Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ
ଶ୍ରୀଚନ୍ଦ୍ର ପ୍ରଭାବରେ ଅର୍ଥଲାଭ ସହ ପାରିବାରିକ ଶାନ୍ତି ପାଇବେ। କିନ୍ତୁ ଦୂରଯାତ୍ରା ଓ ବିବାଦୀୟ ପରିବେଶରୁ ଦୂରେଇ ରହିବା ଭଲ ହେବ। ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥାଗୁଡିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। କଳା, ସାହିତ୍ୟ, ସାମ୍ବାଦିକତା, ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ

ଚନ୍ଦ୍ରଙ୍କ ନକ୍ଷତ୍ରରେ ଶୁକ୍ର ଆପଣଙ୍କୁ ବୈଷୟିକ ସୁଖ, ସମ୍ପଦ ପ୍ରଦାନ କରିବାରେ ସହାୟକ ହେବେ। ଆପଣ ଘର ସକାଶେ, ଜମିଜମା, ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି। କ୍ରୀଡା, କଳା, ସାହିତ୍ୟ ଚର୍ଚ୍ଚାଦିରେ ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇପାରିବେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁଁ ବିଚଳିତ ହେବାକୁ ପଡିପାରେ।

ମିଥୁନ
ମିଥୁନ
ଘରୋଇ ବ୍ୟାପାରରେ ଅନ୍ୟମାନଙ୍କ ହସ୍ତକ୍ଷେପ ଯୋଗୁଁ ଅଶାନ୍ତ ବାତାବରଣ ସୃଷ୍ଟିର ଆଶଙ୍କା ରହିଛି। ପୂର୍ବରୁ ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିପାରନ୍ତି। ଶିଳ୍ପ, ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। କୌଣସି ପାର୍ଟିର ଆୟୋଜନ କରିବା ଦ୍ୱାରା ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ।
କର୍କଟ
କର୍କଟ
ଦଶମ ଚନ୍ଦ୍ର ହେତୁ କୌଣସି ନୂତନ ପରିବେଶରେ ସହାବସ୍ଥାନରୁ ନିଜକୁ ଭାଗ୍ୟବାନ୍‌ ମନେକରିପାରନ୍ତି। ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପୂର୍ବାହ୍ନରେ ପାଇ ସାମୟିକ ଖୁସୀ ରହିବେ। ଶିଳ୍ପ, ସାମ୍ବାଦିକତା, ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ। ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ କିନ୍ତୁ ସବୁ କଥାରେ ନରମି ରହି ପାରିଲେହିଁ ଭଲ।
ସି˚ହ
ସି˚ହ
ରବିଙ୍କ ଦୁର୍ବଳତା ସାଇନୋସାଇଟିସ୍‌ ଭଳି ରୋଗ ଜନିତ ମୁଣ୍ଡବ୍ୟଥା କିମ୍ବା କ୍ରନିକ୍‌ ରୋଗ ପୀଡାକୁ ନିମନ୍ତ୍ରଣ କରିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। କର୍ମକ୍ଷେତ୍ରରେ ଅପରାହ୍ନ ସମୟରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାର ଆଶଙ୍କା ରହିଛି। ଆଗାମୀ ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
କନ୍ୟା
ରବିଙ୍କ ନକ୍ଷତ୍ରସ୍ଥ ବୃହସ୍ପତିଙ୍କ ଯୋଗୁଁ ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍‌ ବୁଝାମଣା ହିଁ ପ୍ରଧାନ କାରଣ ହେବ। ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାରେ ବନ୍ଧୁ ସାହାଯ୍ୟ କରିବେ। ଗଠନମୂଳକ କାର୍ଯ୍ୟ ଅଟକିବ ନାହିଁ। ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବା ସଙ୍ଗକୁ କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେଇପାରନ୍ତି।
ତୁଳା
ତୁଳା
ଷଷ୍ଠଭାବସ୍ଥ ମଙ୍ଗଳ ହେତୁ ପନତ୍ୀଙ୍କ କ୍ଷୋଭ, ସନ୍ତାନଙ୍କ ବେଖାତିର କାମ ସଙ୍ଗକୁ ଭାବପ୍ରବଣତାଜନିତ ମାନସିକ ସ୍ଥିରତା ରହି ନ ପାରେ। ଖଳ ଲୋକଙ୍କ ପ୍ରାୟୋଜିତ କାର୍ଯ୍ୟାବଳୀ ମାଧ୍ୟମରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଅନିୟମିତ ଆହାର ଯୋଗୁଁ ସ୍ବାସ୍ଥ୍ୟହାନି ଘଟିବାର ସୂଚନା ରହିଛି। ନିକଟ ସମ୍ପର୍କୀୟଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁଁ ଆପଣ କଳ୍ପନା ମାଧ୍ୟମରେ ମାନସିକ ସ୍ତରରେ ଆନନ୍ଦ ଅନୁଭବ କରିବେ ଯେହେତୁ ବାସ୍ତବତା ବହୁ ଦୂରରେ ରହିଯିବ। କଳା, ସାହିତ୍ୟ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାର ଆଶଙ୍କା ବୃଦ୍ଧି ପାଇପାରେ।
ଧନୁ
ଧନୁ
ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ କିନ୍ତୁ ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ପାଖ,ପଡୋଶୀମାନେମାନେ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ। ଶୁକ୍ର ଓ ବୃହସ୍ପତିଙ୍କ ସମ୍ବନ୍ଧରୁ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅଯଥା ଅଶାନ୍ତିର ବାତାବରଣ ସୃଷ୍ଟି ହେବାର ଆଶଙ୍କା ରହିଛି।
ମକର
ମକର

ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ। ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।

କୁମ୍ଭ
କୁମ୍ଭ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଶତ୍ରୁରାଶିସ୍ଥ ଶନି ହେତୁ କାର୍ଯ୍ୟରେ ବିଘ୍ନ ଘଟିପାରେ। ପିଲାମାନଙ୍କର କିଛି ସମସ୍ୟାକୁ ନେଇ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ। ଜମିଜମା, କଳ କାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହୋଇପାରେ।
ମୀନମୀନ

ରାଶିରେ ମଙ୍ଗଳ ଓ କର୍ମସ୍ଥ ବୃହସ୍ପତିଙ୍କ ଯୋଗୁଁ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବ ଓ ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। ପରିବାରରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ। ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଉତ୍ତରଭାଦ୍ରବ ନକ୍ଷତ୍ର ଅଭାବ ନ ଥିଲେ ମଧ୍ୟ ମନ ଶାନ୍ତି ପାଇବା କଷ୍ଟକର ହୋଇପଡିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri