Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୯ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ ଓ ଅପ୍ରିୟ ସତକଥା କହିବା ଦ୍ୱାରା ସାମୟିକ ସମସ୍ୟା ସୃଷ୍ଟି ହେବ। ଘରକୁ ବନ୍ଧୁ ଆସିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ସୀମା ଭିତରେ ନ ରହିଲେ ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।
ବୃଷ
ବୃଷ
ଆଜି ବିଭିନ୍ନ ଦିଗରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ତଥାପି ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢ଼ିପାରେ। କଳା, ସାହିତ୍ୟ, ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ସୁଫଳ ପାଇବେ।
ମିଥୁନ
ମିଥୁନ
ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଶାରୀରିକ ସୁସ୍ଥତା ରହି ନ ପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟିର ସୂଚନା ପାଇପାରନ୍ତି। କେତେକ କ୍ଷେତ୍ରରେ ମନକଥା ମନରେ ରଖି ନ ପାରି ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେଇପାରନ୍ତି। ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଲିକେଶନ, ଆଲୋଚନା ଓ ସଭାସମିତି ସୁରୁଖୁରୁରେ ସମ୍ପନ୍ନ ହେବ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନରେ ପାଇ ଖୁସି ହୋଇପାରନ୍ତି।
ସି˚ହ
ସି˚ହ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ଦୁଶ୍ଚିନ୍ତାର କାରଣ ହୋଇପାରେ। କୌଣସି ଚୁକ୍ତିଭିତିକ କାମରେ ପ୍ରଥମେ ମୌଖିକ ଆଲୋଚନା କରିବା ଭଲ ହେବ। ପାରିବାରିକ କ୍ଷେତ୍ରରେ କୌଣସି ବ୍ୟକ୍ତିର ସାହାଯ୍ୟ ଆଶା କରି ନିରାଶ ହେବେ। କେତେକ ଆକସ୍ମିକ ସୁଯୋଗ ହାତଛଡ଼ା ହୋଇପାରେ।
କନ୍ୟା
ନିଜ ସନ୍ଦେହୀ ମନୋଭାବ ହେତୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦୁଶ୍ଚିନ୍ତାର କାରଣ ହୋଇପାରେ। ବହୁ ଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।
ତୁଳା
ତୁଳା
ଅଫିସର ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ। ଚଳଚ୍ଚିତ୍ର, କ୍ରୀଡ଼ା, କଳା, ସାହିତ୍ୟ, ସାମ୍ବାଦିକତାରେ ଉନ୍ନତି କରିବେ।
ବିଛା
ବିଛା
ସବୁ ଦିଗକୁ ନଜର ଦେଇ ଆଗକୁ ପାଦ ନ ବଢ଼ାଇଲେ ଅନୁତାପ କରିବାକୁ ପଡ଼ିପାରେ । ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହିପାରିବେ ନାହିଁ। ଘରୋଇ ସମସ୍ୟାର ସରଳ ସମାଧାନ ହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନର ଆଶା ରହିଛି।
ଧନୁ
ଧନୁ
ଯେତେ ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମ୍ନା କରିବା ପାଇଁ ଚେଷ୍ଟା କରିବେ। ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। କୌଣସି କ୍ଷେତ୍ରରେ ବିଶେଷ ବ୍ୟସ୍ତ ହୁଅନ୍ତୁ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଲକ୍ଷ୍ୟ ପୂରଣ ହୋଇଯିବ।
ମକର
ମକର
ଆକସ୍ମିକ ଭାବେ ବନ୍ଧୁଙ୍କ ବ୍ୟବହାରରେ ବିଷମତା ପରିିଲକ୍ଷିତ ହେବ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବିନୟପୂର୍ଣ୍ଣ କଥା କହି ସଫଳତା ହାସଲ କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ଚାପ କ୍ରମଶଃ ବଢ଼ିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡ଼ିବା ସକାଶେ ଆପ୍ରାଣ ଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଚୁକ୍ତିପତ୍ର, ସଂଗଠନ ତଥା ଆଲୋଚନା କ୍ଷେତ୍ରରେ ଜଣେ ବ୍ୟକ୍ତି ଅସୁବିଧାରେ ପକାଇବାର ସୂଚନା ରହିଛି। କୌଣସି ସମସ୍ୟା ବିଷୟରେ ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ବାଣିଜ୍ୟ ଓ ବ୍ୟବସାୟିକ ସଫଳତା ମିଳିବ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହେବେ। ଆର୍ଥିକ ସ୍ଥିତିକୁ ମଜ୍‌ବୁତ୍‌ କରିବା ସହ ଜମିଜମା ସମ୍ବନ୍ଧୀୟ ସମସ୍ୟାର ସମାଧାନ କରିପାରନ୍ତି। ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁୟାରୀ ୨୮ ତାରିଖ – Daily Horoscope

ମେଷ ଅଫିସିଆଲି କାମର ସମସ୍ୟା ସୁଧୁରି ଯିବ। ପରିବହନ, ଆନୁଷ୍ଠାନିକ କାମ, ମରାମତି, ଯାନ୍ତ୍ରିକ ଜନିଷ କିଣା ବିକା କ୍ଷେତ୍ରରେ ସୁଫଳ ପାଇବେ। ପଡ଼ୋଶୀ, ସହକର୍ମୀ,...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ ଆଜି ଆପଣ ନିକଟ ସମ୍ପର୍କୀୟଙ୍କ ଦ୍ୱାରା କାର୍ଯ୍ୟ ହାସଲ କରିବେ। ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ମାନଙ୍କ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଅଗଷ୍ଟ ୪ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜ ସୀମା ଭିତରେ ରହି କାମ କରିବା ଭଲ । ଅବଶ୍ୟ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ...

ରାଶିଫଳ: ଗୁରୁବାର, ଏପ୍ରିଲ୍‌ ୧୫ ତାରିଖ – Daily Horoscope

ମେଷ ଶନି ଓ ମଙ୍ଗଳ ଷଡ଼ାଷ୍ଟକ ହେତୁ କର୍ମକ୍ଷେତ୍ରରେ ବିବାଦଗ୍ରସ୍ତ ହୋଇପାରନ୍ତି। ବନ୍ଧୁଙ୍କ ସହ ରୁଦ୍ଧଦ୍ୱାର ଆଲୋଚନା ଅଧାରୁ ଅଟକିଯାଇପାରେ। ରାଜନୈତିକ, ଆନୁଷ୍ଠାନିକ ତଥା ସାଂଗଠନିକ...

ରାଶିଫଳ: ଶନିବାର, ଫେବ୍ରୁଆରି ୮ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥ ଶନି ହେତୁ ଆପଣଙ୍କ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେବାର ପ୍ରଯନତ୍ କରିବେ । ଅବଶ୍ୟ ଆବଶ୍ୟକତା ପୂରଣ...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ଏବଂ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ...

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। କୃତ୍ତିକା ନକ୍ଷତ୍ର ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଅଫିସ୍‌ରେ ଆଲୋଚନାକ୍ରମେ କାମରେ...

ରାଶିଫଳ: ରବିବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କ ଠାରୁ ଅର୍ଥ ସାହାଯ୍ୟ ଅଯାତିତ ଭାବେ ପାଇବେ। କର୍ମକ୍ଷେତ୍ରରେ ବହୁତ ଦାୟିତ୍ୱ...

Advertisement
Archives

Model This Week