Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ
ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି ଶୁକ୍ରଙ୍କ ସ୍ବଗୃହୀ ପ୍ରଭାବରୁ ଉନ୍ନତ ରହିବ। ଈର୍ଷାନ୍ବିତ ନିଜ ଲୋକମାନେ ଦାଉ ସାଧିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ, ଯାହା କି ଆପଣଙ୍କ ସକାଶେ ହିତକର ହେବ। କୃତ୍ତିକା ନକ୍ଷତ୍ରର ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଅଟକି ରହିଯାଇଥିବା ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମିଥୁନ
ମିଥୁନ
ଆର୍ଥିକ ଦିଗରୁ ଉପକୃତ ହେବେ ଏବଂ ବକେୟା ମଧ୍ୟ ପାଇପାରନ୍ତି। କର୍ମକ୍ଷେତ୍ରରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ଅନ୍ୟମନସ୍କତାର ସୁଯୋଗ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ପୁନର୍ବସୁ ନକ୍ଷତ୍ରର ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ଦୀର୍ଘଦିନର ଆଶା ଫଳବତୀ ହେବ। ଘରେ ନ ଥିବା ସମୟରେ କାୈଣସି ଶୁଭ ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ପୁଷ୍ୟା ନକ୍ଷତ୍ର ସହକର୍ମୀମାନଙ୍କ ଉପଦେଶ ଶୁଣି ମନରେ ବିରକ୍ତି ଅନୁଭବ କରିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିବାର ଯୋଗ ରହିଛି। ପୂର୍ବାଫାଲଗୁନୀ ନକ୍ଷତ୍ର ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିବେ।
କନ୍ୟା
ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ। ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।
ତୁଳା
ତୁଳା
ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗ ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ, ଯାହା କି ଆପଣଙ୍କ କାମକୁ ଆସିବ। ସ୍ବାତୀର ନିର୍ମାଣ କାର୍ଯ୍ୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ଆଗାମୀ ସମୟର କାର୍ଯ୍ୟ ସକାଶେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ପାରେ। କର୍ମକ୍ଷେତ୍ର କିମ୍ବା ଯାତ୍ରା ସମୟରେ ଅନ୍ୟମନସ୍କତାରୁ କେତେକ ଭୁଲ୍‌ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବାର ସୂଚନା ରହିଛି।
ଧନୁ
ଧନୁ
ଅଧିକାଂଶ ସମୟ ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ପୂର୍ବାଷାଢା ନକ୍ଷତ୍ରର କର୍ମକ୍ଷେତ୍ରର ସମସ୍ୟାର ସମାଧାନ ହୋଇଯିବ। ଆଲୋଚନା ସ୍ଥଳରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ଲାଭ କରିବେ ଏବଂ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ। ଧନିଷ୍ଠା ନକ୍ଷତ୍ରର ବ୍ୟବସାୟିକ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ। ସହନଶୀଳତା ଗୁଣରୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ। ଶିକ୍ଷାରେ ସଫଳତା ଲାଭ କରିବେ ଏବଂ ପ୍ରଶଂସିତ ମଧ୍ୟ ହୋଇପାରନ୍ତି। ସାମାଜିକ ସ୍ତରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ପୂର୍ବଭାଦ୍ରବ ନକ୍ଷତ୍ର ନୀଚମନା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ।
ମୀନମୀନ
କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। କଳା, ସାହିତ୍ୟ ତଥା ସାମ୍ବାଦିକତା କ୍ଷେତ୍ରରେ ଆଶା ପୂରଣ ହୋଇଯିବ। ଉତ୍ତରଭାଦ୍ରବ ସକାଶେ ଈର୍ଷାପରାୟଣ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି। ପ୍ରତ୍ୟେକ ସ୍ତରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri