମିକ ଭାବେ ବନ୍ଧୁଙ୍କ ବ୍ୟବହାରରେ ବିଷମତା ପରିିଲକ୍ଷିତ ହେବ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବିନୟପୂର୍ଣ୍ଣ କଥା କହି ସଫଳତା ହାସଲ କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ଚାପ କ୍ରମଶଃ ବଢ଼ିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡ଼ିବା ସକାଶେ ଆପ୍ରାଣ ଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଚୁକ୍ତିପତ୍ର, ସଂଗଠନ ତଥା ଆଲୋଚନା କ୍ଷେତ୍ରରେ ଜଣେ ବ୍ୟକ୍ତି ଅସୁବିଧାରେ ପକାଇବାର ସୂଚନା ରହିଛି। କୌଣସି ସମସ୍ୟା ବିଷୟରେ ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ବାଣିଜ୍ୟ ଓ ବ୍ୟବସାୟିକ ସଫଳତା ମିଳିବ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହେବେ। ଆର୍ଥିକ ସ୍ଥିତିକୁ ମଜ୍‌ବୁତ୍‌ କରିବା ସହ ଜମିଜମା ସମ୍ବନ୍ଧୀୟ ସମସ୍ୟାର ସମାଧାନ କରିପାରନ୍ତି। ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri