

ପାପଯୁକ୍ତ ଚନ୍ଦ୍ରଙ୍କ ଅଶୁଭ ପ୍ରଭାବରେ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତିକୁ ନେଇ ଚିନ୍ତିତ ରହିବେ । ବନ୍ଧୁ ମାନେ ସାମୟିକ ସହଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି । କିନ୍ତୁ ପରିବାରରେ ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ ।








ଗଣତନ୍ତ୍ରର ପ୍ରତୀକ ଶନିଶ୍ଚର ସ୍ବରାଶିରେ ଥିବାରୁ ଗଣମାଧ୍ୟମ ସମ୍ବନ୍ଧିତ ବ୍ୟକ୍ତି କିମ୍ବା ଆଇନଜ୍ଞଙ୍କ ସକାଶେ ଦିନଟି ଭଲ । ବୈରାଗ୍ୟକାରକ ଶନି ହେତୁ ବୈଷୟିକ କ୍ଷେତ୍ରରେ ପ୍ରତିବନ୍ଧକର ସାମନା କରିବାକୁ ପଡିପାରେ । ସାଧାରଣ କଥାରେ ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ସୃଷ୍ଟିର ଆଶଙ୍କା ରହିଛି ।


ଅଷ୍ଟମସ୍ଥ ବୁଧ ହେତୁ ପରିବାରକୁ ନେଇ ବିରକ୍ତିଭାବ ସୃଷ୍ଟି ହେବାର ଆଶଙ୍କା ରହିଛି । ଆଜି ଆପଣ କୈାଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା କଷ୍ଟପ୍ରଦ ହୋଇପାରେ । ଅବଶ୍ୟ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସଙ୍ଗକୁ ପ୍ରଶଂସିତ ହେବେ । ଆର୍ଥିକ ସ୍ବଚ୍ଛଳତା କାରଣରୁ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହୋଇପାରନ୍ତି ।

