Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ
ଆଜି ଆକସ୍ମିକ ଭାବେ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ନିର୍ମାଣାଧୀନ କାମର ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂର ହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।
ବୃଷ
ବୃଷ

ଆଜି କୌଣସି ନୂତନ କାର୍ଯ୍ୟାରମ୍ଭ କରିବା ସକାଶେ ମନସ୍ଥ କରିପାରନ୍ତି। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।

ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। କର୍ମକ୍ଷେତ୍ରରେ ବିଗତ ଦିନରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ରାଶିରେ ଶୁକ୍ର ବକ୍ରୀ ଶନିଙ୍କ ଦୃଷ୍ଟିରେ ଥିବାରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଆପଣଙ୍କ ମଧୁର ବିନୟ ବଚନ ପ୍ରଭାବରୁ ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
କର୍ମାଧିପ ନୀଚାରୋହୀ ହୋଇ ଦ୍ୱାଦଶସ୍ଥ ଯୋଗୁ କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ। ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଗତକାଲି ପରି ଆଜି ମଧ୍ୟ ପରିସ୍ଥିତି ଅପରିବର୍ତ୍ତିତ ରହିବ। ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି।
କନ୍ୟା
ତିନୋଟି ଗ୍ରହ ରାଶିରେ ଅବସ୍ଥାନ କରିଥିବାରୁ ଆଜି ଆପଣଙ୍କୁ କୌଣସି ସମସ୍ୟା ବିଚଳିତ କରିପାରିବ ନାହିଁ। ତଥାପି ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। କଳା, ସାହିତ୍ୟ ଓ ସଭାସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
ତୁଳା
ତୁଳା
ସ୍ବସ୍ଥାନପାଳକ ଶନି ହେତୁ ପରିବାରରେ ସୁଖ ଶାନ୍ତି ଫେରାଇଆଣିବା ଚେଷ୍ଟା କଦାପି ବିଫଳ ହେବନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ।
ବିଛା
ବିଛା
ଏକାଦଶସ୍ଥ ଗ୍ରହ ପ୍ରଭାବରେ କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଯାନବାହନରେ ଭ୍ରମଣବେଳେ ଦ୍ରବ୍ୟ ଚୋରି ହୋଇପାରେ। ବନ୍ଧୁଙ୍କ ଦେଖାସାକ୍ଷାତରୁ ଉପକୃତ ହେବେ।
ଧନୁ
ଧନୁ
ଆଜିର ଗ୍ରହସ୍ଥିତିରୁ ବେଖାତିର ଭାବରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବହନ କ୍ଷେତ୍ରରେ, ଆଲୋଚନା ପରିସରରେ, ସଭାସମିତିରେ, ତର୍କବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମ ସମ୍ପୂର୍ଣ୍ଣ ହୋଇପାରିବ। ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର

କେନ୍ଦ୍ରସ୍ଥ ଗ୍ରହ ପ୍ରଭାବରୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ସାମୟିକ ଅସୁବିଧାର ସମ୍ମୁଖୀନ ହେବେ। ବିବାଦୀୟ ଘଟଣାର ପରିସ୍ଥିତି ହଠାତ୍‌ ବଦଳି ଯାଇପାରେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆପଣ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ। ଚେଷ୍ଟା କରୁଥିବା କାମରେ, ମାଙ୍ଗଳିକ କାର୍ଯ୍ୟ,କଚେରି ମାମଲାରେ, ଜମିଜମା ବିବାଦରେ ଉପକୃତ ହେବେ। ପାରିବାରିକ ସମସ୍ୟା ଭିତରେ ଗତି କରିପାରନ୍ତି।
ମୀନମୀନ

ସଚେତନତା ଅଭାବରୁ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ପାଖ ପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri